ଅଡୁଆରେ କରନଙ୍କ ଧର୍ମା ପ୍ରଡକ୍ସନ

ମୁମ୍ବାଇ: ବଲିଉଡ୍ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ପରେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରୁ ନାହିଁ । ହେଲେ ଏପଟେ ଏହି ମାମଲା ସହ ଯୋଡି ହୋଇ ଯାଇଛି ଡ୍ରଗ୍ସ ମାମଲା । ଏହି ଡ୍ରଗ୍ସ ମାମଲରେ ବଲିଉଡ୍‌ର ବହୁ କଳାକାରଙ୍କ ନାଁ ବେଳକୁ ବେଳ ସାମ୍ନାକୁ ଆସିଛି । ଏହି କ୍ରମରେ ଶନିବାର ବଲିଉଡ୍ ନିର୍ଦ୍ଦେଶକ କରନ ଜୋହରଙ୍କ ଧର୍ମା ପ୍ରଡକ୍ସନର ପୂର୍ବତନ ନିର୍ଦ୍ଦେଶକ କ୍ଷିତିଜ ରବି ପ୍ରସାଦ ଅଡୁଆରେ ପଡି ଯାଇଛନ୍ତି । ଡ୍ରଗ୍ସ ମାମଲା ସହ ତାଙ୍କର ଲିଙ୍କ ଥିବାରୁ ଶନିବାର ତାଙ୍କୁ ପଚରା ଉଚରା ପରେ ଏନ୍‌ସିବି ଗିରଫ କରିଥିବା ଜଣାପଡିଛି । ସୂଚନା ଅନୁଯାୟୀ, ଯାଞ୍ଚ ସମୟରେ କ୍ଷିତିଜଙ୍କ ଘରୁ ଗଞ୍ଜେଇ ଜବତ କରାଯାଇଥିଲା । ପ୍ରଥମେ ଏନ୍‌ସିବି ଅଧିକାରୀ ତାଙ୍କ ଘରେ ଯାଞ୍ଚ କରିବା ପରେ ପୁଣି ତାଙ୍କୁ ଗାଡିରେ ବସାଇ ତାଙ୍କ ଅଫିସକୁ ଆଣିଥିଲେ । ଏହାପରେ ଶନିବାର ତାଙ୍କୁ ଗିରଫ କରାଯାଇଥିବା ଜଣାପଡିଛି । ଶୁକ୍ରବାର ଦୀପିକା ପାଦୁକୋନଙ୍କ ମ୍ୟାନେଜରଙ୍କୁ ମଧ୍ୟ ଏନ୍‌ସିବି ପଚରା ଉଚରା କରିଥିଲା । ଆଉ ଶନିବାର ଏନ୍‌ସିବି କାର୍ଯ୍ୟାଳୟରେ ହାଜର ହୋଇଥିଲେ ନିଜେ ଦୀପିକା । ତେବେ ସୁଶାନ୍ତଙ୍କ ମୃତ୍ୟୁ ପରେ ଏହାକୁ ବଲିଉଡ୍‌ର ନେପୋଟିଜମ ଦର୍ଶାଇ ଅଡୁଆ ଭିତରକୁ ଠେଲି ହୋଇ ଯାଇଛନ୍ତି ବଲିଉଡ୍ ନାୟିକା କଙ୍ଗନା ରାନାୱତ । ଏହି ପ୍ରିୟାପ୍ରିତି ପୋଷଣ ମାମଲାରେ କରନ ଜୋହରଙ୍କ ସମେତ ଆଉ କେତଜଣ ବିଶିଷ୍ଟ ବ୍ୟକ୍ତି ଯିଏକି ବଲିଉଡ୍ ସହ ଜଡିତ ସେମାନଙ୍କ ନାଁ ଉଠାଇଥିଲେ କଙ୍ଗନା । ଯାହା ଏବେ ଛିଡିବାର ନାଁ ନେଉନି ।


Enter your email to get our daily news in your inbox.

All Right Reserved By Dharitri.Com

T20 ବିଶ୍ୱକପ୍‌ରୁ ବାଦ୍ ପଡ଼ିବ କି ଅଷ୍ଟ୍ରେଲିଆ? ଦମଦାର ବିଜୟ ସହ ସୁପର-୮ରେ ଶ୍ରୀଲଙ୍କା

ନୂଆଦିଲ୍ଲୀ,୧୬।୨: ଚଳିତ T20 ବିଶ୍ୱକପ୍ ୨୦୨୬ରେ ଦେଖିବାକୁ ମିଳିଛି ଏକ ବଡ଼ ବିପର୍ଯ୍ୟୟ। ଓପନର ପଥୁମ ନିସାଙ୍କାଙ୍କ ବିଧ୍ୱଂସକାରୀ ଶତକ ବଳରେ ଶ୍ରୀଲଙ୍କା ୮ ୱିକେଟ୍‌ରେ ଅଷ୍ଟ୍ରେଲିଆକୁ…

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ନକଲି ମାଓବାଦୀ ଆତ୍ମସମର୍ପଣ ଯୋଜନା ପଣ୍ଡ: ଖବରଦାତାଙ୍କ ସହ ୪ ଗିରଫ

ରାୟଗଡ଼ା,୧୬।୨(ଆଶିଷ ରଞ୍ଜନ ପଣ୍ଡା) ମାଓବାଦୀଙ୍କ ନାଁରେ ପୋଷ୍ଟର ମାରିବା ଏବଂ ନକଲି ମାଓବାଦୀଙ୍କୁ ଆତ୍ମସମର୍ପଣ କରାଇ ସରକାରୀ ଅର୍ଥ ଲୁଟ ପାଇଁ ଉଦ୍ୟମ କରିବା ଘଟଣାରେ ରାୟଗଡ଼ା…

ବଟେଶ୍ୱର ଜାଗର ମହୋତ୍ସବ: ମୋହିଲା ଛାତ୍ରୀଛାତ୍ରଙ୍କ ନୃତ୍ୟ

ଗଞ୍ଜାମ,୧୬ା୨(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ପ୍ରସିଦ୍ଧ ବଟେଶ୍ୱର ମନ୍ଦିର ବାଲିଯାତ୍ରା ପଡିଆରେ ମହାଶିବରାତ୍ରି ଉପଲକ୍ଷେ ପ୍ରଥମଥର ପାଇଁ ଜାଗର ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…

ଏହି ଷ୍ଟେସନର ବଦଳିବ କାୟାକଳ୍ପ: ଏତିକି କୋଟି ମଞ୍ଜୁର କଲେ କେନ୍ଦ୍ର ସରକାର

ଭୁବନେଶ୍ୱର,୧୬।୨: ଓଡ଼ିଶାର ରେଳ ଭିତ୍ତିଭୂମି ପାଇଁ ୯୩.୧୯ କୋଟି ଟଙ୍କା ଅନୁମୋଦନ କରିଛନ୍ତି କେନ୍ଦ୍ର ସରକାର। ଏହି ଟଙ୍କାରେ ବ୍ରହ୍ମପୁର ରେଳ ଷ୍ଟେସନର ପୁନଃ ବିକାଶ କରାଯିବ।…

ମହିଳାଙ୍କୁ ଗୋଡାଇ କାମୁଡ଼ିଲା ବିଲୁଆ

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ୫ ନଂ ୱାର୍ଡ ପଠାଣ ଗଳି ବାସିନ୍ଦା କେ.ପାର୍ୱତୀ ଦୋରା(୪୦) ବିଲୁଆ କାମଡ଼ାରେ ଗୁରୁତର ଆହତ ହୋଇଛନ୍ତି।…

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri