ଇଭିଏମ୍‌ରେ ଲାଗୁଛି ପ୍ରାର୍ଥୀଙ୍କ ନାମ, ଦଳ, ଚିହ୍ନ

ଭୁବନେଶ୍ୱର,୧୮।୩ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ନିର୍ବାଚନ ପାଇଁ ପ୍ରସ୍ତୁତି ପ୍ରାୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଗୁରୁବାରଠାରୁ କମଶନିଂ ଆରମ୍ଭ ହୋଇଛି। ଖୋର୍ଦ୍ଧାରୁ ଇଭିଏମ୍‌ ଆସିବା ପରେ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଷ୍ଟ୍ରଙ୍ଗ୍‌ରୁମ୍‌ରେ କଡ଼ା ସୁରକ୍ଷାରେ ଏହାକୁ ରଖାଯାଇଥିଲା। ପ୍ରଥମ ଦିନରେ ମେୟର ପଦବୀ ପାଇଁ ଆସିଥିବା ଇଭିଏମ୍‌୍‌ଗୁଡିକରେ କମିଶନିଂ ହୋଇଥିଲା। ସମୁଦାୟ ୭୦୫ଟି ବୁଥ୍‌ ହୋଇଥିବାବେଳେ ୭୦୫ଟି ଇଭିଏମ୍‌ ଏବଂ ଅତିରିକ୍ତ ଭାବେ ଆସିଥିବା ୧୦ ପ୍ରତିଶତ ଇଭିଏମ୍‌ରେ କମିଶନିଂ ହୋଇଛି। ମେୟର ପଦ ପାଇଁ ଆଶାୟୀ ଥିବା ସମସ୍ତ ପ୍ରାର୍ଥୀଙ୍କ ନାମ, ଦଳ ଏବଂ ଚିହ୍ନକୁ ନିର୍ଭୁଲ ଭାବେ ମେଶିନ୍‌ରେ ସ୍ଥାନିତ କରାଯାଇଥିଲା। ବାଲାଟ୍‌ ୟୁନିଟ୍‌କୁ ସେଟିଂ କରାଯାଇଥିଲା। ସକାଳ ୧୦ଟାରୁ କମିଶନିଂ ଆରମ୍ଭ ହୋଇଥିବାବେଳେ ଏଥିରେ ପ୍ରାୟ ୧୪୦ଜଣ ଅଧିକାରୀ ନିୟୋଜିତ ଥିବା ସୂଚନା ମିଳିଛି। ସିସିଟିଭି ସମ୍ମୁଖରେ ଏସବୁ କାର୍ଯ୍ୟ ହୋଇଥିବାବେଳେ ବିଭିନ୍ନ ରାଜନୈତିକ ଦଳର ଏଜେଣ୍ଟ ଓ ପର୍ଯ୍ୟବେକ୍ଷକ ଉପସ୍ଥିତ ଥିଲେ। ଶୁକ୍ରବାର ସନ୍ଧ୍ୟା ସୁଦ୍ଧା ସମସ୍ତ କର୍ପୋରେଟର ପ୍ରାର୍ଥୀଙ୍କ ପାଇଁ କମିଶନିଂ ସମାପ୍ତ କରାଯିବ ବୋଲି ଏଡିଏମ୍‌ ପ୍ରଫୁଲ୍ଲ କୁମାର ସ୍ବାଇଁ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ଲେସିଅର୍ ତାଣ୍ଡବ ମଧ୍ୟରେ ଭାରତ ସାଜିଲା ଦେବଦୂତ! ପିଏମ୍ ମୋଦିଙ୍କୁ ‘ଉଦାର’ କହି କୃତଜ୍ଞତା ଜଣାଇଲେ ନେପାଳ ଅର୍ଥମନ୍ତ୍ରୀ!

କାଠମାଣ୍ଡୁ,୨୯।୮: ନେପାଳ-ତିବ୍ବତ ସୀମାରେ ହିମସ୍ଖଳନ ଏବଂ ଗ୍ଲେସିଅର୍ ଫାଟିବା ଯୋଗୁ ଆସିଥିବା ବିନାଶକାରୀ ବନ୍ୟା ନେପାଳରେ ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରାକୃତିକ ବିପତ୍ତିରେ ବର୍ତ୍ତମାନ ସୁଦ୍ଧା…

ଯୁବପିଢ଼ିଙ୍କ ମଧ୍ୟରେ କ୍ରୀଡ଼ା ପ୍ରତି ଆଗ୍ରହ: ବିଜୟୀ ଛାତ୍ରଛାତ୍ରୀଙ୍କୁ ପୁରସ୍କାର

କର୍ଲାମୁଣ୍ଡା, ୨୯।୮ (ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଯୋରାଡବରାସ୍ଥିତ ରାଧାମାଧବ ଯୁବକ ସଂଘ ପକ୍ଷରୁ ଶନିବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି।…

ରାଜସ୍ବ ଆଦାୟରେ ଆଗୁଆ, ସୁରକ୍ଷା ଦିଗରେ ପଛୁଆ: ଆରଟିଓଙ୍କ ପାଖରେ ସୂଚନା ମିଳୁନି, କିରାଣି ସର୍ବେସବା, ବୈଠକରେ ସୀମିତ

ଭବାନୀପାଟଣା,୨୯।୮(ଉତ୍ତମ କୁମାର ଦାଶ): ଜିଲା ସ୍ତରରେ ସଡ଼କ ଦୁର୍ଘଟଣା ରୋକିବା ଏବଂ ଯାତାୟତ ବ୍ୟବସ୍ଥାର ସୁଧାର ପାଇଁ ଜିଲା ସ୍ତରରେ ଏକ ସଡ଼କ ସୁରକ୍ଷା ସମିତି କମିଟି…

ଗାଧୋଇବା ବେଳେ ନଦୀରେ ବୁଡ଼ି ନାବାଳିକାଙ୍କ ମୃତ୍ୟୁ

ପଟ୍ଟାମୁଣ୍ଡାଇ, ୨୯/୮ (କଳ୍ପତରୁ ନାୟକ): ପଟ୍ଟାମୁଣ୍ଡାଇ ପୌରାଞ୍ଚଳ ଅନ୍ତର୍ଗତ ତନୂପୁର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀର ଶାଖା ନାଳରେ ଗାଧୋଇବା ସମୟରେ…

ରୋଷେଇ ଘରେ ବିଷ? ଏଭରେଷ୍ଟ ହିଙ୍ଗୁ ଉପରେ FSSAIର ବ୍ୟାନ୍, ୩ ମସଲା ନେଇ ସାମ୍ନାକୁ ଆସିଲା ବଡ଼ ଜାଲିଆତି!

ନୂଆଦିଲ୍ଲୀ,୨୯।୮: ଭାରତୀୟ ଖାଦ୍ୟ ସୁରକ୍ଷା ଓ ମାନକ ପ୍ରାଧିକରଣ (FSSAI) ଗ୍ରାହକଙ୍କ ସ୍ୱାସ୍ଥ୍ୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ପ୍ରସିଦ୍ଧ ମସଲା…

ବହୁ ଚର୍ଚ୍ଚିତ ସୁଧୀର ପାତ୍ର ଅପହରଣ, ହତ୍ୟା ମାମଲା: ଅଭିଯୁକ୍ତ ତୁଷାରଙ୍କ ଜାମିନ ଖାରଜ

ବ୍ରହ୍ମପୁର,୨୯୮(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ଥାନା ଅନ୍ତର୍ଗତ ସତ୍ୟ ନାରାୟଣପୁର ମୁଖ୍ୟ ରାସ୍ତାରେ ପ୍ଲଟ ବ୍ୟବସାୟୀ ସୁଧୀର କୁମାର୍‌ ପାତ୍ରଙ୍କୁ ଗତ ଏପ୍ରିଲ ୧୫…

NDAରେ ବଡ଼ ଫାଟ: କେନ୍ଦ୍ରମନ୍ତ୍ରୀଙ୍କ ଇସ୍ତଫା ମାଗିଲେ ଚିରାଗ ପାଶୱାନ, ଦିଲ୍ଲୀରେ ପଡିଲା ଚହଳ…

ନୂଆଦିଲ୍ଲୀ,୨୯।୮: NDAରେ ଦଳିତ ସଂରକ୍ଷଣକୁ ନେଇ ଫାଟ ସ୍ପଷ୍ଟ ଦେଖାଯାଉଛି। ଲୋକ ଜନଶକ୍ତି ପାର୍ଟି (ରାମବିଲାସ) ର ମୁଖ୍ୟ କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ, ମୋଦି କ୍ୟାବିନେଟରେ ଥିବା…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri