Posted inଜାତୀୟ

ଦେଶର କିଛି ରାଜ୍ୟରେ ମିଳିଲାଣି ଜିକା ଭାଇରସ, ଗୋଟିଏ ନମୁନାରେ ଜିକା, ଡେଙ୍ଗୁ , ଚିକନଗୁନିଆ

ନୂଆଦିଲ୍ଲୀ,୨୩ ।୬: ଦେଶର କିଛି ରାଜ୍ୟରେ ଜିକା ଭାଇରସ ମିଳିବା ଫଳରେ ଏବେ ଏହା ବିଶେଷଜ୍ଞଙ୍କୁ ଚିନ୍ତାରେ ପକାଇ ଦେଇଛି । ଏହାରୁ ନେଇ ପ୍ରତି ରାଜ୍ୟରେ ଗ୍ରାଉଣ୍ଡ ଲେବଲରୁ ସତର୍କ ରହିବାକୁ କୁହାଯାଇଛି । ନୂଆଦିଲ୍ଲୀସ୍ଥିତ ଭାରତୀୟ ଆୟୁର୍ବିଜ୍ଞାନ ଅନୁସନ୍ଧାନ ପରିଷଦ(ଆଇସିଏମଆର୍‌)ର ଅଧିନରେ ଥିବା ଦେଶର ଭିନ୍ନ ଭିନ୍ନ କେନ୍ଦ୍ର ମିଶି ଅନୁଧ୍ୟାନ କରିଛନ୍ତି କି ଦେଶର ଗୋଟିଏ କିମ୍ବା ଦୁଇଟି ନୁହେଁ କିଛି ରାଜ୍ୟରେ ଜିକା ଭାଇରସ ପହଞ୍ଚି ସାରିଲାଣି । କେବଳ ସେତିକି ନୁହେଁ ଜିକା ସହ ଡେଙ୍ଗୁ ଓ ଚିକନଗୁନିଆ ବି ଦେଖିବାକୁ ମିଳିଲାଣି ।
ଅର୍ଥାତ୍ ଜଣେ ରୋଗୀଙ୍କ ନିକଟରେ ଜିକା ବ୍ୟତୀତ ଡେଙ୍ଗୁ ଓ ଚିକନଗୁନିଆ ବି ଦେଖିବାକୁ ମିଳୁଛି । ପରୀକ୍ଷା ପରେ ଜଣାପଡିଛି କି ରୋଗୀଙ୍କ ନିକଟରେ ସହାୟକ ସଂକ୍ରମଣ ରହିଛି ଯାହାର ଏପର୍ଯ୍ୟନ୍ତ କୌଣସି ତଥ୍ୟ ଦିଆଯାଇ ନାହିଁ । ମେଡିକାଲ ଜର୍ନାଲ ଫ୍ରଣ୍ଟିୟର୍ସରେ ପ୍ରକାଶିତ ଏକ ଅଧ୍ୟୟନରେ ବିଶେଷଜ୍ଞମାନେ କହିଛନ୍ତି କି କିଛି ଦିନ ହେବ ଭାରତରେ ଜିକା ଭାଇରସର ଗମ୍ଭିର ସ୍ଥିତି ଦେଖିବାକୁ ମିଳିଛି । ଗତ ବର୍ଷ ଭିନ୍ନ ଭିନ୍ନ ରାଜ୍ୟରେ କିଛି ମାମଲା ବି ସାମ୍ନାକୁ ଆସିଛି ।


Enter your email to get our daily news in your inbox.

All Right Reserved By Dharitri.Com

୧୦ ଦିନ ପରେ ବି ପ୍ରୋରୋଗ ହୋଇନି ପାର୍ଲାମେଣ୍ଟ

ନୂଆଦିଲ୍ଲୀ,୨୪ା୮: ପାର୍ଲାମେଣ୍ଟର ଉଭୟ ଗୃହକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା କରାଯିବା ଇତିମଧ୍ୟରେ ୧୦ ଦିନ ବିତିଥିଲେ ମଧ୍ୟ ଏହାକୁ ଆନୁଷ୍ଠାନିକ ଭାବେ ବନ୍ଦ କରାଯାଇନାହିଁ।…

ଏସବୁ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ସତର୍କ ସୂଚନା ଜାରି କରି ପାଣିପାଗ ବିଭାଗ କହିଲା ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୨୪ା୮: ବଙ୍ଗୋପସାଗରରେ ରବିବାର ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ। ସନ୍ଧ୍ୟା ସୁଦ୍ଧା ଉତ୍ତର-ପଶ୍ଚିମ ବଙ୍ଗୋପସାଗର ସହ ସଂଲଗ୍ନ ଗାଙ୍ଗେଟିକ ପଶ୍ଚିମବଙ୍ଗ ଏବଂ ଉତ୍ତର ଓଡ଼ିଶା ଉପରେ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri