ପୂର୍ବତନ ଜିଆରଏସ୍‌ଙ୍କୁ ୩ ବର୍ଷ ଜେଲ

ଫୁଲବାଣୀ, ୪ା୧୨(ରାକେଶ କୁମାର ରାଉତ): ଏକ ଲାଞ୍ଚ ନେବା ମାମଲାର ବିଚାର କରି ସୋମବାର ଫୁଲବାଣୀ ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ସମର ବିଳାସ ବେହେରାଙ୍କୁ ୩ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି।ଏଥିସହ ତାଙ୍କୁ ୫ ହଜାର ଜରିମାନା ଏବଂ ଅନାଦେୟ ଅଧିକ ୩ ମାସ ଜେଲ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସମର ବିଳାସ ହେଲେ ବୌଦ୍ଧ ଜିଲା କଣ୍ଟାମାଳର ବ୍ଲକ୍‌ ଘଣ୍ଟାପଡା ପଞ୍ଚାୟତର ପୂର୍ବତନ ଗ୍ରାମ ରୋଜଗାର ସେବକ(ଜିଆରଏସ୍‌) ପାଣ୍ଡବ ମହଲା।
ଉକ୍ତ ପଞ୍ଚାୟତରେ ରିସପାଲ ରଣାଙ୍କର ମାଟି ଘର ଥିଲା। ସେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇବା ପାଇଁ ପଞ୍ଚାୟତ କାର୍ଯ୍ୟାଳୟରେ ଆବେଦନ କରିବାକୁ ଯାଇଥିଲେ। ହେଲେ ତାଙ୍କ ନାମ ଲିଷ୍ଟରେ ଥିବା ଜାଣିବାକୁ ପାଇଥିଲେ। ଘର କାହିଁ କି ମିଳୁନାହିଁ ବୋଲି ପଚାରିବାରୁ କେହି ଜଣେ ତାଙ୍କୁ ଜିଆରଏସ୍‌ ମହଲାଙ୍କୁ ଦେଖା କରିବାକୁ କହିଥିଲେ। ରଣା ତାଙ୍କୁ ଯାଇ ଭେଟିବାରୁ ୨୦ ହଜାର ଟଙ୍କା ଦେଲେ ଘର ମିଳିବ ବୋଲି କହିଥିଲେ। ଏଥିରେ ରଣା ରାଜି ନ ହେବାକୁ ୧୫ ହଜାର ଦେଲେ କାମ ହେବ ନ ହେଲେ ଫାଇଲ ଆଗକୁ ବଢ଼ିବ ନାହିଁ ବୋଲି ଜିଆରଏସ୍‌ କହିଥିଲେ। ରଣା ଏ ନେଇ ୨୦୧୯ ଅକ୍ଟୋବର ୨୧ରେ ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ୨୨ ତାରିଖରେ ଜିଆରଏସ୍‌ ମହଲା ତାଙ୍କ କାର୍ଯ୍ୟାଳୟରେ ଲାଞ୍ଚ ଗ୍ରହଣ କରିଥିଲେ। ସେଠାରେ ପୂର୍ବରୁ ପ୍ରସ୍ତୁତ ଥିବା ଭିଜିଲାନ୍ସ କର୍ମଚାରୀ ତାଙ୍କୁ ଗିରଫ କରିଥିଲେ। ଏ ନେଇ ଭିଜିଲାନ୍ସରେ ୨୯/୧୯ରେ ମାମଲା ରୁଜୁ ହୋଇଥିଲା। ମୋଟ ୧୩ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ଭିଜିଲାନ୍ସ ପିପି ଭି.ଭି ରାମଦାସ ମାମଲା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ନିର୍ମାଣରେ ଅନିୟମିତତା ଅଭିଯୋଗ, ବିଧାୟକଙ୍କ ଅନୁରୋଧ ପରେ ଭିଜିଲାନ୍ସ ତଦନ୍ତ ଆରମ୍ଭ

କଟକ ସଦର,୨।୭(ସୁଶାନ୍ତ କୁମାର ଜେନା): ୪୨ ମୌଜା ଅନ୍ତର୍ଗତ ବେଣ୍ଟକାର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଷ୍ଟାଫ କ୍ୱାର୍ଟର ନିର୍ମାଣରେ ବ୍ୟାପକ ଅନିୟମିତା ନେଇ ଅଭିଯୋଗ ହୋଇ ଆସୁଥିଲା ।…

ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା, ଏସବୁ ସ୍ଥାନରେ ଅଧିକ

ଭୁବନେଶ୍ୱର,୧ା୭: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ବିଶେଷକରି ୫ଟି ସ୍ଥାନରେ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୦୦ ମି.ମି ବର୍ଷା ରେକର୍ଡ କରାଯାଇଥିବା ଭୁବନେଶ୍ୱରସ୍ଥିତ…

କଲେଜ ଯାଇଥିଲେ ଡାକ୍ତରୀ ଛାତ୍ରୀ, ଛାତରୁ ଡେଇଁ ଆତ୍ମହତ୍ୟା କଲେ ମା’! କାରଣ ଜାଣିଲେ…

ବଲାଙ୍ଗୀର,୨।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ତୁଳସୀ ନଗର ପଡାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଏକ ଭଡା ଘରେ ରହୁଥିବା ଜଣେ ମହିଳା…

ବକେୟା ଅର୍ଥ ନ ମିଳିବାରୁ ପ୍ଲାଣ୍ଟ ଉପରେ ଚଢ଼ି ଠିକାଦାରଙ୍କ ଆତ୍ମହତ୍ୟା ଉଦ୍ୟମ, ହାଇଡ୍ରାମା ପରେ ପୋଲିସ…

ଛତ୍ରପୁର,୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ଉପକଣ୍ଠ ଆର୍ଯ୍ୟପଲ୍ଲୀସ୍ଥିତ ଆଇଆର୍‌ଆଇଏଲ କମ୍ପାନୀର ଡ୍ରେଜିଙ୍ଗ କାର୍ଯ୍ୟ ଚାଲିଥିବା ଅଞ୍ଚଳରେ ଏକ ହାଇଡ୍ରାମା ଦେଖିବାକୁ ମିଳିଛି। କାର୍ଯ୍ୟର ବକେୟା ଟଙ୍କା ନ ମିଳିବାରୁ…

କ୍ରାଶ ହେଲା ନୌସେନାର MH-60 ହେଲିକପ୍ଟର, ଆରବ ସାଗରରେ ଜରୁରୀକାଳୀନ ଅବତରଣ ସମୟରେ ଘଟିଲା…

ଓ୍ବାଶିଂଟନ,୨।୭: ଆରବ ସାଗରରେ ଜରୁରୀକାଳୀନ ଅବତରଣ କରିବାକୁ ଚେଷ୍ଟା କରୁଥିବା ସମୟରେ ଏକ ଆମେରିକୀୟ ନୌସେନା MH-60S ସିହକ୍ ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି। ତିନି ଜଣ କ୍ରୁ…

ପାଠପଢ଼ା ବୟସରେ ହାତରେ ବନିଶୀ କଣ୍ଟା, ମାଛ ମାରି ପେଟ ପୋଷୁଛନ୍ତି ଜନଜାତି ପିଲା

ମହାକାଳପଡ଼ା,୨ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳର ଶବରପଡ଼ା, ଜଙ୍ଗଲଘେରି, ବାଘୁଆମେଦି, ଜମ୍ବୁ , ସୁନିତି ଅଠର ବାଙ୍କି ଓ ପାଣିଖିଆ…

ମାତ୍ର ୧୦୦ ଦିନରେ ଶାହରୁଖଙ୍କ ସ୍ବପ୍ନ ହେଲା ପୂରଣ: ଏବେ…

ନୂଆଦିଲ୍ଲୀ,୨।୭: ଅଭିନେତା ଶାହରୁଖ ଖାନଙ୍କ ଦୀର୍ଘ ଦିନର ସ୍ବପ୍ନ ପୂରଣ ହୋଇଛି। ତାଙ୍କ ସ୍ବପ୍ନ ପୂରଣ କରିଛନ୍ତି ଆଇସିସି ଅଧ୍ୟକ୍ଷ ଜୟ ଶାହ। ଏଥିପାଇଁ ଶାହରୁଖ ତାଙ୍କୁ…

ଚାଷୀଙ୍କ ମୁଁହରେ ଫେରିଲା ହସ, ଖୁବ ଶୀଘ୍ର କାର୍ଯ୍ୟକ୍ଷମ ହେବ ଅଚଳ ଶୀତଳ ଭଣ୍ଡାର

ଗଞ୍ଜାମ,୨।୭(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ବୁରୁଡ଼ି ଠାରେ ୨୦୧୦ ମସିହାରେ ନିର୍ମିତ ଶୀତଳ ଭଣ୍ଡାର ଅଚଳ ଅବସ୍ଥାରେ ରହିଛି । ଉକ୍ତ ଶୀତଳ ଭଣ୍ଡାରଟି ଆରଏମସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri