ପୂର୍ବତନ କର୍ମଚାରୀ ଗିରଫ

ଭୁବନେଶ୍ୱର, ୨୪।୧୨ (ବ୍ୟୁରୋ): ପାହାଳ ଥାନାସ୍ଥିତ କିଆ ମୋଟର୍ସ ଶୋ’ରୁମ୍‌ର ୱେବ୍‌ସାଇଟ୍‌ରୁ ଡାଟା ଚୋରି ଘଟଣାରେ ଭୁବନେଶ୍ୱର ସାଇବର କ୍ରାଇମ୍‌ ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ସମ୍ପୃକ୍ତ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେ ହେଲେ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସୁଭାଶିଷ ମହାନ୍ତି। ସେ ଏହି ଶୋରୁମ୍‌ରେ ପୂର୍ବତନ କର୍ମଚାରୀ ଥିଲେ। ଗତ ଅକ୍ଟୋବରରେ କିଆ ମୋଟର୍ସରୁ ଚାକିରି ଛାଡ଼ି ଗଜପତି ନଗରସ୍ଥିତ ଅନ୍ୟଏକ କାର୍‌ ଶୋ’ରୁମ୍‌ରେ କାମ କରୁଛନ୍ତି। ସେଠାରେ କିଆ ମୋଟର୍ସର ୟୁଜର୍‌ ଆଇଡି ଓ ପାସ୍‌ୱାର୍ଡ୍‌ ବ୍ୟବହାର କରି କଷ୍ଟମର ଡାଟା ଆକାଉଣ୍ଟକୁ ଲଗିନ୍‌ କରୁଥିଲେ। ସେ ଏକାଧିକଥର ବିଭିନ୍ନ ଗ୍ରାହକଙ୍କ ଡାଟା ଚୋରି କରି ନେଇଯାଇଥିବା ଶୋ’ରୁମ୍‌ କର୍ତ୍ତୃପକ୍ଷ ଜାଣିବାକୁ ପାଇଥିଲେ। ଘଟଣା ସଂକ୍ରାନ୍ତରେ ଶୋ’ରୁମ୍‌ର ଜେନେରାଲ ମ୍ୟାନେଜର ଦୀପକ କୁମାର ଡିସେମ୍ବର ୬ରେ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା (ନଂ.୫୦/୨୦୨୨) ରୁଜୁ କରି ତଦନ୍ତ କରିବା ପରେ ଆଇପି ଆଡ୍ରେସ୍‌ରୁ ସୁଭାଶିଷ ହିଁ ଏଭଳି କରୁଥିବା ଜାଣିବାକୁ ପାଇଥିଲା। ବୁଧବାର ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। କୋର୍ଟରୁ ସେ ଜାମିନରେ ମୁକୁଳିଥିବା ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଏହି ମାମଲାରେ ଆଉ କେତେଜଣଙ୍କ ହାତ ଥିବା ସନ୍ଦେହ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

ରାଜଧାନୀରେ ନିଆଁବର୍ଷା, ନିସ୍ତାର ନାହିଁ

ଭୁବନେଶ୍ୱର, ୨୩।୪: ତତଲା କଡେଇରେ ସିଝୁଛି ପୂରା ଓଡ଼ିଶା । ଡହଡହ ଖରାରେ ଆଉଟୁପାଉଟୁ ହେଉଛନ୍ତି ରାଜ୍ୟବାସୀ । ଗତକାଲି ପରି ଆଜି ମଧ୍ୟ ରାଜଧାନୀ...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

୨୦୨୪ରେ ନିର୍ବାଚନ ଲଢ଼ିବିନି: ବର୍ଷାଙ୍କୁ ଟିକେଟ୍‌ ମିଳିବା ପରେ ଏମିତି କହିଲେ ଅମର

ଭୁବନେଶ୍ୱର,୨୩।୪: ୨୦୨୪ ନିର୍ବାଚନ ଲଢ଼ିବେନି କହିଲେ ଅମର ଶତପଥୀ। ବର୍ଷା ପ୍ରିୟଦର୍ଶିନୀଙ୍କୁ ବଡ଼ଚଣା ଟିକେଟ୍‌ ମିଳିବା ପରେ ଅମର ଏଭଳି ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି,...

ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌

ଭୁବନେଶ୍ୱର,୨୩।୪: କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ଜାମିନ୍‌। ORHDC ଦୁର୍ନୀତି ମାମଲାରେ ମଙ୍ଗଳବାର ସୁପ୍ରିମକୋର୍ଟ ଜାମିନ୍‌ ଦେଇଛନ୍ତି। ମୋକିମଙ୍କ ଆବେଦନକୁ ଗ୍ରହଣ କରି...

କୋହ ସମ୍ଭାଳିପାରିଲେନି ସୀମାରାଣୀ, କହିଲେ ଟଙ୍କା ନେଇ…

ଭୁବନେଶ୍ୱର,୨୩।୪: ହିନ୍ଦୋଳ ବିଧାନସଭା ଆସନ ପାଇଁ ବିଜେଡି ପକ୍ଷରୁ ମହେଶ ସାହୁଙ୍କ ନାମ ଘୋଷଣା କରାଯିବା ପରେ ଟିକେଟ ଆଶାୟୀ ଥିବା ୨ ଥର ବିଧାୟିକା...

ବିଜେଡି ଛାଡିବା ପରେ ଏମିତି କହିଲେ ରାସେଶ୍ୱରୀ

ଭୁବନେଶ୍ୱର,୨୩।୪: ବିଜେଡି ଛାଡିଲେ ସମ୍ବଲପୁରର ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀ। ମଙ୍ଗଳବାର ଦଳର ପ୍ରାଥମିକ ସଦସ୍ୟ ସହ ସମସ୍ତ ପଦରୁ ସେ ଇସ୍ତଫା ଦେଇଛନ୍ତି। ସେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri