ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ଭୁବନେଶ୍ୱର, ୮ା୧: ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ଦଳରେ ଅବହେଳା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ସେ ତାଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। କିଛି ଦିନ ତଳେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ ନବରଙ୍ଗପୁରରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ବଳଭଦ୍ର ମାଝୀ। ରାଜ୍ୟ ସରକାରଙ୍କ ୫-ଟି ଭାବେ ନୂଆରେ ସେକ୍ରେଟାରୀ ସ୍ତରୀୟ ଟିମ୍ ଗଠନକୁ ନେଇ ପୂର୍ବତନ ସାଂସଦ ବଳଭଦ୍ର ମାଝୀ କଟାକ୍ଷ କରିଥିଲେ।

ତେବେ ଆଗକୁ ସାଧାରଣ ନିର୍ବାଚନ ପୂର୍ବରୁ ଅନ୍ୟ ଦଳକୁ ଯିବା ପାଇଁ ସେ ଇସ୍ତାଫା ଦେଇଥିବା କୁହାଯାଉଛି। ତେଣୁ ସେ ବିଜେଡି ଛାଡ଼ି ବିଜେପି କିମ୍ବା କଂଗ୍ରେସରେ ସାମିଲ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । ୧୯୯୦ ମସିହାରୁ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ବିଧାୟକ ଥିଲେ । ପରେ ୨୦୧୪ରେ ସେ ନବରଙ୍ଗପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ଲୋକସଭାକୁ ଯାଇଥିଲେ। ତେବେ ୨୦୧୯ରେ ବିଜେଡି ଟିକେଟ ନ ମିଳିବାରୁ ସେ ଭାଜପା ରେ ଯୋଗ ଦେଇ ଟିକେଟ ପାଇଥିଲେ କିନ୍ତୁ ନିର୍ବାଚନରେ ପରାସ୍ତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଲେଶ୍ଵର ଅରଡ ବଜାରରେ ଗୁଳିକାଣ୍ଡ, ଦୁଇ ଯୁବକ…

ବାଲେଶ୍ଵର,୨୪।୩( ବାଞ୍ଛାନିଧି ଦେ): ଅଶାନ୍ତ ହୋଇପଡିଛି ବାଲେଶ୍ଵର ସହର । ସହଦେଵଖୁଣ୍ଟା ଥାନା ଅନ୍ତର୍ଗତ ଅରଡ ବଜାର ଅଞ୍ଚଳରେ ପୁଣିଥରେ ଗୁଳିକାଣ୍ଡ ହୋଇଛି। ସୋମବାର ମଧ୍ୟରାତିରେ ଫୁଟିଲା…

ଲିଙ୍କ୍ ରୋଡ୍ LIC ଅଫିସରେ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଲା….

କଟକ,୨୪।୩: କଟକ ଲିଙ୍କ୍‌ରୋଡରେ ଥିବା LIC ଅଫିସ୍‌ରେ ଅଗ୍ନିକାଣ୍ଡ । ହୁତୁ ହୁତୁ ହୋଇ ଜଳୁଛି ବିଲ୍ଡିଂ । କେଉଁ ପରିସ୍ଥିତିରେ ନିଆଁ ଲାଗିଲା ତାହା ବର୍ତ୍ତମାନ…

‘ହଁ ଆମେ ଯୁଦ୍ଧ ଶେଷ କରିବୁ…’, ଆମେରିକାକୁ ଇରାନର ସିଧା ଜବାବ, ସାମ୍ନାରେ ରଖିଲା ୨ ବଡ଼ ସର୍ତ୍ତ

ତେହରାନ୍‌,୨୪।୩: ଆମେରିକା ଏବେ ଇରାନ ସହିତ ସଂଘର୍ଷ ସମାପ୍ତ କରିବାକୁ ପ୍ରସ୍ତୁତ। ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ ଇରାନ ଆଉ ଯୁଦ୍ଧ କରିବାକୁ…

ପାଡୁଆ ପୋଲିସକୁ ଚ୍ୟାଲେଞ୍ଜ, ବୋଲେରୋ-ବାଇକ ପରେ ଏବେ ସ୍କୁଟି ଚୋରି

ନନ୍ଦପୁର/ପାଡୁଆ,୨୪।୩(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ପୋଲିସ ଉପଖଣ୍ଡ ଅଧିନ ପାଡୁଆ ଥାନା ପୋଲିସକୁ ଗାଡ଼ି ଚୋର ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି । ରବିବାର…

ହାର ମାନିବାକୁ ପ୍ରସ୍ତୁତ ନୁହେଁ ଇରାନ, କେମିତି ହେବ ଶାନ୍ତି ଆଲୋଚନା? ଟ୍ରମ୍ପଙ୍କୁ ଫୋନ ଲଗାଇଲେ ନେତାନ୍ୟାହୁ

ଓ୍ବାଶିଂଟନ,୨୪।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଏକ ଉତ୍କଟ ସ୍ଥିତିରେ ପହଞ୍ଚିଛି। ଗୋଟିଏ ପଟେ, ବେଞ୍ଜାମିନ ନେତାନ୍ୟାହୁ ଜାରି ଆକ୍ରମଣ ବିଷୟରେ କହୁଛନ୍ତି, ଅନ୍ୟପଟେ ଡୋନାଲ୍ଡ ଟ୍ରମ୍ପ ଇରାନ ସହିତ…

ନଇଁବାକୁ ପ୍ରସ୍ତୁତ ନୁହେଁ ଇରାନ, ଆମେରିକାକୁ ଦେଲା ଅଲ୍ଟିମେଟମ, ‘ଗ୍ୟାରେଣ୍ଟି ଦିଅ, ନଚେତ୍‌ ମୁଣ୍ଡ ବଦଳରେ ମୁଣ୍ଡ…’

ତେହରାନ୍‌,୨୪।୩: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସମ୍ପ୍ରତି କହିଛନ୍ତି ଯେ ଇରାନ ଏକ ଚୁକ୍ତିରେ ପହଞ୍ଚିବାକୁ ଚାହୁଁଛି; କିନ୍ତୁ, ଇରାନ ପକ୍ଷରୁ ଏକ କଠୋର ବିବୃତ୍ତି ଆସିଛି।…

କଲମ୍ବିଆରେ ସେନା ବିମାନ ଦୁର୍ଘଟଣା; ୬୬ ଯବାନ ମୃତ, ଭିଡିଓ ଦେଖିଲେ….

କଲମ୍ବିଆ,୨୪।୩: କଲମ୍ବିଆରେ ଏକ ବଡ଼ ବାୟୁସେନା ବିମାନ ଦୁର୍ଘଟଣା ଘଟିଛି । ପ୍ରତିରକ୍ଷା ମନ୍ତ୍ରଣାଳୟ ଅନୁଯାୟୀ, ୧୨୫ ଜଣ ସୈନିକଙ୍କୁ ନେଇ ଯାଉଥିବା ଏକ ବିମାନ ପୁଏର୍ଟୋ…

ଇରାନ-ଆମେରିକା ଯୁଦ୍ଧରେ ମଧ୍ୟସ୍ଥତା କରିବ ପାକିସ୍ତାନ! ଟ୍ରମ୍ପଙ୍କ ସହ କଥା ହେଲେ ମୁନିର

ଇସଲାମାବାଦ,୨୪।୩: ଇରାନ ଏବଂ ଆମେରିକା ମଧ୍ୟରେ ସମାଧାନ ପାଇଁ ପ୍ରୟାସ ତୀବ୍ର ହୋଇଛି। ଗୋଟିଏ କ୍ଷେତ୍ରରେ, ଆମେରିକା ଏବଂ ଇରାନ ମଧ୍ୟରେ ବିବାଦର ଅନ୍ତ ଘଟାଇବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri