ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ଗୌହାଟୀ,୨୩।୧୧-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କ ସୋମବାର ପରଲୋକ ହୋଇଯାଇଛି। ଗୌହାଟୀସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁବେଳକୁ ତାଙ୍କୁ ୮୬ ବର୍ଷ ହୋଇଥିଲା। ଗୋଗୋଇ ୨୦୦୧ରୁ ୨୦୧୬ ମସିହା ପର୍ଯ୍ୟନ୍ତ ୩ ଥର ଲଗାତର ଭାବେ ଆସାମର ମୁଖ୍ୟମନ୍ତ୍ରୀ ନିର୍ବାଚିତ ହୋଇଥିଲେ। ଅଗଷ୍ଟ ୨୫ରେ ସେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇ ମେଡିକାଲରେ ଭର୍ତ୍ତି ହୋଇଥିଲେ। ପରେ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଥିଲେ। କିନ୍ତୁ ନଭେମ୍ବର ୨ ତାରିଖରେ ସେ ପୁଣି ଅସୁସ୍ଥ ହେବାରୁ ତାଙ୍କୁ ଗୌହାଟୀ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା।