ସବୁ କଥା ହେଲା କ୍ଲିଅର! ମେଣ୍ଟ ନେଇ ଫାଇନାଲ କଥା କହିଲେ ବିଜେଡି ନେତା

ଭୁବନେଶ୍ୱର,୨୨।୩: ମେଣ୍ଟ ହେବ ହେବନି ଦ୍ୱନ୍ଦ ଭିତରେ ପଡିଛି ପୂର୍ଣ୍ଣଚ୍ଛେଦ! ସବୁ ଗୁଜବ, ବୟାନର ଫାଇନାଲ ଦ ଏଣ୍ଡ! ଏନେଇ ଦୁଇ ଦଳର ନେତା ସଫାସଫା ବୟାନ ଦେଇଛନ୍ତି। ରାଜ୍ୟ ଭାଜପା ସଭାପତି ମନମୋହନ ସାମଲଙ୍କ ବୟାନ ପରେ ଏବେ ବିଜେଡିର ବରିଷ୍ଠ ନେତା ତଥା ବିଜେଡି ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି ଦାସ) ଙ୍କ ବଡ ବୟାନ ଆସିଛି।

ରାଜ୍ୟରେ ବିଜେଡି-ଭାଜପା ମେଣ୍ଟ ଚର୍ଚ୍ଚା ନୂଆ ମୋଡ ନେଇଛି। ଏହାକୁ ନେଇ ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ସୋସିଆଲ ମିଡିଆରେ ବଡ଼ ସୂଚନା ଦେଇଛନ୍ତି। ସେ ତାଙ୍କ ଏକ୍ସ ଆକାଉଣ୍ଟରେ ଏକ ପୋଷ୍ଟ କରି ଭାଜପା ଏଥର ଓଡ଼ିଶାର ସମସ୍ତ ୨୧ଟି ଲୋକ ସଭା ଓ ୧୪୭ଟି ବିଧାନସଭା ଆସନରେ ଏକାକୀ ଲଢ଼ିବ ବୋଲି ଲେଖିଛନ୍ତି।

ମେଣ୍ଟ ହେବନି ବୋଲି ମନମୋହନ ଏକ୍ସରେ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, ‘ଗତ ୧୦ ବର୍ଷ ଧରି ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କୁ ରାଷ୍ଟ୍ରୀୟ ମହତ୍ତ୍ୱ ଥିବା ଅନେକ ପ୍ରସଙ୍ଗରେ ସମର୍ଥନ କରିଆସୁଛି। ଏଥିପାଇଁ ଆମେ ତାଙ୍କୁ ଧନ୍ୟବାଦ ଜଣାଉଛୁ ।

ତେବେ ସାଢ଼େ ଚାରି କୋଟି ଓଡ଼ିଆଙ୍କ ଆଶା, ଅଭିଳାଷ ଓ ଆକାଂକ୍ଷାକୁ ପୂରଣ କରିବା ପାଇଁ ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦର୍ଶୀ ନେତୃତ୍ୱରେ ଏକ ବିକଶିତ ଭାରତ ତଥା ବିକଶିତ ଓଡ଼ିଶା ଗଠନ ନିମନ୍ତେ ଭାରତୀୟ ଜନତା ପାର୍ଟି (ଭାଜପା) ଏଥର ସମସ୍ତ ୨୧ ଲୋକ ସଭା ଓ ୧୪୭ ବିଧାନ ସଭା ଆସନରେ ଏକାକୀ ଲଢ଼ିବ’ ବୋଲି ସେ କହିଛନ୍ତି।

ତେବେ ଏହି କଥାକୁ ସମର୍ଥନ କରି ଅପରାଜିତା ଷଡଙ୍ଗୀ ଓ ଧମେନ୍ଦ୍ର ପ୍ରଧାନ ରିଟ୍ବିଟ କରିଥିଲେ। ମନମୋହନଙ୍କ ବୟାନ ପରେ ରାଜ୍ୟ ଭାଜପା କାର୍ଯ୍ୟାଳୟରେ ସେଲିବ୍ରେଶନ ଦେଖିବାକୁ ମିଳିଥିଲା। କିଛି ସମୟ ପରେ ବବି ଦାସ ମେଣ୍ଟ ନେଇ ମୁହଁ ଫିଟାଇଥିଲେ। ସେ ଏନେଇ ଏକ୍ସ’ରେ ପୋଷ୍ଟ କରିଛନ୍ତି।

ପୋଷ୍ଟ କରି ସେ କହିଛନ୍ତି, ବିଜେଡି ସବୁ ସିଟରେ ଲଢିବ। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ଓ ଓଡ଼ିଶାବାସୀଙ୍କ ଆସ୍ଥା ବଳରେ ବିଜେଡି ରାଜ୍ୟର ସେବା କରିବା ସହ ସବୁ କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିଛି।
ବିଜେଡି ସମସ୍ତ ୧୪୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀ ଓ ସମସ୍ତ ୨୧ଟି ଲୋକସଭା ନିର୍ବାଚନ ମଣ୍ଡଳୀରେ ପ୍ରତିଦ୍ୱନ୍ଦିତା କରିବା ସହିତ ଓଡ଼ିଶାବାସୀଙ୍କ ସମର୍ଥନ ଏବଂ ନବୀନ ପଟ୍ଟନାୟକଙ୍କ ନେୃତ୍ୱତ୍ୱରେ ତିନି ଚତୁର୍ଥାଂଶରୁ ଅଧିକ ଆସନରେ ବିଜୟୀ ହେବ।


Enter your email to get our daily news in your inbox.

All Right Reserved By Dharitri.Com

୨୮ ବିଧାନସଭା ଆସନ ପାଇଁ ୨୫୬ ପ୍ରାର୍ଥତ୍ପତ୍ର କାଏମ

ଭୁବନେଶ୍ୱର,୨୮ା୪(ଅନିଲ ଦାସ)ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ନାମାଙ୍କନପତ୍ର ଯାଞ୍ଚ ଶେଷ ହୋଇଛି। ଏହି ପର୍ଯ୍ୟାୟରେ ୨୮ଟି ବିଧାନସଭା ଆସନ ପାଇଁ ୨୬୬ ଜଣ ପ୍ରାର୍ଥୀ...

ଅରିନ୍ଦମ୍‌ଙ୍କୁ ଗ୍ରହଣ କରିପାରୁନାହାନ୍ତି ଦଳୀୟ କର୍ମୀ

ସାଲେପୁର,୨୮।୪(ଅରବିନ୍ଦ ଭୂୟାଁ)ବହୁ କଳ୍ପନାଜଳ୍ପନା ପରେ ଶେଷରେ ସାଲେପୁର ବିଧାନସଭା ଆସନର ଭାଜପା ପ୍ରାର୍ଥୀଭାବେ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ତଥା କଟକର ଯୁବନେତା ଅରିନ୍ଦମ ରାୟଙ୍କ ନାମ...

ରାସ୍ତାକଡ଼ ଜଙ୍ଗଲରେ ପଖାଳ ଖାଇଲେ ପାଣ୍ଡିଆନ

ଭୁବନେଶ୍ୱର,୨୮।୪(ଅସମାପିକା ସାହୁ)ବିଜୁ ଜନତା ଦଳର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ତୃତୀୟ ଦିନରେ ପ୍ରଚାର ମଇଦାନରେ ଓହ୍ଲାଇ କଳାହାଣ୍ଡି ଲୋକ ସଭା କ୍ଷେତ୍ରର ବିଭିନ୍ନ...

ଏଥର ଯୋଡ଼ା ପଦ୍ମ ଫୁଟିବ: ଜଗଦ୍ଦେବ

ଖୋର୍ଦ୍ଧା,୨୮ା୪(ପ୍ରଭାତ ପାଣିଗ୍ରାହୀ)ବିଜୁ ଜନତା ଦଳ (ବିଜେଡି) ପକ୍ଷରୁ ଶନିବାର ବିଧାନସଭା ଆସନ ପାଇଁ ଅଷ୍ଟମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ୩ ଆସନ ମଧ୍ୟରୁ...

ମହାନଦୀକୁ ନେଇ ଭାଜପା-ବିଜେଡି ଦୋଷ ଲଦାଲଦି

ସମ୍ବଲପୁର,୨୮ା୪ (ଭବାନୀ ଶଙ୍କର ଭୋଇ/ପ୍ରମୋଦ ବହିଦାର)ଗ୍ରୀଷ୍ମଋତୁର ସୂର୍ଯ୍ୟ ତାପଠୁଁ ବଳିଗଲାଣି ସମ୍ବଲପୁରର ରାଜନୈତିକ ତାତି। ପ୍ରମୁଖ ରାଜନୈତିକ ଦଳ ବିଜେଡି ଓ ଭାଜପା ମଧ୍ୟରେ ଆରୋପ-ପ୍ରତ୍ୟାରୋପ...

ଆଞ୍ଚଳିକ ସମସ୍ୟା ପ୍ରତି ବିତୃଷ୍ଣାର ପ୍ରତିଫଳନ ନୋଟା

କେନ୍ଦ୍ରାପଡ଼ା,୨୮ା୪ (ଜଗନ୍ନାଥ ଧଳ)ଦେଶରେ ଭୋଟଦାନ ଚାଲିଛି। ଏଭଳି ସମୟରେ ପ୍ରାର୍ଥୀଙ୍କ ବିଷୟରେ ଯେଭଳିି ଚର୍ଚ୍ଚା ହେଉଛି ନୋଟା (ନନ୍‌ ଅଫ୍‌ ଦି ଏବଭ) ମଧ୍ୟ ଆଲୋଚନା...

ଚମ୍ପୁଆରୁ ମୁରଲୀ, ଫକୀରମୋହନ ତେଲକୋଇରୁ ଭାଜପା ବିଧାୟକ ପ୍ରାର୍ଥୀ

କେନ୍ଦୁଝର,୨୮ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)ଦୀର୍ଘଦିନ ଧରି ଘୋଷଣା ହୋଇପାରୁ ନ ଥିବା ଚମ୍ପୁଆ ଓ ତେଲକୋଇ ନିର୍ବାଚନମଣ୍ଡଳୀ ପାଇଁ ଭାଜପା ଶନିବାର ପ୍ରାର୍ଥୀଙ୍କ ନାମ ଘୋଷଣା କରିିଛି।...

ଟୁକୁନୀଙ୍କ ମନ୍ତବ୍ୟକୁ ନେଇ ପଦ୍ମପୁରରେ ଝଡ଼

ପଦ୍ମପୁର, ୨୮ା୪(ପ୍ରଦୀପ୍ତ ଦାଶ)ବଲାଙ୍ଗୀର ଜିଲା ଟିଟିଲାଗଡ ସହରରେ ବରିଷ୍ଠ ନାଗରିକ ସମୂହଙ୍କ ପକ୍ଷରୁ ଆୟୋଜିତ ଏକ ନିର୍ବାଚନୀ ସଭାରେ ମନ୍ତ୍ରୀ ତଥା ଟିଟିଲାଗଡ଼ ବିଧାୟକ ପ୍ରାର୍ଥତ୍ନୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri