ବଦଳିଲେ ରାଜ୍ୟ ନିର୍ବାଚନ କମିଶନ: ପୂର୍ବତନ IAS ଙ୍କୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୭।୧: ବଦଳିଛନ୍ତି ଓଡ଼ିଶାର ନିର୍ବାଚନ କମିଶନ। ଅବସରପ୍ରାପ୍ତ ଆଇଏଏସ୍‌ ଅଧିକାରୀ ମଧୁସୂଦନ ପାଢ଼ୀଙ୍କୁ ଏହି ଦାୟିତ୍ୱ ମିଳିଛି। ଆଦିତ୍ୟ ପାଢ଼ୀଙ୍କ ଅବସର ପରେ ଖାଲି ପଡ଼ିଥିଲା କମିଶନର ପଦ।

ପାଢ଼ୀ ୧୯୯୧-ବ୍ୟାଚ୍ ଓଡିଶା କ୍ୟାଡରର ଆଇଏଏସ୍ ଅଧିକାରୀ। ଭାରତୀୟ ପ୍ରଶାସନିକ ସେବାରେ ଯୋଗଦେବା ପରେ ସେ କନ୍ଧମାଳ ଜିଲା ବାଲିଗୁଡାର ସବ୍ କଲେକ୍ଟର ଭାବରେ ପ୍ରଥମେ କାର୍ଯ୍ୟ କରିଥିଲେ ଏବଂ ପରେ ପ୍ରୋଜେକ୍ଟ ନିର୍ଦ୍ଦେଶକ, ଡିଆରଡିଏ, ମୟୂରଭଞ୍ଜ ପରେ ବିଭିନ୍ନ ବିଭାଗର ସଚିବ ଥିଲେ।

ସେପଟେ ପୂର୍ବତନ ପୋଲିସ ଡିଜି ପ୍ରକାଶ ମିଶ୍ର ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶଦାତା ଭାବେ ନିଯୁକ୍ତ ହୋଇଛନ୍ତି। ଉପଦେଷ୍ଟା ଭାବେ ତାଙ୍କୁ କ୍ୟାବିନେଟ ପାହ୍ୟା ମିଳିଛି। ନିକଟରେ ପୂର୍ବତନ ପୋଲିସ ଡିଜି ତଥା ଭାଜପା ନେତା ପ୍ରକାଶ ମିଶ୍ରଙ୍କ ବହି ‘କମେଡି ଇନ ଖାକି’ ରାଜ୍ୟ ରାଜନୀତିରେ ଚହଳ ସୃଷ୍ଟି କରିଥିଲା। ଏହି ବହି ଜରିଆରେ ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବିଷୟରେ ବହୁ ତଥ୍ୟ ପଦାକୁ ଆଣିଥିଲେ। ପ୍ରକାଶ ମିଶ୍ର ନାଁ ନ ନେଇ ନବୀନ ପଟ୍ଟନାୟକଙ୍କୁ କଟାକ୍ଷ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

୧୭ ଯାଏ ବର୍ଷା

ଭୁବନେଶ୍ୱର,୧୩ା୯(ବନ୍ଦନା ସେଠୀ):ରାଜ୍ୟରେ ଲଘୁଚାପଜନିତ ବର୍ଷା ଲାଗି ରହିଛି। ଶନିବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଥିବାବେଳେ ୧୭ ତାରିଖ ଯାଏ ଲାଗି ରହିବ। ତେବେ ରବିବାରଠାରୁ ବର୍ଷାର…

ଓରାଙ୍ଗଉଟାନ ଚୋରା ଚାଲାଣର ଗୁମର ଖୋଲୁଛି, ଫାର୍ମ ହାଉସ ପାଇଁ ମ୍ୟାନ୍‌ମାର ଦେଇ ଅଣାଯାଇଥିଲା

ଭୁବନେଶ୍ୱର/ ଭୋଗରାଇ, ୧୩ା୯(ତ୍ରିନାଥ ମହାନ୍ତି/ ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅନ୍ତର୍ଗତ ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗଉଟାନ ଶାବକ ଉଦ୍ଧାର ମାମଲାରେ କ୍ରାଇମ୍‌ବ୍ରାଞ୍ଚ ଏସ୍‌ଟିଏଫକୁ…

ଦିବ୍ୟାଙ୍ଗ ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ

ମାହାଙ୍ଗା,୧୩ା୯ (ଅଜୟ କୁମାର ମହାନ୍ତି): ରାଜ୍ୟରେ ବିଦ୍ୟାଳୟଗୁଡ଼ିକୁ ଦଣ୍ଡମୁକ୍ତ ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ କଟକ ଜିଲା ମାହାଙ୍ଗା ଥାନା ଅଞ୍ଚଳରେ ଏକ ଅତ୍ୟନ୍ତ ସମ୍ୱେଦନଶୀଳ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?