ସବୁକିଛି ଠପ୍‌: ରାଜରାସ୍ତାକୁ ଓହ୍ଲାଇଲେ କଂଗ୍ରେସ-କମ୍ୟୁନିଷ୍ଟ କର୍ମୀ

ଦିଗପହଣ୍ଡି,୧୭।୭(ଅଶେଷ ନାଥ ମିଶ୍ର): ଶ୍‌ବାଲେଶ୍ୱର ଫକୀର ମୋହନ ସ୍ବୟଂ ଶାସିତ ମହାବିଦ୍ୟାଳୟ ଛାତ୍ରୀ ସ୍ବର୍ଗତା ସୌମ୍ୟାଶ୍ରୀଙ୍କ ପରିବାରକୁ ନ୍ୟାୟ ପ୍ରଦାନ ତଥା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ପ୍ରତିବାଦରେ ଗୁରୁବାର ଦିଗପହଣ୍ଡିଠାରେ କଂଗ୍ରେସ ଓ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଶାନ୍ତିପୂର୍ଣ୍ଣ ବନ୍ଦ ପାଳନ କରାଯାଇଛି।

ସ୍ଥାନୀୟ ପୁରୁଣା ବସଷ୍ଟାଣ୍ଡଠାରେ ଗଞ୍ଜାମ ଜିଲା କଂଗ୍ରେସ ନେତା ତଥା ଦିଗପହଣ୍ଡି ଏନଏସି ଅଧ୍ୟକ୍ଷ ପ୍ରଫୁଲ ପଣ୍ଡା,ନଗର କଂଗ୍ରେସ କମିଟି ସଭାପତି ତଥା କାଉନସିଲର ଦୀପକ କୁମାର ମିଶ୍ର, ସୁନୀଲ କୁମାର ପଣ୍ଡା,ଡମ୍ବରୁ ଧର ବେହେରା,ବାଲ୍ମୀକି ବେହେରା, ଗୋବିନ୍ଦ ପାଣିଗ୍ରାହୀ, ଶଙ୍କର ରାଓ, ଶ୍ରମିକ ସଙ୍ଗଠନ ଏଆଇଟିୟୁସି ଗଞ୍ଜାମ ଜିଲା ସମ୍ପାଦକ ଅଳକ ନାଥ ମିଶ୍ର,ସିପିଆଇ ଶାଖା ସମ୍ପାଦକ ତପନ କୁମାର ମିଶ୍ର,ଆଇନଜୀବି ହରପ୍ରସାଦ ରଥ,ଆର.ଦୀନବନ୍ଧୁ ଦୈତାରୀ ରେଡ୍ଡୀ, ପୁରୁଷୋତ୍ତମ ବେହେରା, ହରିକୃଷ୍ଣ ଗୌଡ଼,ସିପିଆଇ(ଏମ) ପକ୍ଷରୁ କୈଳାସ ମହାରଣା ପ୍ରମୁଖ ବହୁ ସଂଖ୍ୟକ ଦଳୀୟ କର୍ମୀ ବ୍ରହ୍ମପୁର-ଦିଗପହଣ୍ଡି ୧୭ ନଂ ରାଜ୍ୟ ରାଜପଥକୁ ଅବରୋଧ କରିବାରୁ ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ଥିଲା। ଏହି ଆନ୍ଦୋଳନ ଡ଼ାକରା ଯୋଗୁ ଦିଗପହଣ୍ଡି ସହର ସମେତ ପ୍ରମୁଖ ଗ୍ରାମାଞ୍ଚଳ ଗୁଡିକରେ ବିଭିନ୍ନ ସରକାରୀ ବେସରକାରୀ ଅଫିସ, ଦୋକାନ ବଜାର,ସ୍କୁଲ କଲେଜ ବନ୍ଦ ରହିଥିଲା।

 


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?