ଆଗକୁ ସାଧାରଣ ନିର୍ବାଚନ, ଅକ୍ଟୋବର ୩ରୁ ଇଭିଏମ୍‌ ଯାଞ୍ଚ

ଭୁବନେଶ୍ୱର,୨୪।୯(ଅନିଲ ଦାସ): ସାଧାରଣ ନିର୍ବାଚନକୁ ଆଉ କିଛି ମାସ ରହିଛି। ଏହା ପୂର୍ବରୁ ସମସ୍ତ ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ଏଫ୍‌ଏଲ୍‌ସି ତନଖି କାର୍ଯ୍ୟ ୨ଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ । ଉପକୂଳବର୍ତ୍ତୀ ୧୦ଟି ଜିଲା ପାଇଁ ପ୍ରଥମ ପର୍ଯ୍ୟାୟରେ ଅକ୍ଟୋବର ୩ରୁ ୨୦ ତାରିଖ ଯାଏ ଏବଂ ଅବଶିଷ୍ଟ ୨୦ ଜିଲା ପାଇଁ ନଭେମ୍ବର ୧ରୁ ୧୫ ତାରିଖ ଯାଏ ଜିଲାସ୍ତରରେ ଅନୁଷ୍ଠିତ ହେବ । ଶନିବାର ଅନୁଷ୍ଠିତ ଦିନିକିଆ କର୍ମଶାଳାରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଏହି ସୂଚନା ଦେଇଛନ୍ତି।

ଭୁବନେଶ୍ୱରସ୍ଥିତ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀଠାରେ ରାଜ୍ୟର ସମସ୍ତ ଜିଲାପାଳ, ଅତିରିକ୍ତ ଜିଲାପାଳ ଏବଂ ଡେପୁଟି କଲେକ୍ଟରମାନଙ୍କୁ ନେଇ ଇଭିଏମ୍‌ର ଯାଞ୍ଚ କାର୍ଯ୍ୟ ସମ୍ପର୍କରେ ଏକ ଦିନିକିଆ କର୍ମଶାଳା ଅନୁଷ୍ଠିତ ହୋଇଛି । ମୁଖ୍ୟ ନିର୍ବାଚନ ଅଧିକାରୀ କର୍ମଶାଳାର ଶୁଭାରମ୍ଭ କରିବା ସହ ଆଗାମୀ ଦିନରେ ହେବାକୁ ଥିବା ପ୍ରଥମ ପର୍ଯ୍ୟାୟ ତନଖି କାର୍ଯ୍ୟକ୍ରମ ସମ୍ପର୍କରେ ସୂଚନା ଦେଇଥିଲେ। ତନଖି କାର୍ଯ୍ୟକ୍ରମ ହେଉଥିବା ହଲ୍‌ରେ ଫଟୋଗ୍ରାଫି/ଭିଡିଓଗ୍ରାଫି କିମ୍ବା ମୋବାଇଲ ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ହେଉଥିବା ହଲ୍‌ଟି ସମ୍ପୂର୍ଣ୍ଣ ଭାବେ ସିସିଟିଭି ନଜରରେ ରହିବ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି। ଜିଲା ନିର୍ବାଚନ ଅଧିକାରୀ ତଥା ଜିଲାପାଳମାନେ ନିୟମିତ ଭାବେ ଇଭିଏମ୍‌ ତନଖି କାର୍ଯ୍ୟକ୍ରମକୁ ପରିଦର୍ଶନ କରିବେ। ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ଶେଷରେ ଇଭିଏମ୍‌ ସୁପରଭାଇଜର ଏଫ୍‌ଏଲ୍‌ସି ସାର୍ଟିଫିକେଟ୍‌ ରାଜନୈତିକ ଦଳର ପ୍ରତିନିଧିଙ୍କୁ ପ୍ରଦାନ କରିବେ । ଇଭିଏମ୍‌ ତନଖି କାର୍ଯ୍ୟ ନିମନ୍ତେ ନିର୍ବାଚନ ଆୟୋଗଙ୍କ ପକ୍ଷରୁ ପ୍ରାୟ ୩୦୦ ଜଣ ଇଞ୍ଜିନିୟର ନିଯୁକ୍ତ ହେବେ । ଇଭିଏମ୍‌ ତନଖି କାର୍ଯ୍ୟକ୍ରମ ପ୍ରତ୍ୟେକ ଦିନ ସକାଳ ୯ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ଚାଲିବ ା ଏହି ସମୟରେ ବ୍ୟାପକ ସୁରକ୍ଷା ନିମନ୍ତେ ଜିଲା ଆରକ୍ଷୀ ଅଧୀକ୍ଷକଙ୍କ ତରଫରୁ ୧ ସେକ୍‌ଶନ ପୋଲିସ ସୁରକ୍ଷା ଦାୟିତ୍ୱରେ ରହିବେ ବୋଲି ମୁଖ୍ୟ ନିର୍ବାଚନ ଅଧିକାରୀ କହିଛନ୍ତି । ନିର୍ବାଚନ ଆୟୋଗଙ୍କ ତରଫରୁ ନିର୍ଦ୍ଦେଶକ(ଇଭିଏମ୍‌) ଏସ୍‌. ସୁନ୍ଦରରାଜନ୍‌, ନିର୍ବାଚନ ଆୟୋଗଙ୍କ ସଚିବ ମଧୁସୂଦନ ଗୁପ୍ତା ଏବଂ ଭାରତ ଇଲେକ୍‌ଟ୍ରୋନିକ୍ସ କର୍ପୋରେଶନ୍‌ର ଡେପୁଟି ଜିଏମ୍‌ ପି.ସି. ମଣ୍ଡଳ, ରାଜ୍ୟ ଇଭିଏମ୍‌ ନୋଡାଲ ଅଧିକାରୀ ତଥା ଜାତୀୟସ୍ତରୀୟ ମାଷ୍ଟରଟ୍ରେନର ପ୍ରମୋଦ କୁମାର ସାହୁ ପ୍ରମୁଖ କର୍ମଶାଳାରେ ଉପସ୍ଥିତ ରହି ପ୍ରଥମ ପର୍ଯ୍ୟାୟ ଇଭିଏମ୍‌ ତନଖି କାର୍ଯ୍ୟ ସମ୍ପର୍କରେ ବିସ୍ତୃତ ଭାବେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ ।
ଅନ୍ୟମାନଙ୍କ ମଧ୍ୟରେ ଏହି କର୍ମଶାଳାରେ ସମସ୍ତ ଜିଲାପାଳ, ଅତିରିକ୍ତ ଜିଲାପାଳ ଓ ଡେପୁଟି କଲେକ୍‌ଟର, ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ ଶତ୍ରୁଘ୍ନ କର ଓ ମିହିର କୁମାର ମହାନ୍ତି, ଯୁଗ୍ମ ସଚିବ ସଞ୍ଜୟ କୁମାର ଲୁଗୁନ୍‌, ଉପମୁଖ୍ୟ ନିର୍ବାଚନ ଅଧିକାରୀ ପଦ୍ମଜା ଦାଶଙ୍କ ସମେତ ନିର୍ବାଚନ କାର୍ଯ୍ୟାଳୟର ବରିଷ୍ଠ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଭୟଙ୍କର ଦୁର୍ଘଟଣା: ଏକାବେଳକେ ୨ ବାଇକ୍‌କୁ ଧକ୍କା ଦେଲା କାର୍‌,ପରେ…

ଗଞ୍ଜାମ,୨୨।୧୨(ଅନାଥ ତରାଇ): ଗଞ୍ଜାମ ବ୍ଲକ ପୋଇରାସୀ ପଞ୍ଚାୟତର କାଇଁଚପୁର ନିକଟରେ ସୋମବାର ଭୟଙ୍କର ଦୁର୍ଘଟଣା ଘଟିଛି। ଏକ କାର (ନଂ ଓଡ଼ି୦୭ଏପି୪୪୩୩) ଦୃତ ଗତିରେ ଆସି...

ହୋଟେଲ ଭମର୍ସ ସିଲ୍‌ କଲା ପୌର ପ୍ରଶାସନ

ବଲାଙ୍ଗୀର,୨୨।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୌର ପ୍ରଶାସନ ପକ୍ଷରୁ ସୋମବାର ସ୍ଥାନୀୟ ହୋଟେଲ ଭମର୍ସକୁ ସିଲ୍‌ କରାଯାଇଛି। ପୌର ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ବେହେରାଙ୍କ...

ଆଉ ୨ ଦିନ ପରେ କ୍ରିସ୍‌ମାସ

ଭୁବନେଶ୍ୱର,୧୯ା୧୨- ଆସନ୍ତା ୨୫ ତାରିଖ ଗୁରୁବାର ବଡ଼ଦିନ ବା କ୍ରିସ୍‌ମସ। ଭୁବନେଶ୍ୱରରେ ଥିବା କ୍ୟାଥୋଲିକ୍‌ ଓ ବାପଟିଷ୍ଟ ଚର୍ଚ୍ଚରେ ଖ୍ରୀଷ୍ଟ ଧର୍ମାବଲମ୍ୱୀମାନେ ଏକାଠି ହୋଇ ପ୍ରଭୁ...

ସମ୍ବିତଙ୍କୁ ସମର୍ଥନ କଲେ ପ୍ରମିଳା ମଲ୍ଲିକ, କହିଲେ ପାଣ୍ଡିଆନ୍‌ ଆମ….

ଭୁବନେଶ୍ୱର,୨୨।୧୨:  ପାଣ୍ଡିଆନଙ୍କୁ ନେଇ ବିଜେଡି ନେତା ସମ୍ବିତ ରାଉତରାୟ ଦେଇଥିବା ବୟାନକୁ ସମର୍ଥନ କଲେ ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ । ସମ୍ବିତ ଯାହା...

ବ୍ୟାଙ୍କରୁ ବଡ଼ ଧରଣର ଲୁଟ୍‌

ପାଟଣାଗଡ଼,୨୨।୧୨: ବଲାଙ୍ଗୀର ଜିଲା ବେଲପଡ଼ା ଥାନା ପାର୍ଲିମାଲ ଗାଁରେ ଥିବା ଏକ ରାଷ୍ଟ୍ରାୟତ୍ତ ବ୍ୟାଙ୍କରୁ ଏକ ବଡ଼ ଧରଣର ଲୁଟ୍‌ ହୋଇଥିବା ଅଭିଯୋଗ ହୋଇଛି। ଦୁର୍ୱୃତ୍ତମାନେ...

ବିନା ଅଧ୍ୟାପକରେ ଚାଲିଛି ଶିକ୍ଷାଦାନ: ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ଅବହେଳିତ

ଭବାନୀପାଟଣା, ୨୨ା୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲାର ସର୍ବପୁରାତନ ଏକମାତ୍ର ସରକାରୀ ମହିଳା ମହାବିଦ୍ୟାଳୟ ମୁଖ୍ୟାଳୟ ଭବାନୀପାଟଣା ସହରରେ ଥାଇ ମଧ୍ୟ ଅବହେଳିତ ହୋଇପଡିଛି। ୪୫ବର୍ଷ...

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri