ପୌର ନିର୍ବାଚନରେ ହେବ ଇଭିଏମ୍‌ ଭୋଟିଂ: ଦୃଷ୍ଟିହୀନଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଭୋଟ ଗ୍ରହଣ ସମୟରେ ସମସ୍ତ ପ୍ରକାରର ବିଭ୍ରାଟକୁ ଏଡ଼ାଇବା ସହ ସ୍ବଚ୍ଛ, ନିରପେକ୍ଷ ଓ ସମୟ ସାପେକ୍ଷ ଭୋଟ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ପୌରସଂସ୍ଥା ନିର୍ବାଚନରେ ଇଭିଏମ୍‌ ବ୍ୟବହାର ହେବ । ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ଜରିଆରେ ଭୋଟ ଗ୍ରହଣ କରାଯିବ। ଏଥିସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ମଧ୍ୟ ରହିବ। ଇଭିଏମ୍‌ର ଶେଷରେ ନୋଟା ବଟନ ରହିବ ବୋଲି ସୂଚନା ରହିଛି। ଅନ୍ୟପଟେ ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ୨ଟି ଲେଖାଏ ଇଭିଏମ୍‌ ରହିବ। ସେଥିରୁ ଗୋଟିଏ କର୍ପୋରେଟର, କାଉନସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ, ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। କର୍ପୋରେଟର ଓ କାଉନସିଲର ପ୍ରାର୍ଥୀଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ ପେପର ଏବଂ ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ ପେପର ବ୍ୟବସ୍ଥା କରାଯିବ। ଏଥିସହ ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରଙ୍କ ପାଇଁ ବ୍ରେଲି ବାଲାଟ ପେପରର ସୁବିଧା କରାଯାଇଛି। ଏଥିପାଇଁ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି। ସେହିପରି ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ୨ଟି ମତଦାନ ପ୍ରକୋଷ୍ଠ ରହିବ। ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ ଓ ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ। ଦ୍ୱିତୀୟ ପ୍ରକୋଷ୍ଠରେ କର୍ପୋରେଟର ଓ କାଉନସିଲର ପଦବୀ ନିମନ୍ତେ ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri