ପୂର୍ବତନ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ, ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

ଭୁବନେଶ୍ବର,୯।୬:  ସୃଜନର ସ୍ରୋତସ୍ବିନୀ ନନ୍ଦିନୀ ଶତପଥୀ । ରାଜନୀତିରେ ସେ ଯେମିତି ପ୍ରବୀଣା, ସାହିତ୍ୟ ସାଧନାରେ ମଧ୍ୟ ସେମିତି ଧୂରୀଣା। କେବଳ ଓଡ଼ିଶା ନୁହେଁ ଭାରତୀୟ ରାଜନୀତିର ସେ ଥିଲେ ଜଣେ ଅପ୍ରତିଦ୍ୱନ୍ଦୀ ଜନନାୟିକା। ଓଡ଼ିଶାର ଏକ ମାତ୍ର ମହିଳା ମୁଖ୍ୟମନ୍ତ୍ରୀ ନନ୍ଦିନୀଙ୍କ ସ୍ବପ୍ନ ଥିଲା ରାଜ୍ୟର ସାମଗ୍ରୀକ ବିକାଶ। ସ୍ବପ୍ନକୁ ବାସ୍ତବ ରୂପ ଦେବାରେ ସେଥିଲେ ଜଣେ ସଫଳ ନାୟିକା। ରାଜନୀତି ପରି ଓଡ଼ିଆ ଭାଷାକୁ ସେ କରିଛନ୍ତି ରୁଦ୍ଧିମନ୍ତ। ଓଡ଼ିଆ ସୃଜନ ଓ ଅନୁବାଦ ସାହିତ୍ୟକ ଉଲ୍ଲେଖନୀୟ ଅବଦାନ ପାଇଁ ‘ଓଡ଼ିଶା ସାହିତ୍ୟ ଏକାଡେମୀ ସମ୍ବର୍ଦ୍ଧନା’, ‘କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର’ ଓ ‘ସାହିତ୍ୟ ଭାରତୀ’ ସମ୍ମାନରେ ସେ ସମ୍ମାନିତା।

ଓଡ଼ିଶାର ପୂର୍ବତନ ତଥା ପ୍ରଥମ ମୁଖ୍ୟମନ୍ତ୍ରୀ ନନ୍ଦିନୀ ଶତପଥୀଙ୍କ ୯୫ ତମ ଜୟନ୍ତୀ ମଙ୍ଗଳବାର ପାଳିତ ହୋଇଯାଇଛି। ଏହି ଅବସରରେ ରାଜଭବନ ନିକଟସ୍ଥ ନନ୍ଦିନୀ ଶତପଥୀ ଛକରେ ଧରିତ୍ରୀ ଏବଂ ଓଡ଼ିଶା ପୋଷ୍ଟର ସମ୍ପାଦକ ତଥାଗତ ସତପଥୀଙ୍କ ସମେତ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ନନ୍ଦିନୀ ଦେବୀଙ୍କ ପ୍ରତିମୂର୍ତ୍ତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଅନେକ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗଦେଇ ସ୍ମୃତିଚାରଣ କରିଥିଲେ ।

ନନ୍ଦିନୀ ଦେବୀଙ୍କ ସମୟରେ ଗୋପାଳପୁରର ଇଣ୍ଡିଆନ ରେୟାର୍‌ ଆର୍ଟ କମ୍ପ୍ଲେକ୍ସ, ତାଳଚେର ଓ ପାରାଦୀପର ସାର କାରଖାନା, ରାଉରକେଲାର ଏସିଆଟିକ ଅକ୍ସିଜେନ କାରଖାନା (ବିଗତ ମହାମାରୀ କରୋନା ସମୟରେ ଯାହା ନିଜର ଆଭ୍ୟନ୍ତରୀଣ ଚାହିଦା ମେଣ୍ଟାଇ ସାରା ଦେଶକୁ ଅକ୍ସିଜେନ ଯୋଗାଇ ଥିଲା), ଢେଙ୍କାନାଳରେ କଳିଙ୍ଗ ଝୋଟ କାରଖାନା, ହସ୍ତଶିଳ୍ପ ଓ ସମ୍ବଲପୁରୀ ବସ୍ତ୍ରର ପ୍ରଚାର ପ୍ରସାର ପାଇଁ ‘ଉତ୍କଳିକା’ ନାମରେ ଭୁବନେଶ୍ୱର ଓ ଦିଲ୍ଲୀରେ ଆଧୁନିକ ବିପଣନ କେନ୍ଦ୍ର ପ୍ରତିଷ୍ଠା, ଭୁବନେଶ୍ୱରରେ କର୍ମଜୀବୀ ମହିଳାଙ୍କ ପାଇଁ ସ୍ବତନ୍ତ୍ର ଆବାସନ ‘ନିବେଦିତା’ର ନିର୍ମାଣ, ଢେଙ୍କାନାଳ ଓ ଭୁବନେଶ୍ୱରରେ ଅନ୍ଧ ମୂକ ବଧିର ବିଦ୍ୟାଳୟ ପ୍ରତିଷ୍ଠା, ମାଷ୍ଟରକ୍ୟାଣ୍ଟିନ ଛକରେ କଂଗ୍ରେସ ଭବନ ଓ କଟକରେ ଆକାଶବାଣୀ ଭବନ ନିର୍ମାଣ ହେଉଛି ଓଡ଼ିଶାକୁ ନନ୍ଦିନୀଙ୍କର ଅବଦାନ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତାକାଲି ପଡୁଛି ୩ ରାଜଯୋଗ; ୫ ରାଶିଙ୍କ ବଦଳିବ ଭାଗ୍ୟ, ମୋଟା ଅଙ୍କର ରୋଜଗାରକୁ ବଡ଼ କମ୍ପାନୀରୁ ଅଫର୍‌

୯ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ କୃଷ୍ଣ ପକ୍ଷର ତ୍ରୟୋଦଶୀ ତିଥି ଏବଂ ବୁଧବାର। ଏହା ସହିତ ଏହି ଦିନଟି ଦ୍ୱିତୀୟ ଚତୁର୍ମାସ୍ୟାର ୧୭ଶ ଦିନ…

ନୂଆଖାଇ ପୂର୍ବରୁ ଭତ୍ତା ଟଙ୍କା ଦିଅ, ନଚେତ୍ ଆନ୍ଦୋଳନ! ରାଜ୍ୟପାଳଙ୍କ ହସ୍ତକ୍ଷେପ ଦାବି କଲା ବିଜେଡି, ସ୍ମାରକପତ୍ର…

ବରଗଡ଼,୮।୯(ପ୍ରେମାନନ୍ଦ ଖମାରୀ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପୂର୍ବରୁ ସମସ୍ତ ହିତାଧିକାରୀଙ୍କୁ ସାମାଜିକ ନିରାପତ୍ତା ଭତ୍ତା ପ୍ରଦାନ କରିବା ଦାବିରେ ବରଗଡ଼ ଜିଲା ବିଜେଡି ପକ୍ଷରୁ ରାଜ୍ୟପାଳଙ୍କ…

ରାହୁଙ୍କ ମକର ରାଶିରେ ଗୋଚର, ୨୦୨୮ ଯାଏ ୩ ରାଶିରେ ଧନବର୍ଷା, ଚାକିରିରେ ମିଳିବ ପ୍ରମୋଶନ

ଶୁକ୍ର ଗ୍ରହ ୧୧ ସେପ୍ଟେମ୍ୱର ୨୦୨୬ରେ ନକ୍ଷତ୍ର ପରିବର୍ତ୍ତନ କରିବାକୁ ଯାଉଛନ୍ତି। ସେ ଚିତ୍ରା ନକ୍ଷତ୍ରରୁ ବାହାରି ରାହୁଙ୍କ ଅଧୀନରେ ଥିବା ସ୍ୱାତୀ ନକ୍ଷତ୍ରରେ ଗୋଚର କରିବେ।…

ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଉପହାର, ୨୦% ମିଳିବ ବୋନସ ଆଉ ତା’ ସହ…

ନୂଆଦିଲ୍ଲୀ,୮।୯: କର୍ମଚାରୀମାନଙ୍କ ପାଇଁ ଏକ ଖୁସି ଖବର ସାମ୍ନାକୁ ଆସିଛି। ଏବେ ନୂତନ ଶ୍ରମ କୋଡ (Labour Code) ଅଧୀନରେ କର୍ମଚାରୀମାନଙ୍କୁ ପ୍ରାୟ ୨୦ ପ୍ରତିଶତ ପର୍ଯ୍ୟନ୍ତ…

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri