ଇଭିଏମ୍‌ରେ ରହିବ ‘ନୋଟା’

ଭୁବନେଶ୍ୱର,୨୨ା୨(ବ୍ୟୁରୋ):ଆଗାମୀ ପୌର ନିର୍ବାଚନ ପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। କେବଳ ତାରିଖ ଘୋଷଣାକୁ ଅପେକ୍ଷା କରାଯାଇଛି। ପଞ୍ଚାୟତ ନିବର୍ର୍ାଚନ ଶେଷ ହେବା ପରେ ଅର୍ଥାତ୍‌ ମାର୍ଚ୍ଚ ପ୍ରଥମ ସପ୍ତାହରେ ପୌର ନିର୍ବାଚନ ଘୋଷଣା ହେବ ବୋଲି ଜଣାପଡ଼ିଛି। ରାଜ୍ୟର ୧୦୭ ପୌରସଂସ୍ଥା ଓ ୩ ମହାନଗର ନିଗମର ମୋଟ୍‌ ୪୫୮୪ଟି ବୁଥ୍‌ରେ ଇଭିଏମ୍‌ ମାଧ୍ୟମରେ ଭୋଟ ଗ୍ରହଣ କରାଯିବ। ପ୍ରଥମଥର ପାଇଁ ପୌର ନିର୍ବାଚନରେ ନୋଟା(ଉପର କାହାରିକୁ ନୁହେଁ) ବ୍ୟବହାର ହେବ। ଶେଷରେ ନୋଟା ବଟନ୍‌ ରହିବ।
ନିର୍ବାଚନ ମଇଦାନରେ ମନପସନ୍ଦର ପ୍ରାର୍ଥୀ ନ ଥିଲେ ଭୋଟରମାନେ ‘ନୋଟା’ ବ୍ୟବହାର କରିପାରିବେ। ପୌର ନିର୍ବାଚନ ପାଇଁ ପ୍ରତ୍ୟେକ ବୁଥ୍‌ରେ ଦୁଇଟି ଲେଖାଏ ଇଭିଏମ୍‌ ରହିବ। ସେଥିରୁ ଗୋଟିଏ କର୍ପୋରେଟର/କାଉନ୍‌ସିଲର ନିର୍ବାଚନ ପାଇଁ ଓ ଅନ୍ୟଟି ଅଧ୍ୟକ୍ଷ/ମେୟର ନିର୍ବାଚନ ପାଇଁ ବ୍ୟବହୃତ ହେବ। କର୍ପୋରେଟର ଓ କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଗୋଲାପୀ ରଙ୍ଗର ବାଲଟ୍‌ ପେପର ଏବଂ ଅଧ୍ୟକ୍ଷ ଓ ମେୟର ପ୍ରାର୍ଥୀଙ୍କ ପାଇଁ ହଳଦିଆ ରଙ୍ଗର ବାଲଟ୍‌ ପେପର ନିର୍ବାଚନରେ ବ୍ୟବସ୍ଥା କରାଯିବ।
ଏତଦ୍‌ବ୍ୟତୀତ ଭୋଟରମାନଙ୍କ ସୁବିଧା ନିମନ୍ତେ କର୍ପୋରେଟର/ କାଉନ୍‌ସିଲର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେ ଗୋଲାପୀ ରଙ୍ଗର ଗୋଲ ଷ୍ଟିକର ଓ ଅଧ୍ୟକ୍ଷ/ମେୟର ପ୍ରାର୍ଥୀମାନଙ୍କ ପାଇଁ ଉଦ୍ଦିଷ୍ଟ ଇଭିଏମ୍‌ ଉପରେହଳଦିଆ ରଙ୍ଗର ଗୋଲ ଷ୍ଟିକର ଲଗାଯିବ। ଏହାଦ୍ୱାରା କେଉଁ ପ୍ରାର୍ଥୀଙ୍କୁ କେଉଁ ଇଭିଏମ୍‌ରେ ଭୋଟ ଦେବାକୁ ହେବ, ତାହା ସହଜରେ ଭୋଟରମାନେ ଜାଣିପାରିବେ। ପ୍ରତ୍ୟେକ ବୁଥ୍‌ ମଧ୍ୟରେ ମତଦାନ କରିବା ନିମନ୍ତେ ଦୁଇଟି ମତଦାନ ପ୍ରକୋଷ୍ଠ ରହିଛି। ପ୍ରଥମେ ଭୋଟରମାନେ ପ୍ରଥମ ପ୍ରକୋଷ୍ଠକୁ ଯାଇ ଅଧ୍ୟକ୍ଷ/ମେୟର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିସାରି ଦ୍ୱିତୀୟ ପ୍ରକୋଷ୍ଠକୁ ଯିବେ ଓ ସେଠାରେ କର୍ପୋରେଟର/କାଉନ୍‌ସିଲର ପଦବୀ ନିମନ୍ତେ ଥିବା ପ୍ରାର୍ଥୀଙ୍କୁ ମତଦାନ କରିବେ ବୋଲି ରାଜ୍ୟ ନିର୍ବାଚନ କମିଶନର ନିଷ୍ପତ୍ତି ନେଇଛନ୍ତି। ସେହିପରି ପୌର ନିର୍ବାଚନରେ ଦୃଷ୍ଟିହୀନ ଭୋଟରମାନଙ୍କ ପାଇଁ ବ୍ରେଲି ବାଲଟ ପେପର ସୁବିଧା କରାଯାଇଛି। ରାଜ୍ୟର ସମସ୍ତ ଜିଲାରୁ ବଛା ବଛା ମାଷ୍ଟର ଟ୍ରେନରମାନଙ୍କର ୨ ଦିନିଆ ଇଭିଏମ୍‌ ତାଲିମ କାର୍ଯ୍ୟକ୍ରମ ଶେଷ ହୋଇଛି। ପୌର ନିର୍ବାଚନ ପାଇଁ ୱାର୍ଡ ପୁନର୍ଗଠନ, ବୁଥ୍‌ ଓ ଭୋଟର ତାଲିକା ପ୍ରସ୍ତୁତି ଇତ୍ୟାଦି କାର୍ଯ୍ୟକୁ କମିଶନର ଅନୁମୋଦନ କରିସାରିଛନ୍ତି। ପୌର ନିର୍ବାଚନ ନିମନ୍ତେ ସମସ୍ତ ପ୍ରସ୍ତୁତ ଥିବା କମିଶନ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?