ମୁକ୍ତିକାନ୍ତ-ଅଭିମନ୍ୟୁ କଥା କଟାକଟି

ଭଦ୍ରକ,୨୭।୨(ସନାତନ ରାଉତ):ଅମୃତ ଭାରତ ଷ୍ଟେଶନ ଯୋଜନାରେ ରେଳ ଷ୍ଟେଶନଗୁଡ଼ିକର ପୁନର୍ବିକାଶ ପାଇଁ ସୋମବାର ଭର୍ଚୁଆଲରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ଭିତ୍ତିପ୍ରସ୍ତର ସ୍ଥାପନ କରାଯାଇଛି। ଏହି ଅବସରରେ ଭଦ୍ରକ ରେଳଷ୍ଟେଶନରେ ଆୟୋଜିତ କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କୁ ହଟହଟା ହେବାକୁ ପଡ଼ିଛି। କାର୍ଯ୍ୟକ୍ରମ ଆରମ୍ଭରୁ ଏମ୍‌ପି ମଞ୍ଜୁଲତା ମଣ୍ଡଳ, ଭଦ୍ରକ ବିଧାୟକ ସଞ୍ଜୀବ ମଲ୍ଲିକ ଓ ପୂର୍ବତନ ବିଧାୟକ ମଣ୍ଡଳ ମଞ୍ଚରେ ବସିଥିଲେ। କିଛି ସମୟ ପରେ ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ମଞ୍ଚ ଉପରକୁ ଯାଇଥିଲେ। ମୁକ୍ତିକାନ୍ତ ମଞ୍ଚ ଉପରେ ବସିଥିବା ବେଳେ କେତେଜଣ ଲୋକ ତାଙ୍କୁ ବିରୋଧ କରିଥିଲେ। ଏପରିକି ଭାଜପା ରାଜ୍ୟ ସମ୍ପାଦକ ଅଭିମନ୍ୟୁ ସେଠୀ ଓ ମୁକ୍ତିକାନ୍ତଙ୍କ ମଧ୍ୟରେ ମଞ୍ଚ ଉପରେ କଥା କଟାକଟି ହୋଇଥିଲା। ଅଭିମନ୍ୟୁ ତାଙ୍କୁ ବିରୋଧ କରିବା ସହ ଏହା ପାରିବାରିକ ନୁହେଁ ସରକାରୀ କାର୍ଯ୍ୟକ୍ରମ, ପ୍ରୋଟୋକଲ ଅନୁସାରେ କେବଳ ଅତିଥିମାନେ ହିଁ ମଞ୍ଚରେ ରହିପାରିବେ ବୋଲି ରେଳ କର୍ତ୍ତୃପକ୍ଷଙ୍କୁ ପ୍ରଶ୍ନ କରିଥିଲେ। ଶେଷରେ ମୁକ୍ତିକାନ୍ତ ମଞ୍ଚରୁ ଓହ୍ଲାଇବାକୁ ବାଧ୍ୟ ହୋଇଥିଲେ।
ନେଇ ବିଜେଡି ଓ ଭାଜପା ମଧ୍ୟରେ କଥା କଟାକଟି ହେବା ସହ କିଛି ସମୟ ଧରି ଜୟ ଶ୍ରୀରାମ ଓ ଜୟ ଜଗନ୍ନାଥ ନାରାବାଜି ଚାଲିଥିଲା। ପରେ ରେଳ କର୍ତ୍ତୃପକ୍ଷଙ୍କ ଦ୍ୱାରା କାର୍ଯ୍ୟକ୍ରମ ଆଗକୁ ବଢ଼ିଥିଲା। ଷ୍ଟେଶନର ଉନ୍ନତୀକରଣ ପାଇଁ ରେଳମନ୍ତ୍ରୀଙ୍କୁ ଏକାଧିକବାର ଦାବି ଜଣାଇବା ପରେ ଆଜି ତାହା ସଫଳ ହୋଇଛି ବୋଲି ଏମ୍‌ପି କହିଥିବା ବେଳେ ମଞ୍ଚାସୀନ ଅତିଥିମାନେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଖଡ଼ି ମହାନଦୀ ଅବବାହିକାରେ ୧୬୫ ପାଣିଚିରି, ୮୨ ଅଣ୍ଡା ଦେଲେ, ୩୫ ଛୁଆ ଫୁଟି ବାହାରିଲେ

ଖୁଣ୍ଟୁଣୀ, ୫।୫(ସଚ୍ଚିଦାନନ୍ଦ ପଣ୍ଡା): ପୃଥିବୀରେ ଇଣ୍ଡିଆନ୍‌ ସ୍କିମର ବା ପାଣିଚିରି ଏକ ବିରଳ ପ୍ରଜାତିର ପକ୍ଷୀ। ବିଶ୍ୱରେ ପକ୍ଷୀ ଗଣନା ଅନୁସାରେ ଏହି ପକ୍ଷୀର ସଂଖ୍ୟା...

ଘରେ ମରାମତି କରୁଥିବା ବେଳେ ଅଘଟଣ: ପୁଅଙ୍କୁ ବିଦ୍ୟୁତ୍‌ ଆଘାତରୁ ବଞ୍ଚାଇବାକୁ ଯାଇ ବାପା ମୃତ, ମା’ ଗୁରୁତର

ଯାଜପୁର,୫।୫(ହର୍ଷବର୍ଦ୍ଧନ ବେହେରା): ଯାଜପୁର ରୋଡ଼ ଥାନା ବେଙ୍ଗପାଟିଆ ଗ୍ରାମରେ ରବିବାର ଅଘଟଣ ଘଟିଛି। ବିଦ୍ୟୁତ୍‌ ଆଘାତରେ ବାପ ଓ ପୁଅଙ୍କ ମୃତ୍ୟୁ ହୋଇଥିବା ବେଳେ ମା’...

ପାଣ୍ଡିଆନଙ୍କ ବ୍ରହ୍ମପୁର ସମ୍ପର୍କ, କହିଲେ ଝିଅ ପାଇଛି ଏହିଠୁ…

ଭୁବନେଶ୍ୱର,୫।୫: ଶନିବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବିଜେଡି ନେତା ଭିକେ ପାଣ୍ଡିଆନ ୪ଟି ଜିଲାର ୩ ଲୋକ ସଭା ଆସନରେ ମାରାଥନ ପ୍ରଚାର କରିଛନ୍ତି।...

ହାତ ମିଶାଇଲେ ସୌମ୍ୟ-ଅନୁଭବ, ଖଣ୍ଡପଡ଼ାରେ ହେବ ବଡ଼ ଲଢେଇ

ବ୍ରହ୍ମପୁର,୫।୫: ଖଣ୍ଡପଡ଼ାରେ ରୋଚକ ହେଉଛି ବିଧାନସଭା ଲଢେଇ। ହାତ ମିଶାଇଛନ୍ତି ବିଜେଡିରୁ ନିଲମ୍ବିତ ଖଣ୍ଡପଡା ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକ ଏବଂ ପୂର୍ବତନ ବିଧାୟକ ଅନୁଭବ ପଟ୍ଟନାୟକ।...

କୁକୁଡ଼ାଫାର୍ମ ଗନ୍ଧରେ ଅତିଷ୍ଠ ବସ୍ତିବାସିନ୍ଦା

ରାଉରକେଲା,୫ା୫(ବିପ୍ଲବ ରଞ୍ଜନ ଦାଶ)ରାଉରକେଲା ମହାନଗର ନିଗମ ଓ୍ବାର୍ଡ ନଂ. ୪ରେ ଥିବା ପ୍ରଧାନପାଲି ବସ୍ତି ନିକଟରେ କୁକୁଡ଼ାଫାର୍ମ ରହିଛି। ଫଳରେ ବସ୍ତି ପରିବେଶ ପ୍ରଦୂଷିତ ହେଉଥିବା...

୯୨୮ ଅଙ୍ଗନୱାଡି କେନ୍ଦ୍ରର ନାହିଁ ନିଜସ୍ବ ଗୃହ

ଭଦ୍ରକ,୫।୫ (ସନାତନ ରାଉତ)ଭଦ୍ରକ ଜିଲାରେ ୯୨୮ ଅଙ୍ଗନୱାଡି କେନ୍ଦ୍ରର ନିଜସ୍ବ ଗୃହ ନିର୍ମାଣ ହୋଇପାରି ନାହିଁ। ଫଳରେ ନିକଟସ୍ଥ ସ୍କୁଲ, କମ୍ୟୁନିଟି ସେଣ୍ଟର ଓ ଅଙ୍ଗନୱାଡି...

ଗଞ୍ଜାମରେ ଆଖୁ ଚାଷ ନିରାଶାଜନକ

ବ୍ରହ୍ମପୁର,୫।୫(ଅଶୋକ କୁମାର ସାହୁ):ଗଞ୍ଜାମ ଜିଲାରେ ଆଖୁ ଚାଷ ଚଳିତବର୍ଷ ନିରାଶାଜନକ ହୋଇଛି। ୨୦୨୩-୨୪ରେ ଜିଲାରେ ୮୦୧ ହେକ୍ଟର ଆଖୁଚାଷ କରିବାକୁ ଲକ୍ଷ୍ୟ ଧାର୍ଯ୍ୟ ଥିବାବେଳେ ୬୮୦...

ଭଲ ଲୋକଙ୍କୁ ଭୋଟ ଦିଅନ୍ତୁ: ମୁଖ୍ୟମନ୍ତ୍ରୀ

ପାରଳାଖେମୁଣ୍ଡି, ୫।୫ (ଗିରିଧାରୀ ପରିଛା):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ବିଜେଡିର ବରିଷ୍ଠ ନେତା କାର୍ତ୍ତିକ ପାଣ୍ଡିଆନ ଶନିବାର ଗଜପତି ଜିଲା ପାରଳାଖେମୁଣ୍ଡିଠାରେ ନିର୍ବାଚନ ପ୍ରଚାର କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri