ଡେରାବିଶ ବ୍ଲକର ପୂର୍ବତନ କିରାଣି ଭିଜିଲାନ୍ସ କୋର୍ଟରେ ଦଣ୍ଡିତ

କଟକ,୨୪ା୪(କାର୍ତ୍ତିକ ସାହୁ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକର ପୂର୍ବତନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ମାଧବ ଚନ୍ଦ୍ର ଆଚାର୍ଯ୍ୟ ଭିଜିଲାନ୍ସ ଅଦାଲତରେ ଦଣ୍ଡିତ ହୋଇଛନ୍ତି। ସେ ଏବେ ମହାକାଳପଡ଼ା ତହସିଲରେ ବରିଷ୍ଠ କିରାଣି ଭାବେ କାର୍ଯ୍ୟରତ। କଟକ ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ତାଙ୍କ ବିରୋଧରେ ରୁଜୁ ଲାଞ୍ଚ ନେବା ମାମଲାର ବିଚାର କରି ୨ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା ଦେବାକୁ ବୁଧବାର ରାୟ ପ୍ରଦାନ କରିଛନ୍ତି। ଜରିମାନା ଦେଇ ନ ପାରିଲେ ତାଙ୍କୁ ଅଧିକ ୬ ମାସ ଜେଲ୍‌ଦଣ୍ଡ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ଆଦେଶରେ ସ୍ପଷ୍ଟ କରିଛନ୍ତି।

ମାମଲାର ବିବରଣୀ ଅନୁସାରେ, କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ର ତତ୍‌କାଳୀନ କିରାଣି ତଥା ଡିଲିଂ ଆସିଷ୍ଟାଣ୍ଟ ଆଚାର୍ଯ୍ୟଙ୍କ ବିରୋଧରେ ଲାଞ୍ଚ ଗ୍ରହଣ ନେଇ ଅଭିଯୋଗ ହୋଇଥିଲା। ଜଣେ ଇନ୍ଦିରା ଆବାସ ହିତାଧିକାରୀଙ୍କଠାରୁ ଘର ନିର୍ମାଣ ବାବଦ ପ୍ରଥମ କିସ୍ତିର ଚେକ୍‌ ପ୍ରଦାନ ପାଇଁ ସେ ଲାଞ୍ଚ ଦାବି କରିବା ସହ ଗ୍ରହଣ କରି ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ଭିଜିଲାନ୍ସ ପକ୍ଷରୁ ତାଙ୍କ ବିରୋଧରେ ଦୁର୍ନୀତି ନିବାରଣ ଆଇନ ଆଧାରରେ ଏକ ମାମଲା ରୁଜୁ ହୋଇଥିଲା। କୋର୍ଟଙ୍କ ଏହି ଦଣ୍ଡାଦେଶ ଆଧାରରେ ରାଜ୍ୟ ଭିଜିଲାନ୍ସ ପକ୍ଷରୁ ତାଙ୍କୁ ଚାକିରିରୁ ବହିଷ୍କାର କରିବାକୁ ଆବେଦନ କରାଯିବ ବୋଲି କୁହାଯାଇଛି। ରାଜ୍ୟ ଭିଜିଲାନ୍ସର ପୂର୍ବତନ ଇନ୍ସପେକ୍ଟର ଜ୍ଞାନରଞ୍ଜନ ମିଶ୍ର ମାମଲାର ତଦନ୍ତ କରିଥିଲେ। ସ୍ପେଶାଲ ପିପି ସର୍ବେଶ୍ୱର ବାରିକ ଓ ଆସିଷ୍ଟାଣ୍ଟ ପିପି ଦୀପକ କୁମାର ସ୍ବାଇଁ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଣ୍ଟେନରରେ ୩୦ରୁ ଅଧିକ ଗୋରୁଙ୍କୁ ପଶ୍ଚିମବଙ୍ଗକୁ କରାଯାଉଥିଲା ଚାଲାଣ, ମାଡିବସିଲା ପୋଲିସ, ତା’ପରେ…

ନୀଳଗିରି,୬।୧୨(ପ୍ରଶାନ୍ତ କୁମାର ବିଶ୍ବାଳ): ଭଦ୍ରକରୁ ପାଖାପାଖି ୩୦ରୁ ଊର୍ଦ୍ଧ୍ୱ ଗୋରୁଙ୍କୁ କଣ୍ଟେନରରେ ନେଇ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିବା ବେଳେ ବାଲେଶ୍ୱର ଜିଲା ନୀଳଗିରି ପୋଲିସ ଇଶ୍ୱରପୁର...

ସାରଥିଙ୍କ ବିରୋଧରେ ଚାଲିବ ମାମଲା: ଚାର୍ଜଫ୍ରେମ୍‌ କଲେ ଅଦାଲତ

କଟକ,୬।୧୨(କାର୍ତ୍ତିକ ସାହୁ):ବହୁଚର୍ଚ୍ଚିତ ଆତ୍ମଘୋଷିତ ବାବା ସାରଥି ଓରଫ ସନ୍ତୋଷ ରାଉଳ, ତାଙ୍କ ପୁଅ ସତ୍ୟମ ଶେଖର ଓ ଅନ୍ୟ ୪ ଜଣଙ୍କ ବିରୋଧରେ କଟକ ସ୍ବତନ୍ତ୍ର...

ଇଣ୍ଡିଗୋ ସଙ୍କଟ ମଧ୍ୟରେ ବଡ଼ ପଦକ୍ଷେପ ନେଲାେ ରେଲଓ୍ବେ, ଅତିରିକ୍ତ କୋଚ ବୃଦ୍ଧି ସହ ସ୍ବତନ୍ତ୍ର ଟ୍ରେନ ସେବା ଘୋଷଣା

ନୂଆଦିଲ୍ଲୀ,୬।୧୨: ଦେଶବ୍ୟାପୀ ଇଣ୍ଡିଗୋ ଏବଂ ଅନ୍ୟ ଅନେକ ଏୟାରଲାଇନ୍ସର ଉଡ଼ାଣ ବାତିଲ ହେବା ପରେ, ଲକ୍ଷ ଲକ୍ଷ ଯାତ୍ରୀ ହଠାତ୍‌ ରେଳବାଇକୁ ଭିଡ଼ ଜମାଇଥିଲେ। ଟିକେଟର...

ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ: ଦାବି ପୂରଣ ନ ହେବା ଯାଏ ସମୂହ ଛୁଟିରେ ରହିବାକୁ ନିଷ୍ପତ୍ତି

ଭୁବନେଶ୍ୱର,୬ା୧୨(ସୁଚିସ୍ମିତା ସାହୁ):ପୁଣି ଆନ୍ଦୋଳନକୁ ଓହ୍ଲାଇଲେ ପ୍ରାଥମିକ ଶିକ୍ଷକ। ଛାତ୍ରୀଛାତ୍ରଙ୍କ ପରୀକ୍ଷା ପାଖେଇ ଆସିଥିବା ବେଳେ ବିଦ୍ୟାଳୟରେ ପାଠ ପଢ଼ାଇବା ବଦଳରେ ଦାବି ପୂରଣ ପାଇଁ ଶିକ୍ଷକମାନେ...

ଏଇ ଭାରତରେ

ପ୍ରବେଶିକାର ଲିଖିତ ଓ ଶାରୀରିକ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ ପୋଲିସରେ ନିଯୁକ୍ତି ମିଳିଥାଏ। ଏଥିପାଇଁ ଅଶାୟୀମାନେ ବୟସ ସୀମା ମଧ୍ୟରେ ନିଜକୁ ପ୍ରସ୍ତୁତ କରିଥାନ୍ତି।...

ସ୍ମାର୍ଟ ସିଟି ଲୋକର ବ୍ୟଥା

ପ୍ରବଳ ଶୀତରେ କିଛି ବେସାହାରା ଲୋକ ପୋଲ ତଳେ, ଦୋକାନ ପିଣ୍ଡାରେ, ପାର୍କ ବେଞ୍ଚ ଉପରେ କଟାଉଥିବା ଦେଖାଯାଏ। ସେମାନଙ୍କ ମଧ୍ୟରୁ କୌଣସି ବୃଦ୍ଧାବୃଦ୍ଧ ରୋଗୀଙ୍କ...

ସୁଦର୍ଶନଙ୍କୁ ଚାପି ଦେଲା ଆମ ବସ୍‌: ଡ୍ରାଇଭର ଖସି ପଳାଇବାକୁ ଉଦ୍ୟମ

ଭୁବନେଶ୍ୱର, ୬ା୧୨(ସତ୍ୟଜିତ ରାଉତ):ରାଜଧାନୀରେ ପୁଣି ଜୀବନ ନେଇଛି ‘ଆମ ବସ୍‌’। ସତ୍‌ସଙ୍ଗ ବିହାର ସମ୍ମୁଖ ୧୬ ନଂ. ଜାତୀୟ ରାଜପଥରେ ଶୁକ୍ରବାର ସାରେ ଏହି ଦୁର୍ଘଟଣା...

ଗଣତନ୍ତ୍ର କ’ଣ ଦଳ-ମୁଖ୍ୟଙ୍କ ତନ୍ତ୍ର

ଯେଉଁ ଦଳର କେନ୍ଦ୍ର ସରକାର ସମ୍ବିଧାନ ଦିବସ (ନଭେମ୍ବର ୨୯) ପାଳନ କରି ସମ୍ବିଧାନର ଆଦର୍ଶକୁ ସର୍ବୋଚ୍ଚ ସ୍ଥାନ ଦେଉଛି ସେହି ଦଳର ରାଜ୍ୟ ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri