ମମତା ବାନାର୍ଜୀଙ୍କ କାର ଉପରକୁ ପଥରମାଡ଼: ଚୋର-ଚୋର ନାରା ଦେଲେ….

କୋଲକାତା,୯ା୮: ପଶ୍ଚିମବଙ୍ଗର ହାଲିସହରରେ ତୃଣମୂଳ କଂଗ୍ରେସର ଜଣେ ମୃତ କର୍ମୀଙ୍କ ପରିବାରକୁ ଭେଟିବାକୁ ଯାଇଥିବା ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଜୋରଦାର ବିରୋଧର ସାମ୍ନା କରିବାକୁ ପଡ଼ିଛି । ତାଙ୍କ କାରକୁ ରାସ୍ତାରେ ଅଟକାଇ କାଦୁଅ ଏବଂ ଚପଲମାଡ଼ କରାଯାଇଥିବା ନେଇ ଅଭିଯୋଗ ହୋଇଛି । ଏହା ସହ ମମତାଙ୍କ ବିରୋଧରେ ଅପଶବ୍ଦ ଏବଂ ‘ଚୋର’ ନାରା ଦିଆଯାଇଥିବା ସେ ଅଭିଯୋଗ କରିଛନ୍ତି ।

ଘଟଣାକୁ ନେଇ ମମତା ବାନାର୍ଜୀ ସିଧାସଳଖ ଭାଜପାକୁ ଦାୟୀ କରିଛନ୍ତି । ତାଙ୍କ କହିବା ଅନୁସାରେ, ଏହି ବିରୋଧ ସ୍ଥାନୀୟ ଗ୍ରାମବାସୀଙ୍କ ଦ୍ୱାରା ନୁହେଁ ବରଂ ଭାଜପାର ‘ଗୁଣ୍ଡା’ମାନେ ଏହା ପଛରେ ରହିଛନ୍ତି । ବାହାରୁ ଲୋକ ଆଣି ପଥର ଓ ବଡ଼ ବଡ଼ ଇଟା ଫିଙ୍ଗାଯାଇଥିବା ସେ ଅଭିଯୋଗ କରିଛନ୍ତି ।ଘଟଣାର ପୃଷ୍ଠଭୂମିରେ ଜଣେ ତୃଣମୂଳ କଂଗ୍ରେସ କର୍ମୀଙ୍କ ହେପାଜତରେ ମୃତ୍ୟୁକୁ ନେଇ ବିବାଦ ଚାଲିଛି । TMC ଏବଂ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଛି ଯେ ପୋଲିସ ହେପାଜତରେ ତାଙ୍କୁ ମାଡ଼ ମାରି ହତ୍ୟା କରାଯାଇଛି । ଅନ୍ୟପକ୍ଷରେ ସ୍ଥାନୀୟ ଲୋକମାନେ ମମତାଙ୍କ ଗସ୍ତକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି। ମମତା ବାନାର୍ଜୀ କହିଛନ୍ତି ଯେ ହେପାଜତରେ ମୃତ୍ୟୁ ପରେ ଏବେ ମୃତ କର୍ମୀଙ୍କ ପରିବାରକୁ ଭୟଭୀତ ଓ ଧମକ ଦେବା ପାଇଁ ଚେଷ୍ଟା କରାଯାଉଛି । ତାଙ୍କ ଗସ୍ତ ସମୟରେ ପୋଲିସର ଉପସ୍ଥିତି ସତ୍ତ୍ୱେ ଗାଡ଼ି ଉପରେ ପଥର ଫିଙ୍ଗାଯାଇଥିବା ସେ କହିଛନ୍ତି।

ଘଟଣାକୁ ନେଇ ମମତା ବାନାର୍ଜୀ ପୋଲିସ ପ୍ରଶାସନ ଉପରେ ମଧ୍ୟ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ପୋଲିସ ନିଜର ବିଫଳତା ଲୁଚାଇବା ପାଇଁ ଏଭଳି ଲୋକଙ୍କ ଉପରେ ନିର୍ଭର କରୁଛି । ହେପାଜତରେ ମୃତ୍ୟୁ ଘଟଣା ସାମ୍ନାକୁ ଆସୁଥିବା ବେଳେ ବଙ୍ଗଳ ଏବେ ‘ଗୁଣ୍ଡାଙ୍କ ହାତକୁ ଚାଲିଯାଇଛି’ ବୋଲି ସେ ଅଭିଯୋଗ କରିଛନ୍ତି। ମମତା ଆହୁରି କହିଛନ୍ତି ଯେ ପୋଲିସର ଉପସ୍ଥିତିରେ ତାଙ୍କ ଗାଡ଼ି ଉପରେ ପଥର ଫିଙ୍ଗାଯାଇଛି। ଏହାକୁ ସେ ଦୃଢ଼ ଭାବରେ ନିନ୍ଦା କରିବା ସହ ବଙ୍ଗରେ ଭାଜପାର ଦଙ୍ଗା ବୃଦ୍ଧି ପାଇଥିବା ସେ ଅଭିଯୋଗ କରିଛନ୍ତି । ତେବେ ଏହି ଘଟଣାକୁ ନେଇ ଭାଜପା ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ହୃଦୟବିଦାରକ! ଜନ୍ମ ଦେଇ କେନାଲରେ ଫିଙ୍ଗିଦେଲେ, ଧାନ ବିଲରୁ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

ଅତାବିରା, ୨୩/୯ (ଯୁଧିଷ୍ଠିର ମହାପାତ୍ର): ପୁଣି ସାମ୍ନାକୁ ଆସିଛି ମାନବିକତାକୁ ଲଜ୍ଜିତ କଲା ଭଳି ଏକ କରୁଣ ଓ ହୃଦୟବିଦାରକ ଚିତ୍ର। ଧାନ ବିଲର ଅଳିଆ ଆବର୍ଜନା…

ପାକିସ୍ତାନରେ ହଇଚଇ! ସାଧାରଣ ଚିକିତ୍ସା ପରେ ପିଲାଙ୍କ HIV ରିପୋର୍ଟ ପଜିଟିଭ୍, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମବାଦ,୨୩।୯: ପାକିସ୍ତାନରେ ଅନେକ ପରିବାର ପାଇଁ ପିଲାଙ୍କ ସାଧାରଣ ଚିକିତ୍ସା ପରେ ସାମ୍ନାକୁ ଆସିଥିବା HIV ପଜିଟିଭ୍ ରିପୋର୍ଟ ଚିନ୍ତାର କାରଣ ପାଲଟିଛି । NPRର ଏକ…

ବାଫ୍ଲା ମାଳି ଖଣି ପ୍ରଭାବିତ ଅଞ୍ଚଳରେ ବିକାଶର ନଗ୍ନ ଚିତ୍ର: ଉପରେ ଚାଲିଛି ଖଣି, ତଳେ ରାସ୍ତା ନାହିଁ; ପ୍ରଶାସନର ଅବହେଳା ପରେ…

ଥୁଆମୂଳ ରାମପୁର/କାଶୀପୁର, ୨୩।୯ (ଦୁର୍ଗା କୀର୍ତ୍ତି/ ପ୍ରଫୁଲ୍ଲ ବେହେରା): ଗୋଟିଏ ପଟେ ବାଫ୍ଲା ମାଳି ପାହାଡ଼ ଉପରେ ବାକ୍ସାଇଟ୍ ଖଣି ଖନନ କରି କୋଟି କୋଟି ଟଙ୍କାର…

ହର୍ମୁଜରେ ଜାହାଜ ଉପରେ ବଡ଼ ଧରଣର ଆକ୍ରମଣ, ଚାଲିଗଲା ଭାରତୀୟ ନାବିକଙ୍କ ଜୀବନ

ଓମାନ,୨୩।୯: ଓମାନ ଉପକୂଳ ନିକଟ ହର୍ମୁଜ୍ ଅଞ୍ଚଳରେ ଭାରତ ଆସୁଥିବା ଏକ ମାଲବାହୀ ଜାହାଜ ଉପରେ ଟର୍ପିଡୋ ଆକ୍ରମଣ ହୋଇଛି । ଏହି ଆକ୍ରମଣରେ ଉତ୍ତରପ୍ରଦେଶର ଦେବରିଆ…

ବଡ଼ ବିପଦ! ଭାରତରେ ଜୀବନ ନେଇପାରେ ତାତି, ଯାଇପାରେ ୪.୫ ଲକ୍ଷରୁ ଅଧିକ ଜୀବନ

ନୂଆଦିଲ୍ଲୀ,୨୩।୯: ଶକ୍ତିଶାଳୀ ଏଲ୍‌ ନିନୋକୁ ନେଇ ଜଳବାୟୁ ବିଶେଷଜ୍ଞମାନେ ବଡ଼ ଚେତାବନୀ ଦେଇଛନ୍ତି । ଏକ ନୂଆ ଆକଳନ ଅନୁସାରେ, ଆଗାମୀ ୬ ମାସରେ ଏହି କାରଣ…

‘ଯିଏ ରାମଙ୍କର ହେଲେନି, ସେ କୃଷ୍ଣଙ୍କର ହୋଇପାରିବେନି’: ଅଖିଳେଶଙ୍କୁ ଟାର୍ଗେଟ୍ କଲେ…

ଲକ୍ଷ୍ନୌ,୨୩।୯: ୨୦୨୭ ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପୂର୍ବରୁ ଅଯୋଧ୍ୟା, କାଶୀ ଓ ମଥୁରାକୁ ନେଇ ରାଜନୈତିକ ବୟାନବାଜି ଜୋରଦାର ହୋଇଛି। ଅଯୋଧ୍ୟାରେ ରାସ୍ତା ପ୍ରଶସ୍ତୀକରଣକୁ ନେଇ ସମାଜବାଦୀ…

ଆପଣଙ୍କର SBIରେ ଆକାଉଣ୍ଟ ଅଛି କି? ଅକ୍ଟୋବର ୧ରୁ ATMରୁ ଟଙ୍କା କାଢ଼ିବା ହେବ ମହଙ୍ଗା, ଜାଣନ୍ତୁ କେତେ କଟିବ…

ନୂଆଦିଲ୍ଲୀ,୨୩।୯: ଦେଶର ସବୁଠାରୁ ବଡ଼ ସରକାରୀ ବ୍ୟାଙ୍କ ‘ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ’ (SBI) ନିଜ ଗ୍ରାହକମାନଙ୍କ ପାଇଁ ATM ଏବଂ ନଗଦ ଟଙ୍କା ଉଠାଣ (Cash…

ନ୍ୟାସନାଲ ପେନଚାକ ପ୍ରତିଯୋଗିତା, ସ୍ବର୍ଣ୍ଣପଦକ ବିଜେତାଙ୍କୁ ଗଞ୍ଜାମରେ ସମ୍ବର୍ଦ୍ଧନା

ଗଞ୍ଜାମ,୨୩ା୯(ବିଦ୍ୟାଧର ସାହୁ ): ଲେହ ଲଦାଖରେ ଅନୁଷ୍ଠିତ ରାଜ୍ୟ ସ୍ତରୀୟ ପେନଚାକ ସିଲାଟ ପ୍ରତିଯୋଗିତା 2026 ରେ ଓଡ଼ିଆ ପୁଅ ଶିବପ୍ରସାଦ ଜେନା ଗୋଲ୍ଡ ମେଡାଲ ହାସଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?