ପୂର୍ବତନ ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି

ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାତିଲେ ଲୁଟେରା । ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨ ଟି ଇୟର ପଡସ ଚୋରି କରିନେଲେ ଦୁର୍ବୃତ୍ତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ଗେଟ-୯ ର ବାହାରେ ଛିଡା ହୋଇଥିବା ସମୟରେ କେହି ଦୁର୍ବୃତ୍ତ ତାଙ୍କର ମୋବାଇଲ ସହ ଅନ୍ୟ ସାମଗ୍ରୀ ଚୋରି କରିନେଇଛି । ଏନେଇ ସେ ଚୋରି ସଂକ୍ରାନ୍ତରେ ନୟାପଲ୍ଲୀ ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ଆଧାରରେ ପୋଲିସ ଏକ ମାମଲା ରୁଜୁ କରିଥିଲେ ମଧ୍ୟ ଏଯାବତ ଚୋରି ସାମଗ୍ରୀ କିମ୍ବା ଅଭିଯୁକ୍ତଙ୍କ ଟେର ପାଇନାହିଁ । ସେହିଭଳି କିଛି ଦିନ ତଳେ ଏକ ଘରୋଇ ସ୍କୁଲରୁ ଦିଲ୍ଲୀପଙ୍କ ପୁଅଙ୍କର ଆଇଫୋନ ପ୍ୟାଡ ଚୋରି ହୋଇଥିବା ନେଇ ମୈତ୍ରୀବିହାର ଥାନାରେ ଅଭିଯୋଗ ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

IND vs PAK: ‘ଆମର ଫ୍ଲାଇଟ ବୁକ୍‌ ଅଛି…’, କାହିଁକି ଏମିତି କହିଲେ ସୂର୍ଯ୍ୟକୁମାର? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୫।୨: ପାକିସ୍ତାନ ସରକାର ସ୍ପଷ୍ଟ କରିଛନ୍ତି ଯେ ସେମାନଙ୍କ ଦଳ 2026 T-20 ବିଶ୍ୱକପ ଖେଳିବ, କିନ୍ତୁ କେବଳ ଫେବୃଆରୀ ୧୫ରେ ଭାରତ ବିପକ୍ଷରେ ମ୍ୟାଚ ଖେଳିବ।…

T20 WC Opening Ceremony:ନୋରା ଫତେହିଙ୍କ ଡ୍ୟାନ୍ସ ସାଙ୍ଗକୁ ବାଦଶାହାଙ୍କ ଜଲଓ୍ବା! ଓପନିଂ ସେରିମନିରେ ଲାଗିବ ବଲିଉଡ ତଡକା

ନୂଆଦିଲ୍ଲୀ,୫।୨: T20 World Cup 2026 ଶନିବାର, ଫେବୃଆରୀ ୭ରେ ଆରମ୍ଭ ହେବ। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯିବ, ଯେଉଁଥିରେ ପାକିସ୍ତାନ ଏବଂ ନେଦରଲ୍ୟାଣ୍ଡ…

ସରୁନି ବିସ୍ଥାପିତଙ୍କ ଥଇଥାନ ଦୁଃଖ: ବଢ଼ୁଛି ଅସନ୍ତୋଷ

ମୋହନା,୫।୨(ମନ୍ମଥ ମିଶ୍ର) ଛେଳିଗଡ଼ ପ୍ରକଳ୍ପରେ କ୍ଷତିଗ୍ରସ୍ତ ହୋଇଥିବା ବିସ୍ଥାପିତଙ୍କ ଆଜି ଯାଏ ଥଇଥାନ ହୋଇପାରି ନାହିଁ। ୩ ଦଶନ୍ଧି ଧରି ଚାଲିଛି ବିସ୍ଥାପନ ପ୍ରକ୍ରିୟା। ଚାଷ ଓ…

ପାକିସ୍ତାନୀ-ବାଂଲାଦେଶୀ ଭାଇ ଭାଇ, 2026 T20 World Cup ପୂର୍ବରୁ ପାକିସ୍ତାନୀ କ୍ୟାପଟେନଙ୍କ ବୟନକୁ ନେଇ ବିବାଦ

ନୂଆଦିଲ୍ଲୀ,୫।୨: ପାକିସ୍ତାନ କ୍ରିକେଟ ଦଳର ଅଧିନାୟକ ସଲମାନ ଆଗା ICCକୁ ଉସୁକାଇବାକୁ ଚେଷ୍ଟା କରିଛନ୍ତି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ବାଂଲାଦେଶ କ୍ରିକେଟ ଦଳକୁ 2026 T20…

ଅଶ୍ବିନୀ ବୈଷ୍ଣବଙ୍କୁ ଓଡିଶାରେ ପୁରାଇ ଦେବୁନି..’: ରାଜ୍ୟସଭାରେ ଗର୍ଜିଲେ ମୁନ୍ନା ଖାଁ

ନୂଆଦିଲ୍ଲୀ,୫।୨: ରାଜ୍ୟସଭାରେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବଙ୍କୁ ଟାର୍ଗେଟ କରି ଗର୍ଜିଛନ୍ତି ଏମପି ମୁନ୍ନା ଖାଁ। ନବରଙ୍ଗପୁର ଏବଂ ମାଲକାନଗିରି ଜିଲାକୁ ରେଳପଥ ସଂଯୋଗ ପାଇଁ କେନ୍ଦ୍ର ସରକାରଙ୍କ…

ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ: ଏଣିକି ଆଉ ହଇରାଣ ହେବେନି ଅଞ୍ଚଳବାସୀ

ତୁମୁଡିବନ୍ଧ,୫।୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧରେ ଅଭାସୀ ମାଧ୍ୟମରେ ଗୁରୁବାର ମୁଖ୍ୟମନ୍ତ୍ରୀ ତୁମୁଡିବନ୍ଧ ତହସିଲ କାଯ୍ୟଳୟ ପରିସରରେ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍‌ଘାଟନ କରିଛନ୍ତି। ଏହି କାର୍ଯ୍ୟକ୍ରମଟିକୁ…

ଶନି ଦେବଙ୍କ ବିରଳ ସଂଯୋଗ; ବରବାଦ ହେବେ ନା ଧନ ପାଇବେ ଏହି ୩ ରାଶି!

ଶୁକ୍ରବାର, ଫେବୃଆରୀ 6, 2026 ରେ, ବୁଧ ଏବଂ ଶନି ପରସ୍ପର ପ୍ରତି 30 ଡିଗ୍ରୀ କୋଣରେ ଅବସ୍ଥିତ ହେବେ। ଏହା ଦ୍ୱିଦ୍ୱାଦଶ ଯୋଗ ସୃଷ୍ଟି କରିବ।…

ସ୍ପଷ୍ଟ କଲା ଭାରତ, ନଇଁବ ନାହିଁ ଦେଶ ରୁଷିଆରୁ କିଣିବ ତେଲ!

ନୂଆଦିଲ୍ଲୀ,୫।୨: ଭାରତ ଏବଂ ଆମେରିକା ମଧ୍ୟରେ ଏକ ବାଣିଜ୍ୟ ଚୁକ୍ତି ଉପରେ ସହମତ ହୋଇଛି। ଏହା ସହିତ, ଏକ ପ୍ରମୁଖ ପ୍ରଶ୍ନ ଉଠିଛି: ଭାରତ ରୁଷିଆରୁ ତେଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri