Posted inଖେଳ

‘ହାର୍ଦ୍ଦିକ ଏଭଳି କିଛି ଖରାପ କାମ କରିନାହାନ୍ତି…’ ବୋର୍ଡ ନିଷ୍ପତ୍ତିକୁ ନେଇ ଏଭଳି କହିଲେ…

ନୂଆଦିଲ୍ଲୀ,୨୧।୭: ଶ୍ରୀଲଙ୍କା ସିରିଜ ଲାଗି ଟିମ୍‌ ଇଣ୍ଡିଆ ଟି୨୦ ଅଧିନାୟକ ପଦରୁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ହଟାଇ ସୂର୍ଯ୍ୟକୁମାର ଯାଦବଙ୍କୁ ଦାୟିତ୍ୱ ଦିଆଯାଇଛି। ଏପରିକି ଉପଅଧିନାୟକ ଭାବେ ଶୁଭମନ ଗିଲଙ୍କୁ ସାମିଲ କରାଯାଇଛି। ଏନେଇ ଘୋଷଣା ହେବା ପରଠାରୁ ଅନେକ ପୂର୍ବତନ କ୍ରିକେଟର ପାଣ୍ଡ୍ୟାଙ୍କ ସମର୍ଥନରେ ବାହାରୁଛନ୍ତି। ଏହି କ୍ରମରେ ପୂର୍ବତନ କ୍ରିକେଟର ମହମ୍ମଦ କୈଫ ଚୟନ କମିଟି ପାଣ୍ଡ୍ୟାଙ୍କୁ ତାଙ୍କର ପୂର୍ବ ଅନୁଭବ ଅନୁଯାୟୀ ସମର୍ଥନ କରିବା ଉଚିତ ଥିଲା ବୋଲି କହିଛନ୍ତି।

ଏକ ସାକ୍ଷାତକାରରେ କୈଫ କହିଛନ୍ତି, ହାର୍ଦ୍ଦିକ ୨ ବର୍ଷ ଗୁଜରାଟ ଟାଇଟନ୍ସର ଅଧିନାୟକ ଭାବେ ପ୍ରଭାବୀ ପ୍ରଦର୍ଶନ କରିଥିଲେ। ସେ ମଧ୍ୟ ଟି୨୦ ବିଶ୍ୱକପ୍‌ରେ ଦଳର ଉପ ଅଧିନାୟକ ଥିଲେ। ଏବେ ଜଣେ ନୂଆ କୋଚ୍‌ ଆସିଛନ୍ତି। ଏଥିଲାଗି ନୂଆ ଯୋଜନା ହେବା ସ୍ବାଭାବିକ। ସୂର୍ଯ୍ୟକୁମାର ଜଣେ ଭଲ ଖେଳାଳି। ସେ ଟି୨୦ରେ ଶୀର୍ଷ ଖେଳାଳି। ସେ ଭଲ ଭାବେ ଅଧିନାୟକ ଦାୟିତ୍ୱ ତୁଲାଇବେ ବୋଲି ଆଶା। ହେଲେ ହାର୍ଦ୍ଦିକଙ୍କୁ ପୁଣି ସୁଯୋଗ ଦେବାର ଥିଲା ବୋଲି ସେ କହିଛନ୍ତି।

ଏହାଛଡ଼ା ଗମ୍ଭୀର ଜଣେ ଅନୁଭବୀ କୋଚ୍‌ ସାଙ୍ଗକୁ ଅଧିନାୟକ। ସେ କ୍ରିକେଟକୁ ଭଲ ଭାବେ ବୁଝନ୍ତି। ମାତ୍ର ହାର୍ଦ୍ଦିକ ସେଭଳି କିଛି ଭୁଲ କରି ନାହାନ୍ତି ଯେଉଁଥିଲାଗି ତାଙ୍କୁ ଅଧିନାୟକ ପଦ ମିଳିଲା ନାହିଁ ବୋଲି ସେ କହିଛନ୍ତି।

କହିରଖୁଛୁ, ହାର୍ଦ୍ଦିକ ୩ ଦିନିକିଆ ଏବଂ ୧୬ ଟି୨୦ରେ ଭାରତର ନେତୃତ୍ୱ ନେଇଥିଲେ। ଏହାଛଡ଼ା ସେ ଗୁଜରାଟ ଟାଇଟନ୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସର ଅଧିନାୟକ ଦାୟିତ୍ୱ ମଧ୍ୟ ସମ୍ଭାଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

ପଡ଼ୋଶୀ ଦେଶକୁ କ୍ଷମା ମାଗିବା ସହ ଧମକ ଦେଲେ ଇରାନ ରାଷ୍ଟ୍ରପତି! କହିଲେ, ‘ ଆମେ ସେ ପର୍ଯ୍ୟନ୍ତ ଆକ୍ରମଣ କରିବୁ ନାହିଁ ଯେପର୍ଯ୍ୟନ୍ତ…’

ତେହରାନ,୭।୩: ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ ପଡ଼ୋଶୀ ଦେଶ ଉପରେ ଆକ୍ରମଣ କରିବାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ରାଷ୍ଟ୍ରପତି ସରକାରୀ ଟେଲିଭିଜନରେ ପୂର୍ବରୁ ରେକର୍ଡ ହୋଇଥିବା…

ପଙ୍ଖାରେ ଝୁଲୁଥିଲା ବୃଦ୍ଧଙ୍କ ମୃତଦେହ, ଘର ଆଗରେ ପଡ଼ିଛି କୁରାଢ଼ି, ବୋହୂଙ୍କ ମୁଣ୍ଡ ଫାଟିଛି, କହିଲେ ଶ୍ୱଶୁର…

ପାରାଦୀପ,୭ା୩(ଶରତ ରାଉତ): ଜଗତସିଂହପୁର ଜିଲା ପାରାଦୀପ ଲକ୍‌ ଥାନା ଅନ୍ତର୍ଗତ ଭୁତମୁଣ୍ଡାଇ ଗ୍ରାମରେ ଶନିବାର ସକାଳୁ ଜଣେ ଶତାୟୁ ବୃଦ୍ଧଙ୍କ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା। ମୃତକ…

ଫାଇନାଲ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ଖୋଲା ଚ୍ୟାଲେଞ୍ଜ ଦେଲେ Mitchell Santner, କହିଲେ…

ନୂଆଦିଲ୍ଲୀ,୭।୩: ରବିବାର ଭାରତ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ୨୦୨୬ ଟି୨୦ ବିଶ୍ୱକପର ଫାଇନାଲ ଖେଳାଯିବ। ଏହି ଦୁଇ ଦଳ ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ମୁହାଁମୁହିଁ ହେବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri