ଭାରତ ଯାତ୍ରା ସମୟରେ ଟ୍ରୁଡୋଙ୍କ ବିମାନରେ ଥିଲା କୋକେନ

ଅଟାଓ୍ବା/ନୂଆଦିଲ୍ଲୀ,୩୦।୯: ଜି-୨୦ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଭାରତ ଆସିଥିବାବେଳେ କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋଙ୍କ ବିମାନରେ କୋକେନ ଭରି ରହିଥିଲା। ଏପରି ଦାବି କରିଛନ୍ତି ଭାରତର ପୂର୍ବତନ କୂଟନୀତିଜ୍ଞ ଦୀପକ ବୋହରା।
ତେବେ ଏହି ଅଭିଯୋଗକୁ କାନାଡାର ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରତ୍ୟାଖ୍ୟାନ କରିଛି। ଏକ ଅନ୍ତର୍ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ଟ୍ରୁଡୋଙ୍କ କାର୍ଯ୍ୟାଳୟ ଏନେଇ ବିବୃତ୍ତି ଜାରି କରିଛି। ଏହି ତଥ୍ୟ ସମ୍ପୂର୍ଣ୍ଣ ମିଥ୍ୟା ଏବଂ ମିଡିଆ ରିପୋର୍ଟରେ ଭୁଲ ତଥ୍ୟ କିପରି ଭାଇରାଲ ହୋଇଛି ତାହାର ଏକ ଜ୍ୱଳନ୍ତ ଉଦାହରଣ ବୋଲି କାର୍ଯ୍ୟାଳୟ ତରଫରୁ କୁହାଯାଇଛି।

ଦୀପକ କହିଛନ୍ତି, ଜି-୨୦ ଶିଖର ସମ୍ମିଳନୀରେ ସାମିଲ ହେବାକୁ ଭାରତ ଆସିଥିବା ଟ୍ରୁଡୋଙ୍କ ବିମାନ କୋକେନରେ ଭର୍ତ୍ତି ଥିଲା। ଟ୍ରୁଡୋ ଡ୍ରଗ୍ସ ସେବନ କରୁଥିବାରୁ ସେ ଜି-୨୦ର ରାତ୍ରୀଭୋଜନରେ ଯୋଗ ଦେଇ ନ ଥିଲେ। ଏଥିସହ ଦୁଇ ଦିନ ପର୍ଯ୍ୟନ୍ତ ତାଙ୍କ ରୁମରୁ ବାହାରି ନ ଥିଲେ। ଜୁନ ମାସରେ କାନାଡାର ବ୍ରିଟିଶ କଲମ୍ବିଆରେ ଖଲିସ୍ତାନୀ ଆତଙ୍କବାଦୀ ନିଜ୍ଜରଙ୍କୁ ଟ୍ରୁଡୋ ଭେଟିଥିଲେ। ନିଜ୍ଜରଙ୍କ ହତ୍ୟାରେ ଟ୍ରୁଡୋଙ୍କର ବିସ୍ଫୋରକ ବୟାନ ଏକ ଭିତ୍ତିହୀନ ଅଭିଯୋଗ।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

ଉତ୍ସବରେ ଯୋଗଦେଇ ଘରକୁ ଫେରୁଥିଲେ ପରିବାର ଲୋକେ: ରାସ୍ତାପାର୍ଶ୍ୱ କୂଅରେ ଖସିପଡ଼ିଲା କାର୍‌, ଆଉ ତା’ପରେ…

ନାଶିକ୍‌,୪ା୪: ମହାରାଷ୍ଟ୍ରର ନାଶିକ ଜିଲାରେ ଖୋଲା କୂଅକୁ ଏକ କାର୍‌ ଖସିପଡ଼ିବାରୁ ଗୋଟିଏ ପରିବାରର ୯ ସଦସ୍ୟଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ୬ଜଣ ପିଲା ଥିବା…

ରେଷ୍ଟୁରାଣ୍ଟ-ଢାବା ମାଲିକଙ୍କ ପାଇଁ ନିର୍ଦ୍ଦେଶ: କେବଳ ଏମିତି କଲେ ମିଳିବ ବାଣିଜ୍ୟିକ ସିଲିଣ୍ଡର

ନୂଆଦିଲ୍ଲୀ,୪।୪: ଦିଲ୍ଲୀ ସରକାର ବାଣିଜ୍ୟିକ LPG ସିଲିଣ୍ଡର ଯୋଗାଣ ନିୟନ୍ତ୍ରଣ ନିୟମକୁ କଡ଼ାକଡ଼ି କରିଛନ୍ତି। ଏବେ, ଯେଉଁ ଅଞ୍ଚଳରେ ପାଇପ ଯୁକ୍ତ ପ୍ରାକୃତିକ ଗ୍ୟାସ (PNG) ନେଟୱାର୍କ…

ସମ୍ପର୍କରେ ଲାଗିଲା କଳଙ୍କ: ଜ୍ୱାଇଁଙ୍କ ସହ ଶାଶୁ ଫେରାର, ମୋବାଇଲ ଲୋକେସନ ଖୋଲିଦେଲା ସବୁ ଗୁମର

ରାଞ୍ଚି,୪ା୪: ଝାଡ଼ଖଣ୍ଡର ଦୁମକା ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି, ଯାହା ଶାଶୁ-ଜ୍ୱାଇଁଙ୍କ ପରି ପବିତ୍ର ସମ୍ପର୍କରେ କଳଙ୍କ ଲଗାଇଛି। ସରିଆହାଟ ଥାନା ଅଞ୍ଚଳର ମଥାକେସୋ…

F-୧୫ ଖସାଇବା ପରେ ବଡ଼ ଘୋଷଣା କଲା ଇରାନ, ଆମେରିକୀୟ ପାଇଲଟଙ୍କୁ ଧରିଲେ ମିଳିବ ୫୫ ଲକ୍ଷ

ତେହରାନ,୪ା୪:: ଶୁକ୍ରବାର ଦିନ ଇରାନ ଏକ ଆମେରିକୀୟ F-15 ଲଢ଼ୁଆ ବିମାନକୁ ଖସାଇ ଦେଇଥିବା ଦାବି କରିଛି । ଏହି ଘଟଣା ପରେ ଜଣେ ଆମେରିକୀୟ ପାଇଲଟ୍…

ଇରାନରୁ ଭାରତ ଆସୁଥିଲା ତେଲ ବୋଝେଇ ଜାହାଜ, ମଝି ସମୁଦ୍ରରୁ ଚାଇନା ଆଡ଼କୁ ମୁହାଁଇଲା, ସରକାର କହିଲେ…

ନୂଆଦିଲ୍ଲୀ/ତେହରାନ,୪ା୪: ଭାରତ ସରକାର ଶନିବାର ମିଥ୍ୟା ରିପୋର୍ଟକୁ ଖାରଜ କରିଦେଇଛନ୍ତି। ଭାରତ ଅଭିମୁଖେ ଆସୁଥିବା ଏକ ଇରାନୀ ଅଶୋଧିତ ତେଲ ବୋଝେଇ ଟ୍ୟାଙ୍କର ମଝି ସମୁଦ୍ରରୁ ଗତିପଥ…

ଭାରତ ପାଇଁ ହେବ ଦ୍ୱିତୀୟ ମଧ୍ୟପ୍ରାଚ୍ୟ! ପ୍ରଚୁର ପରିମାଣରେ ଆସିବ LPG ସହ ପେଟ୍ରୋଲ, ହର୍ମୁଜକୁ ନେଇ ଆଉ ରହିବ ନାହିଁ ଚିନ୍ତା

ଓ୍ବାଶିଂଟନ,୪।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ‘ଷ୍ଟ୍ରେଟ ଅଫ ହର୍ମୁଜ’ ପ୍ରଭାବଶାଳୀ ଭାବରେ ଅବରୋଧିତ ରହିଛି। ଇରାନ ବନ୍ଧୁତ୍ୱପୂର୍ଣ୍ଣ ରାଷ୍ଟ୍ରଗୁଡ଼ିକୁ ଏହି ପ୍ରଣାଳୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri