ପରଲୋକରେ ଝାରସୁଗୁଡ଼ା ପୂର୍ବତନ ବିଧାୟକ ବିରେନ୍ଦ୍ର ପାଣ୍ଡେ

ଭୁବନେଶ୍ୱର(ବ୍ୟୁରୋ)/ ଝାରସୁଗୁଡ଼ା ଅଫିସ,୧୯।୩: ପରଲୋକରେ ଝାରସୁଗୁଡ଼ାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେ। ରବିବାର ଭୋର ପ୍ରାୟ ୪ଟାରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ହୋଇଥିଲା।

ସୂଚନାନୁଯାୟୀ,ବୀରେନ୍ଦ୍ର ଯକୃତ ରୋଗରେ ପୀଡ଼ିତ ଥିଲେ। ଗତ ୧୬ ତାରିଖରେ ସେ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ସମ୍ବଲପୁରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ତେବେ ସେଠାରେ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇ ଏକ ଘରୋଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି।

ରାଜନୈତିକ ଜୀବନ ଦେଖିଲେ ବୀରେନ୍ଦ୍ର କଂଗ୍ରେସ ଟିକେଟ୍‌ରେ ଝାରସୁଗୁଡ଼ା ବିଧାନସଭା ଆସନରୁ ୩ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ। ତାଙ୍କର ପରଲୋକ ଖବର ପାଇବା ପରେ ପିସିସି ସଭାପତି ଶରତ ପଟ୍ଟନାୟକ ଶୋକ ପ୍ରକାଶ କରିବା ସହିତ ତାଙ୍କ ଶୋକସନ୍ତପ୍ତ ପରିବାର ଲୋକଙ୍କୁ ସମବେଦନା ଜଣାଇଛନ୍ତି। ବୀରେନ୍ଦ୍ରଙ୍କ ବିୟୋଗ ରାଜନୀତି ପାଇଁ ଏକ ଅପୂରଣୀୟ କ୍ଷତି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

ଦିଗପହଣ୍ଡିରେ ଅତୀତର ଅଭୁଲା ସ୍ମୃତି ମନେ ପକାଇଲେ ୧୯୮୨ ବ୍ୟାଚର ଛାତ୍ର

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀଗୁପ୍ତେଶ୍ୱର ଶୈବପୀଠ ପରିସରରେ ବନ୍ଧୁମିଳନ । ରବିବାର ଦିଗପହଣ୍ଡି ବ୍ଲକ ଅଞ୍ଚଳର ବିଭିନ୍ନ ଗାଁ ହାଇସ୍କୁଲରେ ପଢ଼ିଥିବା…

ବିପଦ ସୃଷ୍ଟି କରୁଛି ବେଆଇନ ହୋର୍ଡିଂ

କେନ୍ଦୁଝର,୨୯।୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସହରରେ ଅସୁରକ୍ଷିତ ଏବଂ ବେଆଇନ ହୋର୍ଡିଂ ବିପଦ ସୃଷ୍ଟି କରୁଛି। କାଳବୈଶାଖୀ ଯୋଗୁ ସହରର ଗାନ୍ଧୀ ଛକ ନିକଟ ଅନିତା ଲୁଗା…

ଇରାନର ବଡ଼ ଦାବି, ମିଶାଇଲ୍ ଆଟାକରେ ଦୁଇଖଣ୍ଡ ହେଲା ଆମେରିକାର AWACS

ନୂଆଦିଲ୍ଲୀ,୨୯।୩: ଇରାନ ରବିବାର ଦିନ ସାଉଦି ଆରବରେ ଥିବା ଏକ ଆମେରିକୀୟ ଏୟାରବେସ୍ ଉପରେ ମିଶାଇଲ୍ ଏବଂ ଡ୍ରୋନ ଆଟାକ୍ କରିଛି । ଏହି ଆକ୍ରମଣରେ ଆମେରିକୀୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri