Posted inଜାତୀୟ

ଅଟକି ରହିଛି ଇଭିଏମ୍‌, ୟୁପି-ପଞ୍ଜାବ-ଗୋଆ-ମଣିପୁରରେ ବିଧାନସଭା ନିର୍ବାଚନ ହେବା ନେଇ ଆଶଙ୍କା …

ନୂଆଦିଲ୍ଲୀ,୨।୯: ଆସନ୍ତା ବର୍ଷ ଉତ୍ତରପ୍ରଦେଶ (ୟୁପି), ପଞ୍ଜାବ, ଗୋଆ ଏବଂ ମଣିପୁରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏନେଇ ଆଶଙ୍କା ସୃଷ୍ଟି ହୋଇଛି। ଇଭିଏମ୍‌ ଏବଂ ଭିଭିପାଟ୍‌ ଅଭାବ ଯୋଗୁ ନିର୍ବାଚନ କରାଇବାକୁ ନିର୍ବାଚନ ଆୟୋଗ (ଇସି)ଙ୍କ ପକ୍ଷରୁ ଚିନ୍ତା ପ୍ରକଟ କରାଯାଇଛି। ନିର୍ବାଚନ ଆୟୋଗ ଏହି ରାଜ୍ୟଗୁଡିକରେ ନିର୍ବାଚନ ପରିଚାଳନା କରିବାରେ ଅସମର୍ଥତା ପ୍ରକାଶ କରିଛନ୍ତି। ଇଭିଏମ ଏବଂ ଭିଭିପାଟ୍‌ ଆସାମ, କେରଳ, ତାମିଲନାଡୁ, ଦିଲ୍ଲୀ, ପୁଡୁଚେରୀ ଏବଂ ପଶ୍ଚିମବଙ୍ଗରେ ଅଟକି ରହିଛି। ଏ ସମ୍ପର୍କରେ ଆୟୋଗଙ୍କ ପକ୍ଷରୁ ସୁପ୍ରିମକୋର୍ଟ (ଏସ୍‌ସି)ରେ ଏକ ପିଟିସନ ମଧ୍ୟ ଦାଖଲ କରାଯାଇଛି।

୬ଟି ରାଜ୍ୟରେ ଅଟକି ରହିଥିବା ଇଭିଏମ୍‌ ଗୁଡିକର ପୁନଃ ବ୍ୟବହାର ପାଇଁ ଅନୁମତି ଲାଗି ନିର୍ବାଚନ ଆୟୋଗ ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ଆସାମ, କେରଳ, ଦିଲ୍ଲୀ, ପୁଡୁଚେରୀ, ତାମିଲନାଡୁ ଏବଂ ପଶ୍ଚିମବଙ୍ଗରେ ଅନୁଷ୍ଠିତ ହୋଇଥିବା ନିର୍ବାଚନ ପରଠାରୁ ଇଭିଏମ ଏବହ ଭିଭିପାଟ୍‌ ସେଠାରେ ରହିଥିବା ଆୟୋଗ କହିଛନ୍ତି।
ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି ଏନ.ଭି ରମନା, ଜଷ୍ଟିସ ସୂର୍ଯ୍ୟକାନ୍ତ ଏବଂ ଜଷ୍ଟିସ ଏ.ଏସ୍‌.ବୋପାନ୍ନାଙ୍କ ନେତୃତ୍ୱରେ ଗଠିତ ତିନିଜଣିଆ ଖଣ୍ଡପୀଠଙ୍କ ସମ୍ମୁଖେରେ ଆୟୋଗଙ୍କ ପକ୍ଷରୁ ହାଜର ହୋଇଥିବା ବରିଷ୍ଠ ଆଇନଜୀବୀ ବିକାଶ ସିଂ କହିିଛନ୍ତି ଯେ ବହୁ ସଂଖ୍ୟକ ଇଲେକ୍ଟ୍ରୋନିକ ଭୋଟିଂ ମେସିନ (ଇଭିଏମ) ଏବଂ ଭୋଟର ଭେରିଫାଏଡ ପେପର ଅଡିଟ ଟ୍ରେଲ ମେସିନ (ଭିଭିପିଏଟି) ବିଭିନ୍ନ ରାଜ୍ୟରେ ପଡ଼ି ରହିଛି। ଆୟୋଗ ଏସବୁକୁୁ ଆଗାମୀ ନିର୍ବାଚନ ପାଇଁ ଆବଶ୍ୟକ କରୁଛନ୍ତିି। ଆୟୋଗଙ୍କ ବିବୃତ୍ତି ଶୁଣିବା ପରେ ଖଣ୍ଡପୀଠ କହିଛନ୍ତି ଯେ ଏହାର ଶୂଣାଣି ଆସନ୍ତା ସପ୍ତାହରେ କରାଯିବ।
ବରିଷ୍ଠ ଆଇନଜୀବୀ କହିଛନ୍ତି, ଏହି ଇଭିଏମ ଏବଂ ଭିଭିପିଏଟ ମେସିନଗୁଡ଼ିକ ଠିକ କରିବାକୁ ପଡିବ। ଅଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଆବେଦନ ଉପରେ ଶୁଣାଣି କରିବା ଶୀଘ୍ର ଆବଶ୍ୟକ। ଏହାର ଉତ୍ତରରେ ଖଣ୍ଡପୀଠ କହିଛନ୍ତି ଯେ, ଠିକ ଅଛି, ଆସନ୍ତା ସପ୍ତାହରେ ଏ ପ୍ରସଙ୍ଗରେ ଆଲୋଚନା କରାଯିବ।

କରୋନାର ଦ୍ୱିତୀୟ ଲହରକୁ ଦୃଷ୍ଟିରେ ରଖି ୨୦୨୧ ଏପ୍ରିଲ ୨୭ ରେ ପ୍ରଧାନ ବିଚାରପତିଙ୍କ ନେତୃତ୍ୱରେ ଏକ ଖଣ୍ଡପୀଠ ଲୋକ ପ୍ରତିନିଧି ଅଧିନିୟମ, ୧୯୫୧ ଅନୁଯାୟୀ ନିର୍ବାଚନ ଆବେଦନ ସମେତ ଆବେଦନପତ୍ର ଦାଖଲ ପାଇଁ ଆଇନଗତ ସମୟକୁ କୋହଳ କରିଥିଲେ। ଫଳସ୍ବରୂପ, ଯେ କୌଣସି ବ୍ୟକ୍ତି ନିର୍ବାଚିତ ପ୍ରାର୍ଥୀ ଚୟନକୁ ଚ୍ୟାଲେଞ୍ଜ କରିପାରିବେ ଏବଂ ପ୍ରକ୍ରିୟା ଅନୁଯାୟୀ, ନ୍ୟାୟିକ ପ୍ରକ୍ରିୟାକୁ ଦୃଷ୍ଟିରେ ରଖି ନିର୍ବାଚନ ଆୟୋଗଙ୍କୁ ପ୍ରମାଣ ସ୍ବରୂପ ଇଭିଏମ ଏବଂ ଭିଭିପାଟ୍‌ ମେସିନଗୁଡ଼ିକୁ ସଂରକ୍ଷଣ କରିବାକୁ ପଡିବ।

ଆୟୋଗ ତାଙ୍କ ଆବେଦନରେ କହିଛନ୍ତି ଯେ ଏହି କାରଣରୁ ନିକଟରେ ଶେଷ ହୋଇଥିବା ବିଧାନସଭା ନିର୍ବାଚନରେ ବ୍ୟବହୃତ ସମସ୍ତ ଇଭିଏମ ଏବଂ ଭିଭିପାଟ୍‌ଗୁଡିକ ଅବରୋଧ କରାଯାଇଛି ଏବଂ ସେଗୁଡିକ ଆଗାମୀ ନିର୍ବାଚନରେ ବ୍ୟବହାର କରାଯିବା ନେଇ ସଙ୍କଟ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ବିଜୟଙ୍କୁ ଲାଗିବ ବଡ଼ ଝଟକା? ଉପ-ନିର୍ବାଚନରେ TVK ଟଙ୍କା ବାଣ୍ଟୁଥିବା ନେଇ ସହଯୋଗୀ ଦଳର ଦାବି

ଚେନ୍ନାଇ,୨।୧୦: ତାମିଲନାଡୁର ମଦୁରାନଥକମ ଏବଂ ଧାରାପୁରମ ନିର୍ବାଚନ ମଣ୍ଡଳୀରେ ଅକ୍ଟୋବର ୬ରେ ହେବାକୁ ଥିବା ଉପ-ନିର୍ବାଚନ ପୂର୍ବରୁ, ମୁଖ୍ୟମନ୍ତ୍ରୀ ବିଜୟଙ୍କ ଦଳ ‘ଟିଭିକେ’ (TVK) ବିରୁଦ୍ଧରେ ଗୁରୁତର…

ଜିଓର ଦମଦାର ଅଫର: ୧୪୯୯ ଟଙ୍କାରେ ମିଳିବ ଫୋନ୍‌, ୬ ମାସ ମାଗଣା ରିଚାର୍ଜ

ମୁମ୍ବାଇ,୨।୧୦: ୧୦ମ ବାର୍ଷିକୋତ୍ସବ ଉପଲକ୍ଷେ ଜିଓ ସ୍ବତନ୍ତ୍ର ଅଫର ଘୋଷଣା କରିଛି । ୧୪୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍‌ ସହ ୬ ମାସର ମାଗଣା…

ସ୍ମିତ୍‌ ମଚ୍ଛାରଙ୍କ ସାହସର ଖୁବ ପ୍ରଶଂସା କରି ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ‘ଫ୍ଲାଏଦୁବାଇ’ (Flydubai) ବିମାନର ପାଇଲଟ କ୍ୟାପଟେନ ସ୍ମିତ୍‌ ମଚ୍ଛାରଙ୍କ ସହ ଫୋନ ଯୋଗେ କଥା ହୋଇଥିଲେ। କ୍ୟାପଟେନ ସ୍ମିତ୍‌ ନିଜର ଅନୁଭୂତି…

ମିଠା ପ୍ୟାକେଟ୍‌ ଖୋଳ ତିଆରି କରୁଛନ୍ତି ବାପା: ଦେଶ ପାଇଁ ସ୍ବର୍ଣ୍ଣ ଆଣିଲେ ଝିଅ

ନୂଆଦିଲ୍ଲୀ,୨।୧୦: ଏସିଆନ ଗେମ୍ସ ୨୦୨୬ରେ ଭାରତୀୟ ମହିଳା ରିକର୍ଭ ତୀରନ୍ଦାଜୀ ଦଳ ଇତିହାସ ରଚିଛି। ଅଙ୍କିତା ଭକତ, କୀର୍ତ୍ତି ଓ କୁମକୁମ ମୋହୋଦଙ୍କୁ ନେଇ ଗଠିତ ଭାରତୀୟ…

ଝାଟିପଦର ଠାକୁରାଣୀ ମନ୍ଦିରରେ ଶେଷ ପର୍ଯ୍ୟାୟରେ ନବରାତ୍ର ପୂଜା ପ୍ରସ୍ତୁତି

ଗଞ୍ଜାମ,୨ା୧୦(ବିଦ୍ୟାଧର ସାହୁ): ଚଳିତ ଆଶ୍ୱିନ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥି ଶନିବାରଠାରୁ ଆରମ୍ଭ ହୋଇଛି ମା’ ଠାକୁରାଣୀଙ୍କ ପୀଠରେ ଶାରଦୀୟ ନବ ରାତ୍ର ପୂଜା। ଏହି ପୂଜା…

ଫ୍ଲାଇଦୁବାଇ ଘଟଣାରେ ବଡ଼ ଖୁଲାସା; ସାମ୍ନାକୁ ଆସିଲା ସ୍ମିତଙ୍କ ନୂଆ ଭିଡିଓ, ମୋତେ….

ନୂଆଦିଲ୍ଲୀ,୨।୧୦: ଦୁବାଇରୁ ତେଲ୍‌ ଅଭିଭ୍‌ ଯାଉଥିବା ଫ୍ଲାଇଦୁବାଇ ବିମାନରେ ଘଟିଥିବା କକ୍‌ପିଟ୍‌ ଆକ୍ରମଣ ଘଟଣାକୁ ନେଇ ନୂଆ ଭିଡିଓ ସାମ୍ନାକୁ ଆସିଛି । ଭିଡିଓରେ ବିମାନ ଭିତରେ…

କୁକୁର ମୁହଁରୁ କୃଷ୍ଣସାର ମୃଗଛୁଆକୁ ଉଦ୍ଧାର କରି ଘରେ ରଖିଥିଲେ ବ୍ୟକ୍ତି, ବନ ବିଭାଗ କର୍ମଚାରୀ ପହଞ୍ଚି…

ଦିଗପହଣ୍ଡି,୨।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚୌଧୁରୀ ଟିକରପଡ଼ା ପଞ୍ଚାୟତ ବଜ୍ରଗୁମାରୁ ଏକ କୃଷ୍ଣସାର ମୃଗ ଛୁଆକୁ ବନ ବିଭାଗ କର୍ମଚାରୀମାନେ ଉଦ୍ଧାର କରିଛନ୍ତି।…

ଇତିହାସ ରଚିଲେ ସୁନା ଝିଅ ଲଭଲିନା: ଏସିଆନ ଗେମ୍ସରେ କଲେ କମାଲ୍‌

ନୂଆଦିଲ୍ଲୀ,୨।୧୦: ଭାରତୀୟ ବକ୍ସିଂ ପାଇଁ ଆସିଛି ବଡ଼ ଖୁସି ଖବର। ୨୦୨୬ ଏସିଆନ ଗେମ୍ସରେ ମହିଳା ୭୫ କିଲୋଗ୍ରାମ ବର୍ଗରେ ସ୍ବର୍ଣ୍ଣ ପଦକ ଜିତିଛନ୍ତି ଭାରତୀୟ ବକ୍ସର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?