Posted inଜାତୀୟ

ବାଂଲାଦେଶ ସୁପ୍ରିମକୋର୍ଟର ପୂର୍ବତନ ବିଚାରପତିଙ୍କୁ ସୀମାରେ ଅଟକ

ଢାକା,୨୫ା୮(ପି.ଟି.): ବାଂଲାଦେଶ ସୁପ୍ରିମକୋର୍ଟର ଜଣେ ଅବସରପ୍ରାପ୍ତ ବିଚାରପତିଙ୍କୁ ଭାରତ ସୀମାନ୍ତ ସିଲ୍‌ହେଟ୍‌ ନିକଟରୁ ବାଂଲାଦେଶ ସୀମା ସୁରକ୍ଷା ଗାର୍ଡ (ବିଜିବି) ଶୁକ୍ରବାର ବିଳମ୍ବିତ ରାତିରେ ଅଟକ ରଖିଛି। ସେ ଭାରତ ଖସିପଳାଇବାକୁ ଉଦ୍ୟମ କରୁଥିଲେ ବୋଲି ଅଭିଯୋଗ ହୋଇଛି। ଏହାର କିଛି ଘଣ୍ଟା ପୂର୍ବରୁ ଆଓ୍ବାମୀ ଲିଗ୍‌ ନେତା ଏଏସ୍‌ଏମ୍‌ ଫିରୋଜଙ୍କୁ ତାଙ୍କ ବାସଭବନରୁ ଗିରଫ କରାଯାଇଥିଲା। ପୂର୍ବତନ ବିଚାରପତି ଶମସୁଦ୍ଦିନ ଚୌଧୁରୀ ମାନିକ୍‌ଙ୍କୁ ଅଟକ ରଖାଯାଇଥିବା ବିଜିବି ମୁଖ୍ୟାଳୟ ଏସ୍‌ଏମ୍‌ଏସ୍‌ ମାଧ୍ୟମରେ ସୂଚନା ଦେଇଛି। ତାଙ୍କୁ ବିଜିବି ଆଉଟପୋଷ୍ଟରେ ମଧ୍ୟରାତ୍ର ପର୍ଯ୍ୟନ୍ତ ରଖାଯାଇଥିଲା। ସୂଚନାଯୋଗ୍ୟ, ବାଂଲାଦେଶରେ ହିଂସାତ୍ମକ ଆନ୍ଦୋଳନରେ ୪୦୦ରୁ ଊର୍ଦ୍ଧ୍ୱ ଲୋକଙ୍କ ଜୀବନ ଯିବା ପରେ ଗତ ୫ ତାରିଖରେ ଶେଖ୍‌ ହାସିନା ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଇ ଭାରତ ପଳାଇଥିଲେ। ଏହା ପରେ ଆଓ୍ବାମୀ ଲିଗ୍‌ର ବରିଷ୍ଠ ମନ୍ତ୍ରୀଙ୍କ ସମେତ ଅନେକ ନେତାଙ୍କୁ ଗିରଫ କରାଗଲାଣି। ସେମାନଙ୍କ ମଧ୍ୟରୁ ଅଧିକାଂଶଙ୍କ ନାଁରେ ହତ୍ୟା ମାମଲା ରୁଜୁ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ପାକିସ୍ତାନରେ ବାରମ୍ବାର କମୁଛି ପେଟ୍ରୋଲ ଦର? ପୁଣି ୪ ଟଙ୍କା ଶସ୍ତା ହେଲା ପେଟ୍ରୋଲ, ଡିଜେଲ ଦର ଅପରିବର୍ତ୍ତିତ

ଇସଲାମାବାଦ,୬।୬: ଇରାନ-ଆମେରିକା ଉତ୍ତେଜନା ଏବଂ ହର୍ମୁଜ ପ୍ରଣାଳୀ ସଙ୍କଟ ମଧ୍ୟରେ, ପାକିସ୍ତାନ ସରକାର ପେଟ୍ରୋଲର ମୂଲ୍ୟ ଲିଟର ପିଛା ୪ ଟଙ୍କା ହ୍ରାସ କରି ଜନସାଧାରଣଙ୍କୁ କିଛି…

ବ୍ରିଜ ଉପରୁ ୪୦ ଫୁଟ ତଳକୁ ଡେଇଁ ଆତ୍ମହତ୍ୟା କଲେ ବ୍ୟକ୍ତି

ପାଟଣା,୬ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ମୁଖ୍ୟାଳୟ ବୈତରଣୀ ନଦୀ ବ୍ରିଜ୍‌ ଉପରୁ ୪୦ଫୁଟ ତଳକୁ ଶନିବାର ୨ଟା ବେଳେ ଡେଇଁ ଜଣେ ୫୫ ବର୍ଷୀୟ…

ରାଜରାସ୍ତାରେ ଯୁବତୀଙ୍କ ବେକରେ ଖଣ୍ଡା ଲଗାଇଲେ ଯୁବକ, ମୋତେ ବାହା ନ ହେଲେ ହାଣିଦେବି କହି…

ଡେରାବିଶ,୬ା୬(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ କଲେଜ ପରିସରରେ ଶନିବାର ଏକ ଅଭାବନୀୟ ଘଟଣା କ୍ରମରେ ପ୍ରେମ ପ୍ରତାରଣାର କରୁଣ ପରିଣତି ଦେଖିବାକୁ ମିଳିଛି। ଯୁକ୍ତ…

ସୂର୍ଯ୍ୟକୁମାରଙ୍କୁ ବଦଳାଇ ଶ୍ରେୟସ ଆୟରଙ୍କୁ କାହିଁକି କରାଗଲା ଅଧିନାୟକ ପ୍ରକୃତ କାରଣ କହିଲେ ଅଜିତ ଅଗରକର

ନୂଆଦିଲ୍ଲୀ,୬।୬: ଶନିବାର ଯେତେବେଳେ ବିସିସିଆଇ ସଚିବ ଦେବଜିତ ସାଇକିଆ ଆୟରଲ୍ୟାଣ୍ଡ ଏବଂ ଇଂଲଣ୍ଡ ଗସ୍ତ ପାଇଁ ଭାରତର ଟି-୨୦ ଦଳ ଘୋଷଣା କରିଥିଲେ, ସେତେବେଳେ ତାଲିକାରୁ ଅଧିନାୟକ…

ଦୁଇ ଦୋକାନରୁ ଚୋରି, ଚାରିଆଡ଼େ ପଡ଼ିଛି ରକ୍ତର ଛିଟା

ଆଳି,୬ା୬(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ଥାନାଠାରୁ ମାତ୍ର ଦୁଇଶହ ମିଟର ଦୂରରେ ଥିବା ମହାବୀର ବଜାରର ଦୁଇଟି ଦୋକାନରୁ ଚୋରି ହୋଇଛି। ମହାବୀର ବଜାରରେ ଥିବା…

ବକ୍ସ ଅଫିସରେ ଧମାକା କଲା ‘ପେଡ୍ଡି’: କ୍ଷମା ମାଗିଲେ ନିର୍ଦ୍ଦେଶକ

ତେଲୁଗୁ ସ୍ପୋଟର୍‌ସ ଆକ୍ସନ ଡ୍ରାମା ‘ପେଡ୍ଡି’ ରିଲିଜ ହେବାର ମାତ୍ର ଦୁଇ ଦିନ ମଧ୍ୟରେ ଭାରତୀୟ ବକ୍ସ ଅଫିସରେ ଧମାକା କରିଛି। ରାମ ଚରଣ ଏବଂ ଜାହ୍ନବୀ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ଟିମ ଇଣ୍ଡିଆରେ କାହିଁକି ମିଳିଲା ସୁଯୋଗ? ଏମିତି କହିଲେ ଅଗରକର

ନୂଆଦିଲ୍ଲୀ,୬।୬: ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀ ଏବେ ତାଙ୍କର ଅନ୍ତର୍ଜାତୀୟ ଡେବ୍ୟୁ କରିବାକୁ ପ୍ରସ୍ତୁତ ଏବଂ ସେ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବେ ବୋଲି ଚର୍ଚ୍ଚା ଯୋର…

ଆମ୍ବ ଗୋଟାଇବାକୁ ଯାଇଥିଲେ ବୃଦ୍ଧା, କଚାଡ଼ି କଚାଡ଼ି ମାରିଲା ଦନ୍ତା

ଆନନ୍ଦପୁର/ବଞ୍ଚୋ,୬ା୬(ସୁଶାନ୍ତ କୁମାର ସାହୁ/ପ୍ରଦୋଷ କୁମାର ବିଶ୍ୱାଳ): ନିଜ ଆମ୍ବତୋଟାରେ ଶନିବାର ସକାଳୁ ଆମ୍ବ ଗୋଟାଇବାକୁ ଆସିଥିବା ବେଳେ ଦନ୍ତାହାତୀ ହାବୁଡ଼ରେ ପଡ଼ିଥିଲେ ବୃଦ୍ଧା। ଆନନ୍ଦପୁର ଥାନା ଫକୀରପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri