ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ ଅର୍ଥାତ୍‌ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୌର ନିର୍ବାଚନ ଘୋଷଣା ହେବ ବୋଲି ଜଣାପଡ଼ିଛି। ରାଜ୍ୟର ୧୦୭ ପୌରସଂସ୍ଥା ଓ ୩ ମହାନଗର ନିଗମର ମୋଟ୍‌ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ। ପ୍ରଥମଥର ପାଇଁ ପୌର ନିର୍ବାଚନରେ ନୋଟା(ଉପର କାହାରିକୁ ନୁହେଁ) ବ୍ୟବହାର ହେବ। ଶେଷରେ ନୋଟା ବଟନ୍‌ ରହିବ।
ନିର୍ବାଚନ ମଇଦାନରେ ମନପସନ୍ଦର ପ୍ରାର୍ଥୀ ନ ଥିଲେ ଭୋଟରମାନେ ‘ନୋଟା’ ବ୍ୟବହାର କରିପାରିବେ। ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ରହିବ। ସେଥିରୁ ଗୋଟିଏ କର୍ପୋରେଟର/କାଉନ୍‌ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। କର୍ପୋରେଟର ଓ କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପୀ ରଙ୍ଗର ବାଲଟ୍‌ ପେପର ଏବଂ ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀଙ୍କ ପାଇଁ ହଳଦିଆ ରଙ୍ଗର ବାଲଟ୍‌ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ।
ଏତଦ୍‌ବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/ କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେ ଗୋଲାପୀ ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ। ଏହାଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମ୍‌ରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବେ। ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛି। ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଅଧ୍ୟକ୍ଷ/ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର/କାଉନ୍‌ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ରାଜ୍ୟ ନିର୍ବାଚନ କମିଶନର ନିଷ୍ପତ୍ତି ନେଇଛନ୍ତି। ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲଟ ପେପର ସୁବିଧା କରାଯାଇଛି। ରାଜ୍ୟର ସମସ୍ତ ଜିଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ୨ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି। ପୌର ନିର୍ବାଚନ ପାଇଁ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ କମିଶନର ଅନୁମୋଦନ କରିସାରିଛନ୍ତି। ପୌର ନିର୍ବାଚନ ନିମନ୍ତେ ସମସ୍ତ ପ୍ରସ୍ତୁତ ଥିବା କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri