Posted inଫୁରସତ

World Haemophilia Day: ଆଜି ବିଶ୍ୱ ହେମୋଫିଲିଆ ଦିବସ: ଜାଣନ୍ତୁ ଏହି ରୋଗର ଚିହ୍ନଟ,ଚିକିତ୍ସା,ନିବାରଣମୂଳକ ବ୍ୟବସ୍ଥା..

ହେମୋଫିଲିଆ ଏକ ଜିନ୍‌ ରୋଗ ଓ ବଂଶାନୁକ୍ରମିକ। ଏହା ଏକ ରକ୍ତଜନିତ ରୋଗ। ପରିବାରର ଏକାଧିକ ବ୍ୟକ୍ତି ଏହି ରୋଗଦ୍ୱାରା ଆକ୍ରାନ୍ତ ହୋଇପାରନ୍ତି। ମହିଳା ବା କନ୍ୟାସନ୍ତାନମାନେ ହେଉଛନ୍ତି ତ୍ରୁଟିଯୁକ୍ତ ଜିନ୍‌ର ବାହକ। ଏମାନଙ୍କଠାରେ ରୋଗଣା ଜିନ୍‌ ଥିଲେ ମଧ୍ୟ ଏମାନେ ଏହି ରୋଗ ଭୋଗି ନ ଥାନ୍ତି। ରୋଗ ଭୋଗିଥାଆନ୍ତି କେବଳ ପୁରୁଷ ବା ପୁତ୍ର ସନ୍ତାନମାନେ। ଏହି ରୋଗ ବିଷୟରେ ଜନସଚେତନତା ସୃଷ୍ଟି ଲାଗି ପ୍ରତିବର୍ଷ ଏପ୍ରିଲ ୧୭ ତାରିଖକୁ ‘ବିଶ୍ୱ ହେମୋଫିଲିଆ ଦିବସ’ ଭାବରେ ପାଳନ କରାଯାଇଆସୁଅଛି। ଚଳିତ ବର୍ଷର ଥିମ୍‌ ରହିଛି (ଆସେସ୍‌ ଫର୍‌ ଅଲ୍‌: ଓମେନ୍‌ ଆଣ୍ଡ ଗଲର୍‌ସ ଠୁ) ଏହାର ଅର୍ଥ ହେଲା: ରକ୍ତସ୍ରାବ ସମସ୍ୟା ସହ ଜଡିତ ମହିଳା ଏବଂ ଯୁବତୀମାନଙ୍କୁ ଅବହେଳା କରିବା ଠିକ୍‌ ନୁହେଁ। ତା’ ସହ ହେମୋଫିଲିଆ ବିଷୟରେ ଅଧିକ ଜନସଚେତନତାକୁ ପ୍ରାଥମିକତା ଦିଆଯିବା ଦରକାର। ‘ହେମୋଫିଲିଆ ଶବ୍ଦଟିରେ ରହିଛି ଦୁଇଟି ଅଂଶ, ଯଥା ‘ହେମୋ’ ଏବଂ ‘ଫିଲିଆ’। ‘ହେମୋ’ ଅର୍ଥ ରକ୍ତ ସମ୍ବନ୍ଧୀୟ ଏବଂ ‘ଫିଲିଆ’ ଅର୍ଥ ପ୍ରବଣତା। ଏହି ରୋଗ ହେଲେ ରକ୍ତ ଜମାଟ ବାନ୍ଧି ପାରେ ନାହିଁ।

ଚିହ୍ନିବ କିପରି: ପୁଅଟିଏ ଖେଳିବା ବେଳେ ସାମାନ୍ୟ ଖଣ୍ଡିଆ ଖାବରା ହୋଇପଡିଲେ କି ଦୁର୍ଘଟଣାଗ୍ରସ୍ତ ହେଲେ କ୍ଷତ ସ୍ଥାନରୁ ବହୁ ସମୟ ଧରି ରକ୍ତସ୍ରାବ ଚାଲିଥାଏ। ଦାନ୍ତ ଉପାଡିଲେ ମାଢ଼ିର ଉପୁଡା ଯାଇଥିବା ସ୍ଥାନରୁ ରକ୍ତ ଝରିବା ସହଜରେ ବନ୍ଦ ହୁଏ ନାହିଁ। ଛୋଟକାଟିଆ ଅପରେଶନ କଲାବେଳେ ମଧ୍ୟ ବହୁ ସମୟଧରି ରକ୍ତ ବୋହୁଥାଏ।
ଭିତରକୁ ରକ୍ତସ୍ରାବ ହେଲେ ଜାତ ହୁଏ ପେଶୀ ଯନ୍ତ୍ରଣା ଏବଂ ଉଦର ଭିତରକୁ ରକ୍ତସ୍ରାବ ହେଲେ ହୁଏ ଉଦର ଯନ୍ତ୍ରଣା। ମସ୍ତିଷ୍କ ଭିତରକୁ ରକ୍ତସ୍ରାବ ହୋଇ ଷ୍ଟ୍ରୋକ୍‌ ବା ପାରାଲିସିସ୍‌ ହୋଇପାରେ। ନାକ, ପାଟି ଓ ଦାନ୍ତ ମାଢ଼ିରୁ ବି ରକ୍ତ ଝରିପାରେ। ରକ୍ତବାନ୍ତି ଓ କଳାଝାଡା ହେବା ସଙ୍ଗେ ସଙ୍ଗେ ଝାଡା ଓ ପରିସ୍ରାରେ ମଧ୍ୟ ରକ୍ତ ପଡିପାରେ।

ରୋଗ ନିର୍ଣ୍ଣୟ ପାଇଁ ପରୀକ୍ଷା : ପିଲାର ରକ୍ତରେ ଫ୍ୟାକ୍ଟର VIII ଓ ଫ୍ୟାକ୍ଟର IXର ମାତ୍ରା ନିର୍ଦ୍ଧାରଣ କରି ରୋଗ ନିର୍ଣ୍ଣୟ କରାଯାଏ। ରୋଗୀଠାରେ ଫ୍ୟାକ୍ଟର VIIIର ଅଭାବ ଥିଲେ ‘ହେମୋଫିଲିଆ A’ ଏବଂ ଏବଂ ଫ୍ୟାକ୍ଟର IXର ଅଭାବ ଥିଲେ ‘ହେମୋଫିଲିଆ B’ ବୋଲି ନିର୍ଣ୍ଣୟ କରିବାରେ କୌଣସି ସନ୍ଦେହ ରହେ ନାହିଁ। ଏବେ ଗର୍ଭବତୀଙ୍କ ଗର୍ଭାଶୟରୁ ଜଳ ସଂଗ୍ରହ ଓ ସେହି ଜଳରେ ଥିବା ଜୀବକୋଷର ଜିନ୍‌ ପରୀକ୍ଷା କରି ଗର୍ଭସ୍ଥ ଶିଶୁ ରୋଗୀ କି ବାହକ ତାହା ଜାଣିହେଉଛି।

ଚିକିତ୍ସା : ହେମୋଫିଲିଆର ପ୍ରକାରକୁ ଚାହିଁ ରୋଗୀର ଶିରାବାଟେ ଫ୍ୟାକ୍ଟର VIII କିମ୍ବା ଫ୍ୟାକ୍ଟର IXର ଇଞ୍ଜେକସନ ଦେଇ ଚିକିତ୍ସା କରାଯାଉଛି। ଆମ ଦେଶର କେତେକ ରାଜ୍ୟ ସରକାର ହେମୋଫିଲିଆ ରୋଗୀଙ୍କର ଫ୍ୟାକ୍ଟର VIII ଏବଂ ଫ୍ୟାକ୍ଟର IX ମାଗଣାରେ ଯୋଗାଇ ଦେଉଛନ୍ତି। ଏବେ ମଧ୍ୟ ହେମୋଫିଲିଆ ରୋଗୀଙ୍କ ଚିକିତ୍ସା ପାଇଁ ଅନ୍ୟାନ୍ୟ ଔଷଧମାନ ମିଳିଲାଣି। ଜିନ୍‌ ଚିକିତ୍ସାର ମଧ୍ୟ ସୁଫଳ ମିଳୁଥିବା ପ୍ରକାଶ। ରୋଗୀଠାରେ ଗଣ୍ଠି ବିକୃତି ପ୍ରକାଶ ପାଇଥିଲେ ଫିଜିଓଥେରାପିଷ୍ଟଙ୍କ ପରାମର୍ଶ ମଧ୍ୟ ଲୋଡା।

ନିବାରଣମୂଳକ ବ୍ୟବସ୍ଥା: ରୋଗୀ ଯେପରି ଆଘାତ ପାଇ କ୍ଷତବିକ୍ଷତ ନ ହୁଅନ୍ତି ସେଥିପ୍ରତି ସତର୍କ ରୁହନ୍ତୁ। ରୋଗୀ ଖେଳାଖେଳି, ଓଜନିଆ ଜିନିଷ ଉଠାଇବା ସମୟରେ, ଧାରୁଆ ଅସ୍ତ୍ରଶସ୍ତ୍ର ବ୍ୟବହାର କରିବା ସମୟରେ ସତର୍କ ରହିବା ଉଚିତ। ଏମାନେ ଦାନ୍ତ ଘଷିବା ସମୟରେ ନରମ ବ୍ରଶ୍‌ ବ୍ୟବହାର କରନ୍ତୁ। ରୋଗୀକୁ ବାରମ୍ବାର ରକ୍ତ ନେବାକୁ ପଡିଥାଏ। ତେଣୁ ସେ ଯେପରି ହେପାଟାଇଟିସ୍‌-ବି, ଏବଂ ହେପାଟାଇଟିସ-ସି ତଥା ଏଚ୍‌ଆଇଭି ଦ୍ୱାରା ସଂକ୍ରମିତ ନ ହୁଏ ସେଥିପ୍ରତି ନଜର ଦିଅନ୍ତୁ। ଜାଣି ରଖିବା ଉଚିତ ଯେ, ହେମୋଫିଲିଆ ରୋଗ ସଂକ୍ରାମକ ନୁହେଁ। ତେଣୁ ତାହା ଅନ୍ୟମାନଙ୍କୁ ଡେଇଁବାର ଆଦୌ ଆଶଙ୍କା ନାହିଁ।
-ଡା. ନିତ୍ୟାନନ୍ଦ ସ୍ବାଇଁ,
ମୋ: ୮୩୨୮୯୭୫୧୧୮


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri