ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ: ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ୱର,୯ା୬: ଓଡ଼ିଶାର ପୂର୍ବତନ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୪ ତମ ଜୟନ୍ତୀ ସୋମବାର ପାଳିତ ହୋଇଯାଇଛି। ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀଙ୍କ ସମେତ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଉକ୍ତ କାର୍ଯ୍ୟକ୍ରମରେ ଧରିତ୍ରୀରେ କାର୍ଯ୍ୟରତ କର୍ମଚାରୀ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତିଯୋଗ ଦେଇଥିଲେ। ଏହି ଅବସରରେ ସମସ୍ତେ ନନ୍ଦିନୀଙ୍କ ସ୍ମୃତିଚାରଣ କରିଥିଲେ।

ଲୌହ ମାନବୀ ନନ୍ଦିନୀ ଦେବୀ ସାଲିସ ବିହୀନ, ବିଚକ୍ଷଣ ରାଜନେତ୍ରୀ ସହ ଜଣେ ସୁସାହିତି୍ୟକା ଥିଲେ। ତାଙ୍କର ମୁଖ୍ୟମନ୍ତ୍ରୀତ୍ୱ ସମୟରେ ବିଭିନ୍ନ କଠୋର ପଦକ୍ଷେପ ନେଇ ଅଦମ୍ୟ ସାହସିକତାର ପରିଚୟ ଦେଇଥିଲେ ବୋଲି ଆଜିର ଜୟନ୍ତୀ ପାଳନ ଅବସରରେ ବକ୍ତାମାନେ ମତ ପ୍ରକାଶ କରିଥିଲେ।

ନନ୍ଦିନୀ ଦେବୀଙ୍କ ସମୟରେ ଗୋପାଳପୁରର ଇଣ୍ଡିଆନ ରେୟାର୍‌ ଆର୍ଟ କମ୍ପ୍ଲେକ୍ସ, ତାଳଚେର ଓ ପାରାଦୀପର ସାର କାରଖାନା, ରାଉରକେଲାର ଏସିଆଟିକ ଅକ୍ସିଜେନ କାରଖାନା (ବିଗତ ମହାମାରୀ କରୋନା ସମୟରେ ଯାହା ନିଜର ଆଭ୍ୟନ୍ତରୀଣ ଚାହିଦା ମେଣ୍ଟାଇ ସାରା ଦେଶକୁ ଅକ୍ସିଜେନ ଯୋଗାଇ ଥିଲା), ଢେଙ୍କାନାଳରେ କଳିଙ୍ଗ ଝୋଟ କାରଖାନା, ହସ୍ତଶିଳ୍ପ ଓ ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପ୍ରସାର ପାଇଁ ‘ଉତ୍କଳିକା’ ନାମରେ ଭୁବନେଶ୍ୱର ଓ ଦିଲ୍ଲୀରେ ଆଧୁନିକ ବିପଣନ କେନ୍ଦ୍ର ପ୍ରତିଷ୍ଠା, ଭୁବନେଶ୍ୱରରେ କର୍ମଜୀବୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଆବାସନ ‘ନିବେଦିତା’ର ନିର୍ମାଣ, ଢେଙ୍କାନାଳ ଓ ଭୁବନେଶ୍ୱରରେ ଅନ୍ଧ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା, ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ ଭବନ ଓ କଟକରେ ଆକାଶବାଣୀ ଭବନ ନିର୍ମାଣ ହେଉଛି ଓଡ଼ିଶାକୁ ନନ୍ଦିନୀଙ୍କର ଅବଦାନ। ଭୁବନେଶ୍ୱରର ସୂଚନା ଭବନ (ଜୟଦେବ ଭବନ ଯାହାର ପରବର୍ତ୍ତୀ ନାମ) ଓ ଶ୍ରୀଅରବିନ୍ଦଙ୍କ ଦେହାବଶେଷ ସ୍ଥାପନ ପୂର୍ବକ ‘ମାତୃଭବନ’ ନିର୍ମାଣ ହିଁ ତାଙ୍କ ଉଦ୍ୟମର ଫଳଶ୍ରୁତି।


Enter your email to get our daily news in your inbox.

All Right Reserved By Dharitri.Com

ପୀତବାସ ହତ୍ୟା ମାମଲାର ସାକ୍ଷୀଙ୍କୁ ଧମକ: ଡାକ୍ତରଙ୍କ ମୋବାଇଲ ଫୋନ ଜବତ

ବ୍ରହ୍ମପୁର,୧୬ା୯(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରର ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାର ସାକ୍ଷୀଙ୍କୁ ଜେଲ ଭିତରୁ ଯେଉଁ ମୋବାଇଲ ଫୋନରୁ ଧମକ ମିଳିଥିବା ତାହା ସେଠାରେ କାର୍ଯ୍ୟରତ…

ପୋଖରୀରେ ବୁଡ଼ି ଚାଲିଗଲା ଜୀବନ

ଦିଗପହଣ୍ଡି,୧୭।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମ ମା’ନାରାୟଣୀ ଠାକୁରାଣୀ ମନ୍ଦିର ନିକଟ ପୋଖରୀକୁ ଶୌଚ ପାଇଁ ଯାଇଥିବା ଜଣେ ମହିଳା ଗୁରୁବାର…

ରାଣୀ ସାହି ଦୁର୍ଗାପୂଜା କମିଟି ଗଠିତ, ଆଶ୍ୱିନ ମହାସପ୍ତମୀରୁ ହେବ ମହୋତ୍ସବ

ଦିଗପହଣ୍ଡି,୧୭ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୧୦ ନଂ. ୱାର୍ଡ ରାଣୀ ସାହି ଦୁର୍ଗାପୂଜା କମିଟିର ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ପ୍ରତିବର୍ଷ ଭଳି…

‘ମୁକ୍ତା’ଯୋଜନାରେ ହୋଇଥିବା କାର୍ଯ୍ୟର ଭିଜିଲାନ୍ସ ତଦନ୍ତ ହେବ: ବିଧାୟକ

ଗୁଡାରି,୧୭।୯(ପ୍ରମୋଦ କୁମାର ପତି): ଗୁଣୁପୁର ବିଧାୟକ ସତ୍ୟଜିତ ଗମାଙ୍ଗ ଗୁଡାରି ଏନ୍‌ଏସି କାର୍ଯ୍ୟାଳୟରେ ଗୁରୁବାର ବିଭିନ୍ନ ଯୋଜନାର ସମୀକ୍ଷା କରିଥିଲେ। ନଥିପତ୍ର ଯାଞ୍ଚ ପରେ ଭେଣ୍ଡି ଜୋନ…

ପ୍ରଧାନମନ୍ତ୍ରୀଙ୍କ ଦୀର୍ଘାୟୁ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଭୁବନେଶ୍ୱର ସମେତ ସାରା ରାଜ୍ୟରେ ଜଳିଲା କୋଟିଏରୁ ଅଧିକ ‘ଆଶୀର୍ବାଦ ଦୀପ’। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୬ତମ ଜନ୍ମଦିନ ଅବସରରେ ଗୁରୁବାର ରାଜ୍ୟ ସରକାରଙ୍କ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଜମିକୁ ଯାଇ ଗଛରେ ଝୁଲି ପଡ଼ିଲେ ଚାଷୀ

ଭେଡେନ,୧୭।୯(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଅଧୀନ ରେଶମ ପ୍ରଧାନପାଲି ଗ୍ରାମରୁ ଗୁରୁବାର ଜଣେ ଚାଷୀଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତକ ଜଣକ ଉକ୍ତ ଗ୍ରାମର…

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଝଲସିଲା ମନ୍ଦିର ପ୍ରାଙ୍ଗଣ

ପାଟଣା,୧୭।୯(ବୀର କିଶୋର ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ କେନ୍ଦୁଝର ଜିଲା ପାଟଣା ନିର୍ବାଚନମଣ୍ଡଳୀର ବିଭିନ୍ନ ମନ୍ଦିର ଏବଂ ଧାର୍ମିକ ଅନୁଷ୍ଠାନରେରେ ଗୁରୁବାର ସନ୍ଧ୍ୟାରେ ପ୍ରଦୀପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?