Posted inଜାତୀୟ

ଶରଦ ପାଓ୍ବାରଙ୍କ ସହ ଅମିତ୍‌ ଶାହଙ୍କ ଗୋପନ ବୈଠକ

ନୂଆଦିଲ୍ଲୀ,୨୮।୩ : ଦୁର୍ନୀତି ଅଭିଯୋଗ ଯୋଗୁ ମହାରାଷ୍ଟ୍ର ମେଣ୍ଟ ସରକାର ସଙ୍କଟରେ ଥିବାବେଳେ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହ ରବିବାର ନ୍ୟାଶନାଲିଷ୍ଟ କଂଗ୍ରେସ ପାର୍ଟି (ଏନ୍‌ସିପି) ମୁଖ୍ୟ ଶରଦ ପାଓ୍ବାରଙ୍କ ସହ ଗୋପନ ବୈଠକ କରିଛନ୍ତି। ବୈଠକ ସମ୍ପର୍କରେ କିଛି କହିବାକୁ ମନା କରିବା ସହ ସବୁ କିଛି ସର୍ବସାଧାରଣ କରିବାର ଆବଶ୍ୟକତା ନାହିଁ ବୋଲି ପାଓ୍ବାର କହିଛନ୍ତି। ଏହି ବୈଠକ ପଛର ଉଦ୍ଦେଶ୍ୟ କ’ଣ ଏପର୍ଯ୍ୟନ୍ତ ଜଣାପଡ଼ି ନାହିଁ। ତେବେ ମହାରାଷ୍ଟ୍ର ମେଣ୍ଟ ସରକାରରେ ଦେଖାଦେଇଥିବା ରାଜନୈତିକ ଅସ୍ଥିରତା ଏହାର କାରଣ ହୋଇପାରେ ବୋଲି ଆଲୋଚନା କରାଯାଉଛି।

ଗୁଜରାଟର କିଛି ଗଣମାଧ୍ୟମ ସଂସ୍ଥା ଅନୁଯାୟୀ, ପାଓ୍ବାରଙ୍କ ସହ ତାଙ୍କ ଦଳର ପ୍ରମୁଖ ନେତା ପ୍ରଫୁଲ ପଟେଲ ସ୍ବରାଷ୍ଟ୍ର ମନ୍ତ୍ରୀଙ୍କୁ ଅହମ୍ମଦାବାଦ ସ୍ଥିତ ଫାର୍ମହାଉସରେ ଭେଟିଛନ୍ତି। ଉଲ୍ଲେଖଯୋଗ୍ୟ, ମୁମ୍ବାଇର ପୂର୍ବତନ କମିଶନର ପରମବୀର ସିଂ ରାଜ୍ୟ ଗୃହମନ୍ତ୍ରୀ ଅନୀଲ ଦେଶମୁଖଙ୍କ ବିରୋଧରେ ବଟି ଆଦାୟ ଭଳି ସଙ୍ଗୀନ ଅଭିଯୋଗ ଆଣି ମହାରାଷ୍ଟ୍ର ରାଜନୀତିରେ ଝଡ଼ ସୃଷ୍ଟି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ଭିଆଇପି ଟ୍ରିଟମେଣ୍ଟ! ସଚିନଙ୍କୁ ମିଳି ନ ଥିଲା; କାହିଁକି ହେଲା…?

ନୂଆଦିଲ୍ଲୀ, ୨୫ା୬: ଭାରତର ୧୫ ବର୍ଷୀୟ ପ୍ରତିଭାବାନ କ୍ରିକେଟର ବୈଭବ ସୂର୍ଯ୍ୟବଂଶୀଙ୍କ ଇଂଲଣ୍ଡ ଗସ୍ତକୁ ନେଇ ଏବେ ସାରା ଦେଶରେ ଜୋରଦାର ଚର୍ଚ୍ଚା ଚାଲିଛି। ଖବର ଅନୁଯାୟୀ, ଇଂଲଣ୍ଡରେ…

ଚଳନ୍ତା ଟ୍ରେନ୍‌ରୁ କାଠଯୋଡ଼ି ନଦୀବାଲିକୁ ଖସିପଡ଼ିଲେ ଯୁବକ: ଅଗ୍ନିଶମ ବାହିନୀ ଦ୍ୱାରା ଉଦ୍ଧାର, ଏସ୍‌ସିବିରେ ଭର୍ତ୍ତି

କଟକ, ୨୫ା୬(କାର୍ତ୍ତିକ ସାହୁ): କଟକ କାଠଯୋଡ଼ି ନଦୀ ବ୍ରିଜ୍‌ ଉପରେ ଏକ ରେଳ ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି ଜଣେ ଯୁବକ। ଏକ ଚଳନ୍ତା ଟ୍ରେନ୍‌ରୁ ଜଣେ ଯୁବକ…

ଟି୨୦ ବିଶ୍ୱକପ୍‌: ବାଂଲାଦେଶକୁ ହରାଇ ଭାରତର ତୃତୀୟ ବିଜୟ

ମାଞ୍ଚେଷ୍ଟର,୨୫ା୬: ଶେଫାଳି ବର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଗୁରୁବାର ଖେଳାଯାଇଥିବା ବାଂଲାଦେଶ ବିପକ୍ଷ ମହିଳା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌କୁ ଭାରତ ୫ ଉଇକେଟରେ ଜିତି ନେଇଛି। ବାଂଲାଦେଶ…

ସାଇକେଲରେ ଶବ ବୋହିବା ଘଟଣା: ପ୍ରଶାସନିକ ତତ୍ପରତା,ଶୋକସନ୍ତପ୍ତ ପରିବାରକୁ ଭେଟି…

ପାଇକମାଳ,୨୫।୬(ବଡ଼ ଶତପଥୀ)- ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ କଣ୍ଟାପଡ଼ା ଗ୍ରାମରେ ଘଟିଥିବା ଏକ ଅଭାବନୀୟ ଘଟଣାରେ ଜିଲା ଓ ବ୍ଲକ ପ୍ରଶାସନ ପକ୍ଷରୁ ତୁରନ୍ତ ସହାୟତାର…

ସ୍କୁଲକୁ ବିଳମ୍ବରେ ଆସିବା ପଡ଼ିଲା ମହଙ୍ଗା

ଉମରକୋଟ, ୨୫।୬(ସନ୍ତୋଷ ଶତପଥୀ): ଜଣେ ଶିକ୍ଷକ ସ୍କୁଲକୁ ପ୍ରତିଦିନ ବିଳମ୍ବରେ ଆସୁଥିବା ଅଭିଯୋଗ ହେବା ପରେ ଗୁରୁବାର ଉମରକୋଟ ବିଇଓ ତାଙ୍କର ଦରମା ବନ୍ଦ କରିଛନ୍ତି। ଏଥିସହ…

ମେଡିକାଲରୁ ଚମ୍ପଟ ମାରିଲେ ଅଭିଯୁକ୍ତ

ମାଲକାନଗିରି,୨୫।୬(ଦୁର୍ଯ୍ୟୋଧନ ପାତ୍ର): ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଗିରଫ ହୋଇଥିବା ଜଣେ ଅଭିଯୁକ୍ତଙ୍କୁ ପୋଲିସ ଗୁରୁବାର ମେଡିକାଲ ଚେକ୍‌ଅପ୍‌ ପାଇଁ ନେଉଥିବା ବେଳେ ଚିକିତ୍ସାଳୟ ନିକଟରୁ ସେ…

Ketan Murder Case:ପିତାଙ୍କ ଗୁହାରି, କହିଲେ ଝିଅକୁ ଦିଆଯାଉ ଫାଶୀ!

ପୁଣେ,୨୫।୬: ପୁଣେରେ ହାଇପ୍ରୋଫାଇଲ କେତନ ଅଗ୍ରୱାଲ ହତ୍ୟା ମାମଲାର ତଦନ୍ତ ଆଗକୁ ବଢ଼ିବା ସହିତ, ମାମଲାର ନୂତନ ଦିଗ ସାମ୍ନାକୁ ଆସୁଛି। ଏବେ, ମାମଲାର ମୁଖ୍ୟ ଅଭିଯୁକ୍ତ…

ଦୟନୀୟ ଯୋଗାଯୋଗ ବ୍ୟବସ୍ଥା, ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ

ମାଲକାନଗିରି,୨୫।୬(ଗୌରିଶଙ୍କର ପଣ୍ଡା): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅଧୀନ ସୀମାନ୍ତ ଗୋବିନ୍ଦପାଲି ପଞ୍ଚାୟତ ଅନ୍ଧାରି ଗାଁରେ ଦୟନୀୟ ଯୋଗାଯୋଗ ବ୍ୟବସ୍ଥାର ଚିତ୍ର ସାମ୍ନାକୁ ଆସିଛି। ଗାଁକୁ ଭଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri