Posted inଜାତୀୟ

ସନ୍ଦେହରେ ଇଭିଏମ୍‌

ନୂଆଦିଲ୍ଲୀ, ୧୦।୧୦: ୯୦ ସଦସ୍ୟ ବିଶିଷ୍ଟ ହରିୟାଣା ବିଧାନସଭା ନିର୍ବାଚନରେ ସରକାର ଅଧିକ ଆମତ୍ବିଶ୍ୱାସୀ ହୋଇଯାଇଥିଲା। କଂଗ୍ରେସ ସରକାର ଗଢ଼ିବ ବୋଲି ଅଧିକାଂଶ ଏକ୍‌ଜିଟ୍‌ ପୋଲ ମଧ୍ୟ ଭବିଷ୍ୟବାଣୀ କରିଥିଲେ। କିନ୍ତୁ ଦଳକୁ ୩୭ ଆସନରେ ସଫଳତା ମିଳିଛି, ଯାହାକି ମ୍ୟାଜିକ୍‌ ନମ୍ବରଠାରୁ ୯ କମ୍‌। ଏହି ପରିଣାମକୁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଅପ୍ରତ୍ୟାଶିତ କହି ଏହା ଉପରେ ବିଶ୍ଳେଷଣ କରାଯିବ ବୋଲି କହିଛନ୍ତି। ଏଥିସହ ଲୋକଙ୍କ ସାମାଜିକ-ଅର୍ଥନୈତିକ ଅଧିକାର, ନ୍ୟାୟ ଓ ସତ୍ୟ ପାଇଁ ସ୍ବର ଉଠାଇବା ଜାରି ରଖିବେ ବୋଲି ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ସ୍ପଷ୍ଟ କରିଛନ୍ତି। ଏହାର ଜବାବରେ ନିର୍ବାଚନ କମିଶନ (ଇସି) ରାହୁଲ ଓ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେଙ୍କୁ ପତ୍ର ଲେଖିଛନ୍ତି। ରାହୁଲଙ୍କ ଏଭଳି ମନ୍ତବ୍ୟ ଗ୍ରହଣୀୟ ନୁହେଁ ବୋଲି ଇସି କହିଛନ୍ତି। ଇତିମଧ୍ୟରେ କଂଗ୍ରେସର ୧୨ ଜଣିଆ ପ୍ରତିନିଧି ଦଳ ଇସିଙ୍କୁ ଭେଟି ହରିୟାଣା ଭୋଟ ଗଣତି ବେଳେ ଇଲେକ୍ଟ୍ରୋନିକ୍‌ ଭୋଟିଂ ମେଶିନ୍‌ ଇଭିଏମ୍‌ରେ ଜାଲିଆତି ହୋଇଥିବା ଅଭିଯୋଗ ଆଣିଛନ୍ତି। ଏଭଳି ଇଭିଏମ୍‌ଗୁଡ଼ିକୁ ତୁରନ୍ତ ସିଲ୍‌ କରାଯାଇ ତଦନ୍ତ କରିବାକୁ ସେମାନେ ଦାବି କରିଛନ୍ତି। ପ୍ରତିନିଧି ଦଳରେ ହରିୟାଣାର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୂପିନ୍ଦର ସିଂ ହୁଡ଼ା, ରାଜସ୍ଥାନର ପୂର୍ବ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌, ଏଆଇସିସି ସାଧାରଣ ସମ୍ପାଦକ କେ.ସି. ବେଣୁଗୋପାଳ, ଜୟରାମ ରମେଶ, ଅଜୟ ମାକେନ, ପବନ ଖେରା ଏବଂ ଦଳର ଅନ୍ୟ ବରିଷ୍ଠ ନେତାମାନେ ସାମିଲ ଥିଲେ। ସେମାନେ ଇସିଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରି ବିଭିନ୍ନ ଆସନରେ ହୋଇଥିବା ଇଭିଏମ୍‌ ତ୍ରୁଟି ସମ୍ପର୍କରେ ଦୃଷ୍ଟି ଆକର୍ଷଣ କରିଥିଲେ। ଇଭିଏମ୍‌ ଜାଲିଆତିର ଅନୂ୍ୟନ ୨୦ଟି ଅଭିଯୋଗ ଆସିଥିବା ଅଭିଯୋଗ ଆଣି ଏହାର ତଦନ୍ତ ଦାବି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାକାଶରେ ହୋଇପାରେ ଜୋରଦାର ଟକ୍କର! ଭାରତର ୨୦ରୁ ୨୨ ସାଟେଲାଇଟ୍‌ ଉପରେ…

ନୂଆଦିଲ୍ଲୀ,୬।୮: ଲୋକ ସଭାରେ ସରକାର ଜଣାଇଛନ୍ତି ଯେ ଭାରତର ଲୋ ଅର୍ଥ ଅରବିଟ୍ (LEO)ରେ କାର୍ଯ୍ୟରତ ୨୨ଟି ସକ୍ରିୟ ସାଟେଲାଇଟ୍ (ଉପଗ୍ରହ) ମଧ୍ୟରୁ ୨୦ଟି ଉପରେ ଧକ୍କା…

ବଡ଼ ଦୁର୍ଘଟଣା: ଭୁଶୁଡ଼ି ପଡ଼ିଲା ଶହେ ବର୍ଷ ପୁରୁଣା କୋଠା, ଗୋଟିଏ ପରିବାରର ୬ ମୃତ

ଲକ୍ଷ୍ନୌ,୬।୮: ଉତ୍ତରପ୍ରଦେଶର ପ୍ରତାପଗଡ଼ରେ ଏକ ବଡ଼ ଦୁର୍ଘଟଣା ଘଟିଛି। ନଗର କୋତବାଲି ଅନ୍ତର୍ଗତ ମହୁଲି ନିକଟରେ ଏକ ଶହେ ବର୍ଷ ପୁରୁଣା ଜର୍ଜର ଘର ହଠାତ୍‌ ଭୁଶୁଡ଼ି…

ଶେଖ ହାସିନାଙ୍କ ପରେ ମୁହଁ ଖୋଲିଲେ ତାଙ୍କ ପୁଅ, ଭାରତକୁ ନେଇ ଦେଲେ ଚମକାଇବା ଭଳି ବୟାନ!

ଢାକା,୬ା୮: ସତ୍ତା ହରାଇବା ଏବଂ ଦେଶ ଛାଡ଼ିବାର ପ୍ରାୟ ଦୁଇ ବର୍ଷ ପରେ ପ୍ରଥମ ଥର ପାଇଁ ସାର୍ବଜନୀନ ଭାବେ ସାମ୍ନାକୁ ଆସିଥିବା ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ…

ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…

ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨…

ଭିତ୍ତିଭୂମି ଅଭାବରେ କ୍ରୀଡ଼ା ବିକାଶ ଦିଗହରା: ଜାତୀୟସ୍ତରରେ ସଫଳତା ସତ୍ତ୍ୱେ ମିଳୁନି ପ୍ରୋତ୍ସାହନ

ଅମରପାଲି,୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଉପଖଣ୍ଡରେ ଭିତ୍ତିଭୂମି ଅଭାବ କାରଣରୁ କ୍ରୀଡ଼ାର ବିକାଶ କ୍ଷେତ୍ରରେ ଦିଗହରା ହୋଇଛି। ବୀରମହାରାଜପୁର ଏନ୍‌ଏସି, ବୀରମହାରାଜପୁର ଓ ଉଲୁଣ୍ଡା ବ୍ଲକକୁ…

ପୂର୍ବତନ ବିଧାୟକଙ୍କ ଝିଅଙ୍କୁ ଯୌତୁକ ନିର୍ଯାତନା,ହତ୍ୟା ଉଦ୍ୟମ: ଅଭିଯୁକ୍ତ ସ୍ବାମୀଙ୍କୁ ଅନୁଗୋଳରୁ ଗିରଫ କଲା ପୋଲିସ

ଦେବଗଡ,୬।୮(ଶଶାଙ୍କ ଶେଖର ଝାଙ୍କର) : ଦେବଗଡ ସହରର ଜଣେ ଯୁବତୀଙ୍କୁ ବିବାହ ପରେ ଯୌତୁକ ନିର୍ଯାତନା ଓ ହତ୍ୟା ଉଦ୍ୟମ ଅଭିଯୋଗରେ ଦେବଗଡ ଥାନା ପୋଲିସ ଅନୁଗୋଳର…

ବୈଭବଙ୍କ ଅବସ୍ଥା ଏଭଳି ହେବ, କରାଇଲେ ସତର୍କ; ଦିଗ୍ଗଜଙ୍କ ବୟାନକୁ ନେଇ କ୍ରିକେଟ ଜଗତରେ ଚହଳ

ନୂଆଦିଲ୍ଲୀ,୬।୮: ବୈଭବ ସୂର୍ଯ୍ୟବଂଶୀ ମାତ୍ର ୧୫ ବର୍ଷ ବୟସରେ ଅନ୍ତର୍ଜାତୀୟ କ୍ରିକେଟରେ ହଇଚଇ ସୃଷ୍ଟି କରିଛନ୍ତି। ଏହା ସହିତ ସେ ଭାରତୀୟ ପୁରୁଷ ଦଳର ସବୁଠାରୁ କମ…

ଗ୍ରହଣ ସମୟରେ ଭଗବାନଙ୍କ ମୂର୍ତ୍ତୀ ଛୁଇଁବାକୁ କାହିଁକି ବାରଣ କରାଯାଏ? ସତ ଜାଣିଲେ…

ଶ୍ରାବଣର ପବିତ୍ର ମାସ ଭଗବାନ ଶିବଙ୍କ ଆରାଧନା ପାଇଁ ଅତ୍ୟନ୍ତ ଖାସ୍ ବୋଲି ମାନାଯାଏ। ଏହି ସମୟରେ ସାରା ଦେଶର ଶିବ ମନ୍ଦିରଗୁଡ଼ିକରେ ଭକ୍ତଙ୍କ ଭିଡ଼ ଦେଖିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri