ପୂର୍ବତନ କର୍ମଚାରୀ ଗିରଫ

ଭୁବନେଶ୍ୱର, ୨୪।୧୨ (ବ୍ୟୁରୋ): ପାହାଳ ଥାନାସ୍ଥିତ କିଆ ମୋଟର୍ସ ଶୋ’ରୁମ୍‌ର ୱେବ୍‌ସାଇଟ୍‌ରୁ ଡାଟା ଚୋରି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁଭାଶିଷ ମହାନ୍ତି। ସେ ଏହି ଶୋରୁମ୍‌ରେ ପୂର୍ବତନ କର୍ମଚାରୀ ଥିଲେ। ଗତ ଅକ୍ଟୋବରରେ କିଆ ମୋଟର୍ସରୁ ଚାକିରି ଛାଡ଼ି ଗଜପତି ନଗରସ୍ଥିତ ଅନ୍ୟଏକ କାର୍‌ ଶୋ’ରୁମ୍‌ରେ କାମ କରୁଛନ୍ତି। ସେଠାରେ କିଆ ମୋଟର୍ସର ୟୁଜର୍‌ ଆଇଡି ଓ ପାସ୍‌ୱାର୍ଡ୍‌ ବ୍ୟବହାର କରି କଷ୍ଟମର ଡାଟା ଆକାଉଣ୍ଟକୁ ଲଗିନ୍‌ କରୁଥିଲେ। ସେ ଏକାଧିକଥର ବିଭିନ୍ନ ଗ୍ରାହକଙ୍କ ଡାଟା ଚୋରି କରି ନେଇଯାଇଥିବା ଶୋ’ରୁମ୍‌ କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ। ଘଟଣା ସଂକ୍ରାନ୍ତରେ ଶୋ’ରୁମ୍‌ର ଜେନେରାଲ ମ୍ୟାନେଜର ଦୀପକ କୁମାର ଡିସେମ୍ବର ୬ରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୫୦/୨୦୨୨) ରୁଜୁ କରି ତଦନ୍ତ କରିବା ପରେ ଆଇପି ଆଡ୍ରେସ୍‌ରୁ ସୁଭାଶିଷ ହିଁ ଏଭଳି କରୁଥିବା ଜାଣିବାକୁ ପାଇଥିଲା। ବୁଧବାର ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରୁ ସେ ଜାମିନରେ ମୁକୁଳିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ମାମଲାରେ ଆଉ କେତେଜଣଙ୍କ ହାତ ଥିବା ସନ୍ଦେହ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri