ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ ବଳଭଦ୍ର ମାଝୀ

ଭୁବନେଶ୍ୱର, ୮ା୧: ବିଜେଡିରୁ ଇସ୍ତଫା ଦେଇଛନ୍ତି ପୂର୍ବତନ ବିଧାୟକ ବଳଭଦ୍ର ମାଝୀ। ଦଳରେ ଅବହେଳା ଅଭିଯୋଗ କରି ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବୋଲି ସେ ତାଙ୍କର ଚିଠିରେ ଉଲ୍ଲେଖ କରିଛନ୍ତି। କିଛି ଦିନ ତଳେ ରାଜ୍ୟ ସରକାରଙ୍କ ୫-ଟି କାର୍ଯ୍ୟକାରିତାକୁ ନେଇ ପ୍ରଶ୍ନ ଉଠାଇଥିଲେ ନବରଙ୍ଗପୁରରେ ପୂର୍ବତନ ବିଧାୟକ ତଥା ବିଜେଡି ନେତା ବଳଭଦ୍ର ମାଝୀ। ରାଜ୍ୟ ସରକାରଙ୍କ ୫-ଟି ଭାବେ ନୂଆରେ ସେକ୍ରେଟାରୀ ସ୍ତରୀୟ ଟିମ୍ ଗଠନକୁ ନେଇ ପୂର୍ବତନ ସାଂସଦ ବଳଭଦ୍ର ମାଝୀ କଟାକ୍ଷ କରିଥିଲେ।

ତେବେ ଆଗକୁ ସାଧାରଣ ନିର୍ବାଚନ ପୂର୍ବରୁ ଅନ୍ୟ ଦଳକୁ ଯିବା ପାଇଁ ସେ ଇସ୍ତାଫା ଦେଇଥିବା କୁହାଯାଉଛି। ତେଣୁ ସେ ବିଜେଡି ଛାଡ଼ି ବିଜେପି କିମ୍ବା କଂଗ୍ରେସରେ ସାମିଲ ହୋଇପାରନ୍ତି ବୋଲି ରାଜନୈତିକ ମହଲରେ ଚର୍ଚ୍ଚା ହେଉଛି । ୧୯୯୦ ମସିହାରୁ ବଳଭଦ୍ର ମାଝୀ ଲାଞ୍ଜିଗଡ଼ ବିଧାନସଭାରୁ ୫ଥର ବିଧାୟକ ଥିଲେ । ପରେ ୨୦୧୪ରେ ସେ ନବରଙ୍ଗପୁର ନିର୍ବାଚନ ମଣ୍ଡଳୀରୁ ନିର୍ବାଚିତ ହୋଇ ଲୋକସଭାକୁ ଯାଇଥିଲେ। ତେବେ ୨୦୧୯ରେ ବିଜେଡି ଟିକେଟ ନ ମିଳିବାରୁ ସେ ଭାଜପା ରେ ଯୋଗ ଦେଇ ଟିକେଟ ପାଇଥିଲେ କିନ୍ତୁ ନିର୍ବାଚନରେ ପରାସ୍ତ ହୋଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri