ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି । ତାଙ୍କ କାରକୁ ରାସ୍ତାରେ ଅଟକାଇ କାଦୁଅ ଏବଂ ଚପଲମାଡ଼ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଏହା ସହ ମମତାଙ୍କ ବିରୋଧରେ ଅପଶବ୍ଦ ଏବଂ ‘ଚୋର’ ନାରା ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି ।

ଘଟଣାକୁ ନେଇ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ ଦାୟୀ କରିଛନ୍ତି । ତାଙ୍କ କହିବା ଅନୁସାରେ, ଏହି ବିରୋଧ ସ୍ଥାନୀୟ ଗ୍ରାମବାସୀଙ୍କ ଦ୍ୱାରା ନୁହେଁ ବରଂ ଭାଜପାର ‘ଗୁଣ୍ଡା’ମାନେ ଏହା ପଛରେ ରହିଛନ୍ତି । ବାହାରୁ ଲୋକ ଆଣି ପଥର ଓ ବଡ଼ ବଡ଼ ଇଟା ଫିଙ୍ଗାଯାଇଥିବା ସେ ଅଭିଯୋଗ କରିଛନ୍ତି ।ଘଟଣାର ପୃଷ୍ଠଭୂମିରେ ଜଣେ ତୃଣମୂଳ କଂଗ୍ରେସ କର୍ମୀଙ୍କ ହେପାଜତରେ ମୃତ୍ୟୁକୁ ନେଇ ବିବାଦ ଚାଲିଛି । TMC ଏବଂ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି ଯେ ପୋଲିସ ହେପାଜତରେ ତାଙ୍କୁ ମାଡ଼ ମାରି ହତ୍ୟା କରାଯାଇଛି । ଅନ୍ୟପକ୍ଷରେ ସ୍ଥାନୀୟ ଲୋକମାନେ ମମତାଙ୍କ ଗସ୍ତକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି ଯେ ହେପାଜତରେ ମୃତ୍ୟୁ ପରେ ଏବେ ମୃତ କର୍ମୀଙ୍କ ପରିବାରକୁ ଭୟଭୀତ ଓ ଧମକ ଦେବା ପାଇଁ ଚେଷ୍ଟା କରାଯାଉଛି । ତାଙ୍କ ଗସ୍ତ ସମୟରେ ପୋଲିସର ଉପସ୍ଥିତି ସତ୍ତ୍ୱେ ଗାଡ଼ି ଉପରେ ପଥର ଫିଙ୍ଗାଯାଇଥିବା ସେ କହିଛନ୍ତି।

ଘଟଣାକୁ ନେଇ ମମତା ବାନାର୍ଜୀ ପୋଲିସ ପ୍ରଶାସନ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ପୋଲିସ ନିଜର ବିଫଳତା ଲୁଚାଇବା ପାଇଁ ଏଭଳି ଲୋକଙ୍କ ଉପରେ ନିର୍ଭର କରୁଛି । ହେପାଜତରେ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଥିବା ବେଳେ ବଙ୍ଗଳ ଏବେ ‘ଗୁଣ୍ଡାଙ୍କ ହାତକୁ ଚାଲିଯାଇଛି’ ବୋଲି ସେ ଅଭିଯୋଗ କରିଛନ୍ତି। ମମତା ଆହୁରି କହିଛନ୍ତି ଯେ ପୋଲିସର ଉପସ୍ଥିତିରେ ତାଙ୍କ ଗାଡ଼ି ଉପରେ ପଥର ଫିଙ୍ଗାଯାଇଛି। ଏହାକୁ ସେ ଦୃଢ଼ ଭାବରେ ନିନ୍ଦା କରିବା ସହ ବଙ୍ଗରେ ଭାଜପାର ଦଙ୍ଗା ବୃଦ୍ଧି ପାଇଥିବା ସେ ଅଭିଯୋଗ କରିଛନ୍ତି । ତେବେ ଏହି ଘଟଣାକୁ ନେଇ ଭାଜପା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରଣଜୀ ଟିମ୍‌ରେ କଳାହାଣ୍ଡିର ଦିନେଶ ମାଝୀ, ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୭।୧୦(ଉତ୍ତମ କୁମାର ଦାଶ): ଓଡ଼ିଶା କ୍ରିକେଟ ଆସୋସିଏସନ୍ ପକ୍ଷରୁ ୨୦୨୬-୨୭ ସିଜନ ଡୋମେଷ୍ଟିକ୍ ବିସିସିଆଇ ଟୁର୍ନାମେଣ୍ଟର ପ୍ରଥମ ଦୁଇଟି ମ୍ୟାଚ୍ ପାଇଁ ଓଡ଼ିଶା ରଣଜୀ ଦଳର ୧୭…

ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ଆନ୍ଦୋଳନ ଜାରି, ରାହୁଲଙ୍କୁ ଉଠାଇ ନେଲା ପୋଲିସ

ନୂଆଦିଲ୍ଲୀ,୭।୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀ ଦଳଗୁଡ଼ିକର ଆନ୍ଦୋଳନ ଥମିବାର ନାଁ ନେଉନାହିଁ । ମଙ୍ଗଳବାର ଦିନତମାମ ଧାରଣା ପରେ ଆଜି ‘ଇଣ୍ଡିଆ’…

ପାଟପୁରରେ ଦକ୍ଷିଣ ଓଡ଼ିଶା ବାଳିକା କବାଡ଼ି ପ୍ରତିଯୋଗିତା; ଗଜପତି ଜିଲାର ରାମଗିରି ଚାମ୍ପିୟନ, ମାଲକାନଗିରି ଉପ ବିଜେତା

ଦିଗପହଣ୍ଡି,୭।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମ ସ୍ଥିତ ବିଶ୍ୱାସରାୟ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ କବାଡ଼ି ପ୍ରତିଯୋଗିତା ଜାରି ରହିଥିଲା…

ଛାତ୍ର ସଂସଦ ନିର୍ବାଚନକୁ ନେଇ ବଲାଙ୍ଗୀର କଲେଜରେ ଉତ୍ତେଜନା

ବଲାଙ୍ଗୀର,୭ା୧୦(ସୁନିଲ କୁମାର ମହାନ୍ତି): କଲେଜ ନିର୍ବାଚନକୁ ନେଇ ଏବେଠୁ ବଲାଙ୍ଗିର ଜିଲାରେ ଉତ୍ତେଜନା ଦେଖାଦେଲାଣି। ବଲାଙ୍ଗୀର ପୁଇଁନ୍ତଳା ନିକଟରେ ଥିବା ସରକାରୀ ବଲାଙ୍ଗୀର କଲେଜରେ ଉତ୍ତେଜନା ଦେଖାଦେବା…

୫୮ ବର୍ଷ ପରେ ନବରାତ୍ରୀରେ ଦୁର୍ଲଭ ମହାସଂଯୋଗ: ଫିଟିବ ଏହି ୩ ରାଶିର ଭାଗ୍ୟ, ଧନ ବର୍ଷା ସହ ମିଳିବ ବଡ଼ ଚାକିରିର ଅଫର୍‌

୧୧ ଅକ୍ଟୋବର ୨୦୨୬ରୁ ଶାରଦୀୟ ନବରାତ୍ରୀ ଆରମ୍ଭ ହେବାକୁ ଯାଉଛି, ଯାହାକୁ ଏଥର ବେଶ ଖାସ ବୋଲି ଧରାଯାଉଛି। ପ୍ରକୃତରେ, ବହୁ ବର୍ଷ ପରେ ନବରାତ୍ରୀ ସମୟରେ…

କେତେ ସମ୍ପତ୍ତିର ମାଲିକ ରାହୁଲ ଗାନ୍ଧୀ? କେବଳ ଅଫିସର ଦାମ ୯ କୋଟି! ଜାଣନ୍ତୁ ନେଟଓ଼୍ବର୍ଥ

ନୂଆଦିଲ୍ଲୀ,୭।୧୦: ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ପ୍ରାୟତଃ ନିଜର ରାଜନୈତିକ ନିଷ୍ପତ୍ତି ଏବଂ ସରକାରଙ୍କ ବିରୋଧରେ ଦେଉଥିବା ବୟାନକୁ ନେଇ ଚର୍ଚ୍ଚାରେ ରହିଥାନ୍ତି।…

ବିକଶିତ ଓଡ଼ିଶା ଗଠନରେ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ୱାନ, ଡବଲ୍‌ ଇଞ୍ଜିନ ସରକାରରେ…

ଖୋର୍ଦ୍ଧା,୭।୧୦(ପ୍ରଭାତ ପାଣିଗ୍ରାହୀ): ‘ବିକଶିତ ଭାରତ’ ସହ ‘ବିକଶିତ ଓଡ଼ିଶା’ ଗଠନ ପ୍ରକ୍ରିୟାରେ ସମସ୍ତ ନାଗରିକ ସାମିଲ ହେବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆହ୍ୱାନ ଦେଇଛନ୍ତି। ପ୍ରଧାନମନ୍ତ୍ରୀ…

ବିରାଟଙ୍କୁ ବଡ଼ ଝଟକା, ଶୂନ୍ୟ ରନରେ ଆଉଟ ହେବା ପରେ ତଳକୁ ଖସି ଆସିଛନ୍ତି କୋହଲି, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୭।୧୦: ଭାରତର ଷ୍ଟାର୍‌ ବ୍ୟାଟର ବିରାଟ କୋହଲିଙ୍କୁ ନିକଟରେ ୱେଷ୍ଟଇଣ୍ଡିଜ ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରେ ଖେଳୁଥିବାର ଦେଖିବାକୁ ମିଳିଥିଲା। କୋହଲି ପ୍ରଥମ ମ୍ୟାଚରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?