Posted inଜାତୀୟ

ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ପରଲୋକ: ଶୋକ ପ୍ରକାଶ କଲେ ମୋଦି

ନୂଆଦିଲ୍ଲୀ,୧୩ା୫: ରାଜ୍ୟ ସଭା ସଦସ୍ୟ ତଥା ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ ମୋଦିଙ୍କ ସୋମବାର ପରଲୋକ ହୋଇଯାଇଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। ସେ କ୍ୟାନ୍‌ସରରେ ପୀଡ଼ିତ ଥିବା ଗତ ମାସରେ ଜଣାପଡ଼ିଥିଲା। ଏନେଇ ସେ ଲୋକ ସଭା ନିର୍ବାଚନରେ ଭାଗନେବାକୁ ଅସମର୍ଥ ପ୍ରକାଶ କରିଥିଲେ।

ମଙ୍ଗଳବାର ତାଙ୍କ ମରଶରୀର ନିଜ ଗ୍ରାମ ପାଟନାର ରାଜେନ୍ଦ୍ର ନଗରକୁ ଅଣାଯାଇ ଶେଷକୃତ୍ୟ ସମ୍ପନ୍ନ କରାଯିବ। ତାଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭାଜପା ନେତା ଶୋକବ୍ୟକ୍ତ କରିଛନ୍ତି।

୧୯୫୨ ଜାନୁଆରୀ ୫ରେ ଜନ୍ମିତ ସୁଶୀଲ ୨୦୦୫ରୁ ୨୦୧୩ ଏବଂ ୨୦୧୭ରୁ ୨୦୨୦ ବିହାରର ଉପମୁଖ୍ୟମନ୍ତ୍ରୀ ରହିବା ସହ ଅର୍ଥମନ୍ତ୍ରୀ ଥିଲେ। ସେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଆଜୀବନ ସଦସ୍ୟ। ଦ୍ରବ୍ୟ ଓ ସେବା ଟିକସ(ଜିଏସ୍‌ଟି) ଲାଗୁ କରିବା ପାଇଁ ୨୦୧୧ ଜୁଲାଇରେ ଗଠିତ କ୍ଷମତାସମ୍ପନ୍ନ ରାଜ୍ୟ ଅର୍ଥମନ୍ତ୍ରୀମାନଙ୍କ କମିଟିର ସେ ଅଧ୍ୟକ୍ଷ ରହିଥିଲେ। ୧୯୮୬ରେ ସେ ଜେସି ଜର୍ଜଙ୍କୁ ବିବାହ କରିଥିଲେ। ଜେସି ଜଣେ ପ୍ରଫେସର।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦ୍‌ଘାଟିତ: ଏହି ତାରିଖ ଯାଏ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଜାତୀୟ ଜନଗଣନା ୨୦୨୭ର ପ୍ରଥମ ପର୍ଯ୍ୟାୟ…

ଗଞ୍ଜାମରେ ଜୋରଦାର ଧରପକଡ: ୩ ଦିନରେ ଗାଡି ଚାଳକଙ୍କଠୁ ଆଦାୟ ହେଲାଣି ୩୯ ଲକ୍ଷରୁ ଅଧିକ ଜରିମାନା

ଛତ୍ରପୁର,୨୩।୩ (ଦିଲ୍ଲୀପ ସାମଲ): ଏଣିକି ବେପରୁଆଓ ନିୟମ ଉଲ୍ଲଙ୍ଘନ କରୁଥିବା ଗାଡି ଚାଳକଙ୍କୁ ସାବାଡ କରାଯିବ । ସଡ଼କ ଦୁର୍ଘଟଣା ଓ ମୃତ୍ୟୁସଂଖ୍ୟା ହ୍ରାସ ଲକ୍ଷ୍ୟରେ ସ୍ବତନ୍ତ୍ର…

ଇସ୍ତଫା ଦେଲେ ପ୍ରଦେଶ କଂଗ୍ରେସ କମିଟି ସଦସ୍ୟ, କଲେ ବଡ଼ ଖୁଲାସା, ଏହି କାରଣରୁ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକର ପୂର୍ବତନ ଜିଲା ପରିଷଦ ସଦସ୍ୟ ତଥା ପ୍ରଦେଶ କଂଗ୍ରେସ କମିିଟି ସଦସ୍ୟ ଅରବିନ୍ଦ ନାହାକ ସୋମବାର ସନ୍ଧ୍ୟାରେ…

ଜମି ଅଧିଗ୍ରହଣକୁ ନେଇ ଗ୍ରାମବାସୀ-ପ୍ରଶାସନ ମୁହାଁମୁହିଁ, ଅନୁମତି ଅପେକ୍ଷାରେ…

ଥୁଆମୂଳ ରାମପୁର,୨୩ା୩(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତହସିଲ ଅନ୍ତର୍ଗତ କୁରୁକୁଟି ମୌଜାରେ ପ୍ରସ୍ତାବିତ ଥଇଥାନ କଲୋନୀ ନିର୍ମାଣ ଓ ଜମି ଅଧିଗ୍ରହଣକୁ ନେଇ ପ୍ରଶାସନ…

‘ସରୁନି ଗପ କି ସରୁନି ପାପ ‘ନାଟକ ମଞ୍ଚସ୍ଥ… 

ଦିଗପହଣ୍ଡି,୨୩|୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ପଡିଆ ପୁରୁଷୋତ୍ତମପୁର ଗ୍ରାମ ପ୍ରକଳ୍ପ ଉଚ୍ଚ  ପ୍ରଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି।…

୨୨ ବସ୍ତା ଚାଉଳ ସହ ଜିପ୍‌ ଜବତ, ଡ୍ରାଇଭର ଅଟକ

କୋରାପୁଟ,୨୩ା୩(ଅମିତାଭ ବେହେରା): କୋରାପୁଟ ସଦର ଥାନା ପୋଲିସ ସୋମବାର ଅପରାହ୍ନରେ ଏକ  ଜିପ୍‌ ସହ ୨୨ ବସ୍ତା (୧୧ କ୍ୱିଣ୍ଟାଲ) ସରକାରୀ ଚାଉଳ ଜବତ କରିଥିବା ବେଳେ…

ମାଟ୍ରିକ ଛାତ୍ରୀଙ୍କ ସନ୍ଦେହଜନକ ମତ୍ୟୁ; ଶୋକାକୁଳ ପରିବେଶରେ…

ଦିଗପହଣ୍ଡି,୨୩।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ମାଟ୍ରିକ ପରୀକ୍ଷା ଦେଇଥିବା ଜଣେ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ…

୧୫ଦିନରେ ଚାଷୀଙ୍କ ଧାରଣା, ବିକ୍ରି ହେଲାନି ଧାନ: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ଚାଷୀ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ): ରବି ଧାନବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ଚାଲିଛି । କିନ୍ତୁ ଏପର୍ଯ୍ୟନ୍ତ ବରଗଡ଼ ଜିଲାର ଅନେକ ଚାଷୀ ଗତ ଖରିଫରେ ଅମଳ ଧାନ ବିକ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri