ସବୁ କଥା ହେଲା କ୍ଲିଅର! ମେଣ୍ଟ ନେଇ ଫାଇନାଲ କଥା କହିଲେ ବିଜେଡି ନେତା

ଭୁବନେଶ୍ୱର,୨୨।୩: ମେଣ୍ଟ ହେବ ହେବନି ଦ୍ୱନ୍ଦ ଭିତରେ ପଡିଛି ପୂର୍ଣ୍ଣଚ୍ଛେଦ! ସବୁ ଗୁଜବ, ବୟାନର ଫାଇନାଲ ଦ ଏଣ୍ଡ! ଏନେଇ ଦୁଇ ଦଳର ନେତା ସଫାସଫା ବୟାନ ଦେଇଛନ୍ତି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବୟାନ ପରେ ଏବେ ବିଜେଡିର ବରିଷ୍ଠ ନେତା ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି ଦାସ) ଙ୍କ ବଡ ବୟାନ ଆସିଛି।

ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର ଓଡ଼ିଶାର ସମସ୍ତ ୨୧ଟି ଲୋକ ସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଲେଖିଛନ୍ତି।

ମେଣ୍ଟ ହେବନି ବୋଲି ମନମୋହନ ଏକ୍ସରେ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ‘ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।

ତେବେ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ସମସ୍ତ ୨୧ ଲୋକ ସଭା ଓ ୧୪୭ ବିଧାନ ସଭା ଆସନରେ ଏକାକୀ ଲଢ଼ିବ’ ବୋଲି ସେ କହିଛନ୍ତି।

ତେବେ ଏହି କଥାକୁ ସମର୍ଥନ କରି ଅପରାଜିତା ଷଡଙ୍ଗୀ ଓ ଧମେନ୍ଦ୍ର ପ୍ରଧାନ ରିଟ୍ବିଟ କରିଥିଲେ। ମନମୋହନଙ୍କ ବୟାନ ପରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ସେଲିବ୍ରେଶନ ଦେଖିବାକୁ ମିଳିଥିଲା। କିଛି ସମୟ ପରେ ବବି ଦାସ ମେଣ୍ଟ ନେଇ ମୁହଁ ଫିଟାଇଥିଲେ। ସେ ଏନେଇ ଏକ୍ସ’ରେ ପୋଷ୍ଟ କରିଛନ୍ତି।

ପୋଷ୍ଟ କରି ସେ କହିଛନ୍ତି, ବିଜେଡି ସବୁ ସିଟରେ ଲଢିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ: ମୋଦି-ମମତା ମୁହାଁମୁହିଁ, ଦୁର୍ଭାଗ୍ୟଜନକ କହି…

ନୂଆଦିଲ୍ଲୀ/କୋଲକାତା,୭।୩: ପଶ୍ଚିମବଙ୍ଗ ଗସ୍ତରେ ଥିବା ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ନେଇ ଏବେ ରାଜନୀତି ସରଗରମ ହୋଇଛି। ସିଲିଗୁଡ଼ିରେ ଆୟୋଜିତ ଆନ୍ତର୍ଜାତୀୟ ସାନ୍ତାଳ ସମ୍ମିଳନୀ ପାଇଁ ଉପଯୁକ୍ତ ସ୍ଥାନ…

ଦୁବାଇରେ ହଠାତ ଶସ୍ତା ହେଉଛି ସୁନା! ଇରାନ ସହ ଯୁଦ୍ଧ ମଧ୍ୟରେ ମୂଲ୍ୟରେ ବଡ଼ ହ୍ରାସ, ଭାରତ ଉପରେ ପଡ଼ିବ…

ଦୁବାଇ/ନୂଆଦିଲ୍ଲୀ,୭।୩: ବିଶ୍ୱର ସୁନା ବଜାର କୁହାଯାଉଥିବା ଦୁବାଇରୁ ଏବେ ଏକ ଆଶ୍ଚର୍ଯ୍ୟଜନକ ଖବର ସାମ୍ନାକୁ ଆସିଛି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ଯୋଗୁ…

ଇରାନ ଉପରେ ଆଜି ହେବ ‘ଭୟଙ୍କର’ ଆକ୍ରମଣ: ଟ୍ରମ୍ପଙ୍କ ଘୋଷଣା ପରେ ସାରା ବିଶ୍ୱରେ ହଇଚଇ, ପଡ଼ୋଶୀ ଦେଶକୁ…

ୱାଶିଂଟନ/ତେହେରାନ,୭।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଯୁଦ୍ଧ ପ୍ରତିଦିନ ଭୟଙ୍କର ରୂପ ନେଉଛି। ମଧ୍ୟପ୍ରାଚ୍ୟର ଅନେକ ସହର ଏହି ସାମରିକ ସଂଘର୍ଷରେ ଛାରଖାର ହୋଇଯାଇଥିବା ବେଳେ,…

ବୋହୂଙ୍କୁ ମାଡ଼ ମାରି ଲହୁଲୁହାଣ କଲେ ପୁଅ, ଥାନାରେ ପହଞ୍ଚି ଅଭିଯୋଗ କରିଦେଲେ ବାପା, ପୁରୁଷୋତ୍ତମଙ୍କୁ ବାନ୍ଧି…

ବୈଶିଙ୍ଗା,୭।୩(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ନଡପୁର ଗ୍ରାମରେ ଜନୈକା ବିବାହିତା ମହିଳାଙ୍କୁ ମାଡ଼ ମାରି ଗୁରୁତର କରିଥିବା ଅଭିଯୋଗରେ ପୋଲିସ ସ୍ବାମୀଙ୍କୁ ଗିରଫ…

ମୋ’ କଥା କେହି ଶୁଣନ୍ତିନି! ବାପା କି ବଡ଼ ଭାଇ ହୋଇ କିଛି ଲାଭ ନାହିଁ…ଫାଇନାଲ ପୂର୍ବରୁ କାହିଁକି ଏମିତି କହିଲେ ସୂର୍ଯ୍ୟା

ଅହମ୍ମଦାବାଦ,୭।୩: ଟି-୨୦ ବିଶ୍ୱକପ ୨୦୨୬ର ଫାଇନାଲ ମୁକାବିଲା ପାଇଁ ପ୍ରସ୍ତୁତ ଟିମ ଇଣ୍ଡିଆ। ୮ ମାର୍ଚ୍ଚରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଫାଇନାଲ ମୁକାବିଲା ପାଇଁ ପଡ଼ିଆକୁ ଓହ୍ଲାଇବେ ସୂର୍ଯ୍ୟକୁମାର…

ପଞ୍ଚୁଦୋଳ ଯାତ୍ରା ପାଇଁ ଉଠୁଛି ପଡ଼ୁଛି ଗାଁ

ଗଞ୍ଜାମ,୭।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମାହାଟ ପଡିଆଠାରେ ହେବାକୁ ଥିବା ପ୍ରସିଦ୍ଧ ପଞ୍ଚୁଦୋଳ ଯାତ୍ରାର ସାହି ଯାତ୍ରାକୁ ଶନିବାର ୧୨ ଦିନ। ଏ ନେଇ…

ଫାଇନାଲ ପୂର୍ବରୁ ମିଚେଲ ସାଣ୍ଟର୍ନରଙ୍କ ଫଟୋକୁ ନେଇ ହଇଚଇ! ତାଜା ହେଲା ୨୦୨୩ର କ୍ଷତ, ପ୍ରଶଂସକ ଛାନିଆ…

ଅହମ୍ମଦାବାଦ,୭।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଟି-୨୦ ବିଶ୍ୱକପ୍‌ ୨୦୨୬ର ମହାଲଢ଼େଇ ଅନୁଷ୍ଠିତ ହେବ। ପ୍ରଥମ ଥର ପାଇଁ ଏହି…

ସରିଲା ସିବିଏସି ପରୀକ୍ଷା: ପିଠିରେ ଲେଖି ଜଣାଇଲେ ବିଦାୟ ବାର୍ତ୍ତା

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ବିଭିନ୍ନ ପରୀକ୍ଷା କେନ୍ଦ୍ରରେ ଚାଲିଥିବା ଦଶମ ସିବିଏସି ପରୀକ୍ଷା ଶନିବାର ସରିଥିବା ବେଳେ ପରୀକ୍ଷା ସରିବା ପରେ ପରସ୍ପର ମଧ୍ୟରେ ଛାତ୍ରୀଛାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri