Posted inଜାତୀୟ

ପୂର୍ବତନ କଂଗ୍ରେସ ବିଧାୟକଙ୍କୁ ଗୁଳି କରି ହତ୍ୟା, ମ୍ୟାନମାର ସୀମାରେ ଉଗ୍ରବାଦୀଙ୍କ ହେଲେ ଶିକାର

ଇଟାନଗର,୧୭।୧୨: ଅରୁଣାଞ୍ଚଳ ପ୍ରଦେଶରେ ପୂର୍ବତନ କଂଗ୍ରେସ ବିଧାୟକଙ୍କୁ ଗୁଳି କରି ହତ୍ୟା କରାଯାଇଛି। ବିଧାୟକ ୟୁମସେନ ମ୍ୟାତେଙ୍କୁ ତିରପ ଜିଲାର ଲାଜୁ ସର୍କଲରେ ଭାରତ-ମ୍ୟାନମାର ସୀମା ନିକଟରେ ଉଗ୍ରବାଦୀମାନେ ଗୁଳି କରି ହତ୍ୟା କରିଛନ୍ତି।
ରିପୋର୍ଟ ମୁତାବିକ, ମ୍ୟାତେଙ୍କ ହତ୍ୟା ରାହୋ ଗାଁରେ କରାଯାଇଛି। ଯାହା ଅର୍ନ୍ତରାଷ୍ଟ୍ରିୟ ସୀମା ଠାରୁ କିଛି ଦୂରରେ ରହିଛି। ସୂଚନା ଥାଉ କି, ମ୍ୟାତେ ତାଙ୍କର କିଛି କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗରେ ରାହୋ ଗସ୍ତ କରିଥିଲେ।
ତିରପର ଏସପି ରାହୁଲ ଗୁପ୍ତା ଏନେଇ କହିଛନ୍ତି, କଂଗ୍ରେସର ପୂର୍ବ ବିଧାୟକ ମ୍ୟାତେ ତାଙ୍କର ୩ସମର୍ଥକଙ୍କ ସହ କିଛି ବ୍ୟକ୍ତିଗତ କାମରେ ଗାଁକୁ ଯାଇଥିଲେ। ଏହି ସମୟରେ ତାଙ୍କୁ କେହି ରାସ୍ତା ବତାଇବା ଆଳରେ ଜଙ୍ଗଲଆଡକୁ ନେଇଥିଲେ। ଜଙ୍ଗଲକୁ ନେଇ ଜଣେ ସନ୍ଦିଗ୍ଧ ଆତଙ୍କବାଦୀ ତାଙ୍କ ଉପରକୁ ଗୁଳି ଚଳାଇ ଦେଇଥିଲେ। ତେବେ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଯାଇଥିଲା। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ ଜାରି ରଖିଛି। ଏକ ଜାତୀୟ ଗଣମାଧ୍ୟମନୁସାରେ ହତ୍ୟାରେ ଏନଏସସିଏନ-କଓ୍ବୋଇଏଙ୍କ ସମ୍ପୃକ୍ତି ଥିବା ସନ୍ଦେହ କରାଯାଉଛି।

ମ୍ୟାତେ ୨୦୦୯ରେ କଂଗ୍ରେସ ଟିକେଟରେ ଖୋଂସା ପଶ୍ଚିମ ବିଧାନସଭା କ୍ଷେତ୍ରରୁ ବିଧାୟକ ହୋଇଥିଲେ। ୨୦୧୫ରେ ସେ ଭାଜପାରେ ଯୋଗ ଦେଇଥିଲେ। ରାଜନୀତିରେ ପ୍ରବେଶ କରିବା ପୂର୍ବରୁ ସେ ବ୍ୟସକ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ।
ଅଧିକାରୀ ରିପୋର୍ଟ ଅନୁସାରେ, ମାର୍ଚ୍ଚ ୨୦୦୦ରୁ ମ୍ୟାନମାରରେ ଉଗ୍ରବାଦୀ ସମ୍ବନ୍ଧିତ ଘଟଣାରେ ୨୩୯ଜଣ ଓ ତିରାପ-ଚୋଙ୍ଗଲାଙ୍ଗ-ଲୋଙ୍ଗଡିଙ୍ଗରେ ୧୮୩ଜଣଙ୍କ ମୃତ୍ୟୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁନିଆର ଏମିତି ଏକ ମନ୍ଦିର, ଯେଉଁଠି ରାଜା ରାମଙ୍କୁ ଗାର୍ଡ ଅଫ ଅନର ଦିଅନ୍ତି ପୋଲିସ, ରାଜକୀୟ ନିୟମ ଅନୁସାରେ…

ଭାରତରେ ଏମିତି ଏକ ସହର ଅଛି, ଦେବତାଙ୍କୁ ମନ୍ଦିରରେ ନୁହେଁ ବରଂ ରାଜକୀୟ ଆଡ଼ମ୍ବର ଏବଂ ମହିମା ସହିତ ଏକ ପ୍ରାସାଦରେ ପୂଜା କରାଯାଏ। ଏଠାରେ ପରମ୍ପରା…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ…

ଭତ୍ତା କାର୍ଡରେ ମୃତ, ରାଶନକାର୍ଡରେ ଜୀବିତ

କେନ୍ଦୁଝର,୨୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ବ୍ଲକ ବୋଦାପଳଶା ପଞ୍ଚାୟତର ଶଙ୍କରପୁର ଗ୍ରାମରେ ଗୀତାଞ୍ଜଳି ମୁଣ୍ଡା ସ୍ବାମୀଙ୍କ ମୃତ୍ୟୁ ପରେ ୨୦୧୭ରୁ ବିଧବା ଭତ୍ତା ପାଇ ଆସୁଥିଲେ। କିନ୍ତୁ…

ମଧ୍ୟପ୍ରାଚ୍ୟ ସଙ୍କଟକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦିଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ନୂଆଦିଲ୍ଲୀ,୨୬।୩: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନାପୂର୍ଣ୍ଣ ପରିସ୍ଥିତିକୁ ଦୃଷ୍ଟିରେ ରଖି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨୭ ମାର୍ଚ୍ଚ, ୨୦୨୬ ସା ୬ଟା ୩୦ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ…

ହର୍ମୁଜକୁ ନେଇ ବଡ଼ ଯୋଜନାରେ ଅଛି ଇରାନ? ସଂସଦରେ ଉପସ୍ଥାପନ ହେବ ବିଲ୍‌! ଜାଣନ୍ତୁ ଭାରତ ଉପରେ କ’ଣ ପଡିବ ପ୍ରଭାବ

ତେହରାନ୍‌,୨୬।୩: ଇରାନ-ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ, ଇରାନ ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଏକ ବଡ଼ ପଦକ୍ଷେପ ନେଇଛି। ଇରାନ ସଂସଦ ଏବେ ଏକ ବିଲ ପ୍ରସ୍ତୁତ କରିବାକୁ ପ୍ରସ୍ତୁତ…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ସୋନିଆଙ୍କ ସ୍ବାସ୍ଥ୍ୟକୁ ନେଇ ଆସିଲା ବଡ଼ ଅପଡେଟ, ଆଣ୍ଟିବାୟୋଟିକରେ ଚାଲିଛି ଚିକିତ୍ସା

ନୂଆଦିଲ୍ଲୀ,୨୬।୩: କଂଗ୍ରେସ ସଂସଦୀୟ ଦଳ ଅଧ୍ୟକ୍ଷା ସୋନିଆ ଗାନ୍ଧୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ମିଳିଛି। ଦିଲ୍ଲୀର ସାର୍‌ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୋନିଆ ଗାନ୍ଧୀ…

ପ୍ରଧାନମନ୍ତ୍ରୀ ମୋଦି, ନିର୍ବାଚନ କମିଶନଙ୍କ AI ଭିଡିଓ ଭାଇରାଲ, X ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ,୨୬।୩: କେରଳ ପୋଲିସର ସାଇବର ଶାଖା ସୋସିଆଲ ମିଡିଆ ପ୍ଲାଟଫର୍ମ X ଏବଂ ଏହାର ଏକ ହ୍ୟାଣ୍ଡେଲ ବିରୋଧରେ ଏକ ମାମଲା ରୁଜୁ କରିଛି। ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri