ପୌର ନିର୍ବାଚନରେ ହେବ ଇଭିଏମ୍‌ ଭୋଟିଂ: ଦୃଷ୍ଟିହୀନଙ୍କ ପାଇଁ ରହିବ ସ୍ବତନ୍ତ୍ର ବ୍ୟବସ୍ଥା

ଭୁବନେଶ୍ୱର,୨୧।୨(ବ୍ୟୁରୋ): ଭୋଟ ଗ୍ରହଣ ସମୟରେ ସମସ୍ତ ପ୍ରକାରର ବିଭ୍ରାଟକୁ ଏଡ଼ାଇବା ସହ ସ୍ବଚ୍ଛ, ନିରପେକ୍ଷ ଓ ସମୟ ସାପେକ୍ଷ ଭୋଟ ପାଇଁ ରାଜ୍ୟ ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆସନ୍ତା ପୌରସଂସ୍ଥା ନିର୍ବାଚନରେ ଇଭିଏମ୍‌ ବ୍ୟବହାର ହେବ । ଏଥିପାଇଁ ରାଜ୍ୟ ନିର୍ବାଚନ କମିଶନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ରାଜ୍ୟର ୧୦୭ଟି ପୌରସଂସ୍ଥା ଓ ୩ଟି ମହାନଗର ନିଗମର ମୋଟ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ଜରିଆରେ ଭୋଟ ଗ୍ରହଣ କରାଯିବ। ଏଥିସହ ପ୍ରଥମ ଥର ପାଇଁ ପୌରସଂସ୍ଥା ନିର୍ବାଚନରେ ନୋଟା ବିକଳ୍ପ ମଧ୍ୟ ରହିବ। ଇଭିଏମ୍‌ର ଶେଷରେ ନୋଟା ବଟନ ରହିବ ବୋଲି ସୂଚନା ରହିଛି। ଅନ୍ୟପଟେ ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ୨ଟି ଲେଖାଏ ଇଭିଏମ୍‌ ରହିବ। ସେଥିରୁ ଗୋଟିଏ କର୍ପୋରେଟର, କାଉନସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ, ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। କର୍ପୋରେଟର ଓ କାଉନସିଲର ପ୍ରାର୍ଥୀଙ୍କ ପାଇଁ ଗୋଲାପି ରଙ୍ଗର ବାଲାଟ ପେପର ଏବଂ ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀଙ୍କ ପାଇଁ ହଳଦିଆ ରଙ୍ଗର ବାଲାଟ ପେପର ବ୍ୟବସ୍ଥା କରାଯିବ। ଏଥିସହ ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରଙ୍କ ପାଇଁ ବ୍ରେଲି ବାଲାଟ ପେପରର ସୁବିଧା କରାଯାଇଛି। ଏଥିପାଇଁ ନିର୍ବାଚନ କମିଶନଙ୍କ ଦ୍ୱାରା ରାଜ୍ୟସ୍ତରରେ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି। ସେହିପରି ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ୨ଟି ମତଦାନ ପ୍ରକୋଷ୍ଠ ରହିବ। ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଆଗ ଅଧ୍ୟକ୍ଷ ଓ ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ। ଦ୍ୱିତୀୟ ପ୍ରକୋଷ୍ଠରେ କର୍ପୋରେଟର ଓ କାଉନସିଲର ପଦବୀ ନିମନ୍ତେ ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ନିର୍ବାଚନ କମିଶନ ନିଷ୍ପତ୍ତି ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଏଥର ରାଜ୍ୟରେ ସରକାର ପରିବର୍ତ୍ତନ କରିବେ ଓଡ଼ିଶା ଲୋକ’

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ସମ୍ବଲପୁର ଲୋକ ସଭା ନିର୍ବାଚନମଣ୍ଡଳୀରେ ବିଜେଡିର ଏମ୍‌ପି ପ୍ରାର୍ଥୀ ତଥା ତାଙ୍କ ଦଳର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ(ବବି) ହାରିବା...

ଓଡିଶା ରାଜନୀତିକୁ ନେଇ ଶାହାଙ୍କ ବଡ଼ ବୟାନ, କହିଲେ ନବୀନଙ୍କ ସହ ବଡ଼ ଫାଇଟ୍‌

ନୂଆଦିଲ୍ଲୀ,୧୯।୪: ଆରମ୍ଭ ହୋଇଯାଇଛି ଲୋକ ସଭା ନିର୍ବାଚନ ୨୦୨୪ l ତେବେ ଓଡିଶାରେ ନିର୍ବାଚନ ପାଇଁ ଅଳ୍ପ ଦିନ ବାକି ଥିବାବେଳେ ଗୃହମନ୍ତ୍ରୀ ଅମିତ ଶାହା...

ଭାଜପାରେ ଯୋଗଦେଲେ ପୂର୍ବତନ ଉପବାଚସ୍ପତି, ଗଞ୍ଜାମ ଅଧ୍ୟକ୍ଷା ପ୍ରତିଭା ପାଢ଼ୀ

ଭୁବନେଶ୍ୱର, ୧୯।୪(ସୁନିତ୍‌ ମିଶ୍ର): ପୂର୍ବତନ ଉପବାଚସ୍ପତି ରାମଚନ୍ଦ୍ର ପଣ୍ଡା ନିଜର ଶତାଧିକ ସମର୍ଥକଙ୍କ ଗହଣରେ ବିଜେଡି ଛାଡ଼ି ଶୁକ୍ରବାର ଭାଜପାରେ ସାମିଲ ହୋଇଛନ୍ତି। ଭାଜପା ରାଜ୍ୟ...

ଆଇଏଏସ୍‌ ପରୀକ୍ଷାରେ କେମିତି ପାଇବେ ସଫଳତା? ଆଇପିଏସ ପ୍ରତୀକ ସିଂ ଦେଲେ ଟିପ୍ସ

ଭୁବନେଶ୍ୱର,୧୯।୪: ସିଭିଲ ସର୍ଭିସ ପରୀକ୍ଷା ପାଇଁ ପ୍ରସ୍ତତ ହେଉଛନ୍ତି କି ? ପାଠପଢାରେ ବ୍ୟସ୍ତ ରହି ନିଦ ହେଉନି କି ? ଯଦି ଏଭଳି କରୁଛନ୍ତି...

ଏଥର ରୋଚକ ହେବ ରାଜନୀତି,ସବୁଦଳର ଫୋକସରେ ଯୁବପ୍ରାର୍ଥୀ

ଭୁବନେଶ୍ୱର,୧୯।୪: ନିର୍ବାଚନ ଯେତିକି ପାଖେଇ ଆସୁଛି ସେତିକି ରାଜନୀତି ସରଗରମ ହେଉଛି। ତେବେ ଏହି ଭିତରେ ପ୍ରାର୍ଥୀ ଚୟନରେ ଯୁବପ୍ରାର୍ଥୀଙ୍କୁ ଅଗ୍ରାଧିକାର ଦେଉଛନ୍ତି ରାଜନୈତିକ ଦଳ।...

ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଅ: ହାଇକୋର୍ଟ

କଟକ,୧୯ା୪ (କାର୍ତ୍ତିକ ସାହୁ) ଜଣେ ଚିଟ୍‌ଫଣ୍ଡ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବାକୁ ହାଇକୋର୍ଟ ସିବିଆଇକୁ ଆଦେଶ ଦେଇଛନ୍ତି। ଏଥିସହ ସମ୍ପୃକ୍ତ ଅଭିଯୁକ୍ତଙ୍କ ପାସ୍‌ପୋର୍ଟ ଫେରାଇବା ବିରୋଧରେ ସିବିଆଇ...

ତାପମାତ୍ରାରେ ଭୁବନେଶ୍ୱକୁ ଟପିଲା କଟକ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ରାଜ୍ୟରେ ଏ ବର୍ଷ ପ୍ରଥମ ଥର ପାଇଁ...

ମହାନଦୀରେ ଡଙ୍ଗାବୁଡି ଘଟଣା: ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୯।୪: ମହାନଦୀରେ ଡଙ୍ଗା ବୁଡିବା ଘଟଣାରେ ମୃତକଙ୍କ ପରିବାରକୁ ଅନୁକମ୍ପା ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପରିବାରକୁ ୪ ଲକ୍ଷ ଲେଖାଏଁ ଅନୁକମ୍ପା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri