ଆଗକୁ ସାଧାରଣ ନିର୍ବାଚନ, ଅକ୍ଟୋବର ୩ରୁ ଇଭିଏମ୍‌ ଯାଞ୍ଚ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ କିଛି ମାସ ରହିଛି। ଏହା ପୂର୍ବରୁ ସମସ୍ତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ଏଫ୍‌ଏଲ୍‌ସି ତନଖି କାର୍ଯ୍ୟ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଉପକୂଳବର୍ତ୍ତୀ ୧୦ଟି ଜିଲା ପାଇଁ ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର ୩ରୁ ୨୦ ତାରିଖ ଯାଏ ଏବଂ ଅବଶିଷ୍ଟ ୨୦ ଜିଲା ପାଇଁ ନଭେମ୍ବର ୧ରୁ ୧୫ ତାରିଖ ଯାଏ ଜିଲାସ୍ତରରେ ଅନୁଷ୍ଠିତ ହେବ । ଶନିବାର ଅନୁଷ୍ଠିତ ଦିନିକିଆ କର୍ମଶାଳାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି।

ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀଠାରେ ରାଜ୍ୟର ସମସ୍ତ ଜିଲାପାଳ, ଅତିରିକ୍ତ ଜିଲାପାଳ ଏବଂ ଡେପୁଟି କଲେକ୍ଟରମାନଙ୍କୁ ନେଇ ଇଭିଏମ୍‌ର ଯାଞ୍ଚ କାର୍ଯ୍ୟ ସମ୍ପର୍କରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ କର୍ମଶାଳାର ଶୁଭାରମ୍ଭ କରିବା ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ତନଖି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ତନଖି କାର୍ଯ୍ୟକ୍ରମ ହେଉଥିବା ହଲ୍‌ରେ ଫଟୋଗ୍ରାଫି/ଭିଡିଓଗ୍ରାଫି କିମ୍ବା ମୋବାଇଲ ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ହେଉଥିବା ହଲ୍‌ଟି ସମ୍ପୂର୍ଣ୍ଣ ଭାବେ ସିସିଟିଭି ନଜରରେ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳମାନେ ନିୟମିତ ଭାବେ ଇଭିଏମ୍‌ ତନଖି କାର୍ଯ୍ୟକ୍ରମକୁ ପରିଦର୍ଶନ କରିବେ। ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ଶେଷରେ ଇଭିଏମ୍‌ ସୁପରଭାଇଜର ଏଫ୍‌ଏଲ୍‌ସି ସାର୍ଟିଫିକେଟ୍‌ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପ୍ରଦାନ କରିବେ । ଇଭିଏମ୍‌ ତନଖି କାର୍ଯ୍ୟ ନିମନ୍ତେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରାୟ ୩୦୦ ଜଣ ଇଞ୍ଜିନିୟର ନିଯୁକ୍ତ ହେବେ । ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିବ ା ଏହି ସମୟରେ ବ୍ୟାପକ ସୁରକ୍ଷା ନିମନ୍ତେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ତରଫରୁ ୧ ସେକ୍‌ଶନ ପୋଲିସ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ନିର୍ବାଚନ ଆୟୋଗଙ୍କ ତରଫରୁ ନିର୍ଦ୍ଦେଶକ(ଇଭିଏମ୍‌) ଏସ୍‌. ସୁନ୍ଦରରାଜନ୍‌, ନିର୍ବାଚନ ଆୟୋଗଙ୍କ ସଚିବ ମଧୁସୂଦନ ଗୁପ୍ତା ଏବଂ ଭାରତ ଇଲେକ୍‌ଟ୍ରୋନିକ୍ସ କର୍ପୋରେଶନ୍‌ର ଡେପୁଟି ଜିଏମ୍‌ ପି.ସି. ମଣ୍ଡଳ, ରାଜ୍ୟ ଇଭିଏମ୍‌ ନୋଡାଲ ଅଧିକାରୀ ତଥା ଜାତୀୟସ୍ତରୀୟ ମାଷ୍ଟରଟ୍ରେନର ପ୍ରମୋଦ କୁମାର ସାହୁ ପ୍ରମୁଖ କର୍ମଶାଳାରେ ଉପସ୍ଥିତ ରହି ପ୍ରଥମ ପର୍ଯ୍ୟାୟ ଇଭିଏମ୍‌ ତନଖି କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଭାବେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏହି କର୍ମଶାଳାରେ ସମସ୍ତ ଜିଲାପାଳ, ଅତିରିକ୍ତ ଜିଲାପାଳ ଓ ଡେପୁଟି କଲେକ୍‌ଟର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ମିହିର କୁମାର ମହାନ୍ତି, ଯୁଗ୍ମ ସଚିବ ସଞ୍ଜୟ କୁମାର ଲୁଗୁନ୍‌, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସମେତ ନିର୍ବାଚନ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଓଡ଼ିଶା ସୀମାନ୍ତ ଗ୍ରାମରେ ଆନ୍ଧ୍ର ପକ୍ଷରୁ କିଷାନ କାର୍ଡ ଲାଗି ଚାଲିଛି ସର୍ଭେ, ହାତ ବାନ୍ଧି ବସିଛି ପଟ୍ଟାଙ୍ଗି ବ୍ଲକ ପ୍ରଶାସନ  

ପଟ୍ଟାଙ୍ଗି,୧୪।୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ତଥା ଓଡିଶା ଅଧୀନରେ ରହିଥିବା କୋଟିଆ ପଞ୍ଚାୟତର ସୀମାନ୍ତ ମାଡକାର ଗ୍ରାମରେ ପଡୋଶୀ ଆନ୍ଧ୍ର କରୁଛି ପିଏମ୍…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

ବୁଲାଣି ରାସ୍ତାରେ ଅଘଟଣ: ଓଭରଟେକ୍‌ କରିବା ବେଳେ ଓଲଟି ପଡ଼ିଲା ବସ୍‌, ୧୪ ଯାତ୍ରୀ…

ଗଜପତି/ମୋହନା,୧୪।୨(ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର )): ଗଜପତି ଜିଲା ଚାନ୍ଦିପୁଟ କଲେଜ ନିକଟରେ ଥିବା ବୁଲାଣି ରାସ୍ତାରେ ଶନିବାର ବଡ଼ ଦୁର୍ଘଟଣା ଘଟିଛି। ରାସ୍ତାକଡ଼ରେ ଥିବା ମାଟି ଅତଡ଼ାରେ…

ଟ୍ରାକ୍‌ରୁ ଖସିଲା ଟ୍ରେନ୍‌, ଯୁଦ୍ଧକାଳୀନ ଭିତ୍ତିରେ ଚାଲିଛି…

କୋରାପୁଟ,୧୪ା୨(ଅମିତାଭ ବେହେରା): କୋରାପୁଟ ନିକଟରେ ଏକ ମାଲବାହୀ ଟ୍ରେନର ଗୋଟିଏ ଓ୍ବାଗନ ଲାଇନଚ୍ୟୁତ ହୋଇଥିବା ଜଣାଯାଇଛି। କେ କେ ଲାଇନର ଦୟାନିଧିଗୁଡ଼ା-ମାନବାର ମଧ୍ୟରେ ଏହି ଓ୍ବାଗନ ଲାଇନଚ୍ୟୁତ…

ବିଧାୟକଙ୍କ ବଡ଼ ବୟାନ: ଏଣିକି ତଡ଼ିପାର୍‌ ହେବେ ସହରର…

ବରଗଡ଼,୧୪ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ବିକାଶ ଆଡ଼କୁ ମୁହାଁଉଛି। ମାତ୍ର ଏଠାରେ ଆଇନଶୃଙ୍ଖଳା ତଥା ସୁରକ୍ଷା ବ୍ୟବସ୍ଥା ହୁଗୁଳା ହୋଇପଡ଼ିଛି। ସ୍ଥାନୀୟ ଯୁବପିଢ଼ି ନିଶାଖୋର୍‌ ହୋଇ ପଥଭ୍ରଷ୍ଟ…

ଜୀବିତ ବୃଦ୍ଧାଙ୍କୁ ମୃତ ସଜାଇ ୪ ବର୍ଷ ହେଲା ମୁହଁରୁ ଦାନା ଛଡ଼ାଇ ନେଇଛନ୍ତି, ଏଯାଏ ମିଳିନି ଆବାସ କି…

ଥୁଆମୂଳ ରାମପୁର,୧୪ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଅଡ୍ରି ପଞ୍ଚାୟତସ୍ଥିତ ଦୋଲଗୁଡ଼ା (ଟଟା ପଡ଼ା) ଗ୍ରାମରେ ଯେଉଁ ଦୃଶ୍ୟ ଦେଖିବାକୁ ମିଳିଛି, ତାହା ବିକାଶର…

ବିଜେଡି ନେତୃତ୍ୱ: କଳିକେଶଙ୍କୁ ନେଇ ଏମିତି କିଛି କହିଲେ ଦେବାଶିଷ

ଭୁବନେଶ୍ୱର,୧୪।୨ କଳିକେଶଙ୍କୁ ବିଜେଡି ନେତୃତ୍ୱ ଦାବିରେ ମୁହଁ ଖୋଲିଲେ ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସେ ଜଣେ ଯୁବ ଦକ୍ଷ ନେତା, ତାଙ୍କ ପରିବାର ସହ ନବୀନଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri