Posted inଜାତୀୟ

ଭୋଟ ସହିତ ଲୋକଙ୍କୁ ନୋଟ୍‌ ମାଗୁଛନ୍ତି ପୂର୍ବତନ ଭାଜପା ନେତା, ଭାଇରାଲ ଭିଡ଼ିଓ ଦେଖନ୍ତୁ…

ଭୋପାଳ,୩୦।୧୦ : ଆଗକୁ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ବିଧାନସଭା ନିର୍ବାଚନ ପାଇଁ ଭାଜପା ସମସ୍ତ ୨୩୦ ଟି ଆସନ ପାଇଁ ପ୍ରାର୍ଥୀ ନିଶ୍ଚିତ କରିଛି। ତେବେ ବହୁ ଭାଜପା ନେତା ଅଛନ୍ତି ଯେଉଁମାନେ ଦଳରୁ ଟିକେଟ ନ ପାଇବା ପରେ ବିଦ୍ରୋହ କରିଛନ୍ତି। ସେମାନେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିବାକୁ ଅଣ୍ଟା ଭିଡ଼ିଛନ୍ତି। ରାଜ୍ୟରେ ଏଭଳି ଜଣେ ପୂର୍ବତନ ଭାଜପା ନେତା ଅଛନ୍ତି ଯିଏ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ପ୍ରଚାର ସମୟରେ ଜନସାଧାରଣଙ୍କ ଠାରୁ ଭୋଟ ସହିତ ନୋଟ୍‌ ମଧ୍ୟ ମାଗୁଛନ୍ତି।

ଯେତେବେଳେ ଭାଜପା ଟିକେଟ ଦେଇ ନ ଥିଲା, ଅସନ୍ତୁଷ୍ଟ ନନ୍ଦରାମ କୁଶବାହ ଦଳରୁ ଇସ୍ତଫା ଦେଇଛନ୍ତି ଏବଂ ଶୁକ୍ରବାର ୪୬ ନିୱାରୀ ବିଧାନସଭା ଆସନରୁ ସ୍ବାଧୀନ ପ୍ରାର୍ଥୀ ଭାବରେ ନାମାଙ୍କନପତ୍ର ଦାଖଲ କରିଛନ୍ତି। ଭୋଟ ପାଇବା ପାଇଁ ସେ ଏହି ଅଞ୍ଚଳରେ ବୁଲି ପ୍ରଚାର କରିବା ମଧ୍ୟ ଆରମ୍ଭ କରିଛନ୍ତି।

ଏବେ ତାଙ୍କର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ସେ ଭୋଟ ସହିତ ଜନସାଧାରଣଙ୍କ ଠାରୁ ନୋଟ ମାଗୁଥିବା ଦେଖାଯାଉଛି। କୌତୁହଳର ବିଷୟ ହେଉଛି ତାଙ୍କୁ ନିର୍ବାଚନ ଖର୍ଚ୍ଚ ପାଇଁ ଜନସାଧାରଣ ନୋଟ ମଧ୍ୟ ଦେଉଛନ୍ତି।

ସେ କହିଛନ୍ତି ନିର୍ବାଚନ ପ୍ରଚାର ଠାରୁ ଆରମ୍ଭ କରି ଅନ୍ୟାନ୍ୟ ଖର୍ଚ୍ଚ ପର୍ଯ୍ୟନ୍ତ ଅର୍ଥର ବହୁତ ଆବଶ୍ୟକତା ରହିଛି। ମୁଁ ଜଣେ ଗରିବ ଚାଷୀଙ୍କ ପୁଅ ଏବଂ ମୋର ଟଙ୍କା ନାହିଁ, ଏହି କାରଣରୁ ମୁଁ ସମସ୍ତ ଲୋକଙ୍କଠାରୁ ଦାନ ମାଗୁଛି ଆଉ ଭୋଟ ମାଗୁଛି। ଟଙ୍କାର ଅଭାବ ଯୋଗୁ ମୁଁ ଲୋକଙ୍କୁ ନୋଟ୍‌ ମାଗୁଛି, ମୁଁ ଜାଣେ ଜନସାଧାରଣଙ୍କ ସମର୍ଥନରେ ମୁଁ ନିର୍ବାଚନ ଲଢୁଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

West Asia Conflict: ‘ପରିସ୍ଥିତି କରୋନା ପରି ହେବାକୁ ଯାଉଛି’ – ଯୁଦ୍ଧ ଲଢୁଥିବା ଦେଶଗୁଡ଼ିକ ଏହାର ପ୍ରଭାବକୁ ଅନୁଭବ କରୁନାହାଁନ୍ତି

ମସ୍କୋ,୨୬।୩: ରୁଷିଆ ରାଷ୍ଟ୍ରପତି ପୁଟିନ ପଶ୍ଚିମ ଏସିଆରେ ଚାଲିଥିବା ଯୁଦ୍ଧ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଦେଇଛନ୍ତି। ସେ କହିଛନ୍ତି ଯେ ଏହି ସଂଘର୍ଷର ପ୍ରଭାବ ପୂର୍ବାନୁମାନ…

ଦୁଃସାହସ! ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ଭାଷା କହିଲାଣି ପାକିସ୍ତାନ! ଇସାକ ଦାରଙ୍କ ବୟାନକୁ ନେଇ ନିଆଁବାଣ ଇରାନ

ଇସଲାମାବାଦ,୨୬।୩: ପାକିସ୍ତାନର ବୈଦେଶିକ ମନ୍ତ୍ରୀ ଇସାକ ଦାର ଗୁରୁବାର (୨୬ ମାର୍ଚ୍ଚ, ୨୦୨୬) କହିଛନ୍ତି ଯେ ଆମେରିକା ଏବଂ ଇରାନ ମଧ୍ୟରେ ପରୋକ୍ଷ ଶାନ୍ତି ଆଲୋଚନା ଚାଲିଛି।…

ପଟ୍ଟାମୁଣ୍ଡାଇରେ ଚାଞ୍ଚଲ୍ୟ: କଳିଙ୍ଗାଘାଟ ନଦୀପଠାରୁ ଅଖାରେ ଭର୍ତ୍ତି ମଣିଷ କଙ୍କାଳ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ…

ପଟ୍ଟାମୁଣ୍ଡାଇ,୨୬।୩(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଗୁଣୁପୁର କଳିଙ୍ଗାଘାଟ ନଦୀପଠାରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ନଦୀପଠାରୁ ମଣିଷ ଖପୁରୀ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri