ଯୌତୁକ ନିର୍ଯାତନା ଅଭିଯୋଗ ଆଣିଲେ ପୂର୍ବତନ ବିଧାୟକଙ୍କ ଝିଅ

ଆଳି,୧୬।୧୦(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳିର ପୂର୍ବତନ ବିଧାୟକ ଦେବେନ୍ଦ୍ର ଶର୍ମାଙ୍କ ଝିଅ ଡା. ଦେବସ୍ମିତା ଶର୍ମାଙ୍କୁ ତାଙ୍କ ଶାଶୁଘର ଲୋକ ଯୌତୁକ ଲାଗି ନିର୍ଯାତନା ଦେବା ସହ ବିଭିନ୍ନ ସମୟରେ ମାରିଦେବାକୁ ଉଦ୍ୟମ କରିଥିବା ନେଇ ଆଳି ଥାନାରେ ଅଭିଯୋଗ ହୋଇଛି। ଡାକ୍ତର ଦେବସ୍ମିତା ଥାନାରେ କରିଥିବା ଅଭିଯୋଗ ଅନୁଯାୟୀ, ଗତ ୨୦୨୨ ମସିହା ଡିସେମ୍ବର ୧୪ରେ ଡାକ୍ତର ରାହୁଲ ପ୍ରତାପ ରାୟଙ୍କ ସହ ବୈଦିକ ମତେ ବିବାହ ଅନୁଷ୍ଠିତ ହୋଇଥିଲା। ବିବାହ ପରେ କଟକ ସହର ପେଟିନସାହି ବକ୍ସିବଜାରରେ ଶାଶୁଘରେ ରହୁଥିଲେ। ବିବାହର ମାତ୍ର ୨୦ରୁ ୨୫ ଦିନ ପରେ ଶାଶୁ, ଶ୍ୱଶୁର, ଦିଅର, ପିଉସୀପିଉସାମାନେ ତାଙ୍କୁ ଯୌତୁକ ନିମନ୍ତେ ମାଡ଼ ଗାଳି ଦେବା ଆରମ୍ଭ କରିଥିଲେ। ଡାକ୍ତର ଶର୍ମା ନିଜ ବାପାଙ୍କ ସମ୍ମାନକୁ ଲକ୍ଷ୍ୟ କରି ଚୁପ ରହୁଥିବାରୁ ଦିନକୁ ଦିନ ଶାଶୁଘର ପକ୍ଷରୁ ନିର୍ଯାତନା ବଢ଼ି ଚାଲିଥିଲା। ତାଙ୍କ ସ୍ବାମୀ ଡା. ରାହୁଲ ପ୍ରତାପ ରାୟ ପ୍ରତ୍ୟେକ ଦିନ ମଦ୍ୟପାନ କରି ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଲଜ କରୁଥିଲେ। ତାଙ୍କ ବାପା ପୂର୍ବରୁ ବିଧାୟକ ଥିବାରୁ ଶାଶୁଘର ଲୋକ ବାପଘରୁ ୫୦ ଲକ୍ଷ ଟଙ୍କା ଆଣିବାକୁ ବାଧ୍ୟ କରୁଥିଲେ। ଏ ନେଇ ସେ ଟଙ୍କା ପାଇଁ ବାପାଙ୍କୁ ଜଣାଇବା ପରେ ତାହା ଦେବାକୁ ସେ ସକ୍ଷମ ନୁହେଁ ବୋଲି ଜାଣିବା ପରେ ଶାଶୁଘର ଲୋକ ତାଙ୍କୁ ମାଡ଼ ମାରିବା ସହ ଗାଳି ଗୁଲଜ ଆରମ୍ଭ କରି ଦେଇଥିଲେ। ତାଙ୍କ ସ୍ବାମୀ ମଦ୍ୟପାନ କରି ଘରକୁ ଆସି ତାଙ୍କୁ ମଦ ପିଇବାକୁ ବାଧ୍ୟ କରୁଥିବା ବେଳେ ସେ ପ୍ରତିବାଦ କରିବାରୁ ତାଙ୍କୁ ସିଗାରେଟ ଚେଙ୍କ ଦିଆଯାଉଥିବା ନେଇ ଅଭିଯୋଗରେ ଦର୍ଶାଇଛନ୍ତି। ସେ ବାହାରେ ଚାକିରି କରିଥିବାରୁ ତାଙ୍କର ସମସ୍ତ ସୁନା ରୁପା ଶାଶୁଙ୍କ ନିକଟରେ ରହିଥିଲା। ତାଙ୍କୁ ସେମାନେ ବିକ୍ରି କରି ଘର କାମରେ ଲଗାଇବା ସହ ତାଙ୍କ ଦରମା ଟଙ୍କା ସ୍ବାମୀ ନେଇଯାଆନ୍ତି। ବାପଘର ଲୋକ ଦୁଇଦୁଇ ଥର ଘଟଣାର ଆପୋସ ସମାଧାନ କରିବାକୁ ଚେଷ୍ଟା କରିଥିଲେ ମଧ୍ୟ ତାଙ୍କ ସ୍ବାମୀ ତାଙ୍କ ଉପରେ ପଶୁ ଭଳି ବ୍ୟବହାର କରୁଥିବାରୁ ସେ ନିଃସହାୟ ହୋଇ ପଡ଼ିଛନ୍ତି। ତେଣୁ ସେ ଆଳି ଥାନାରେ ତାଙ୍କ ସ୍ବାମୀ ଡାକ୍ତର ରାହୁଲ ପ୍ରତାପଙ୍କ ସହ ସମସ୍ତ ପରିବାର ସଦସ୍ୟଙ୍କ ନାମରେ ଲିଖିତ ଅଭିଯୋଗ ଦେଇ ନ୍ୟାୟ ଭିକ୍ଷା କରିଛନ୍ତି। ଏ ନେଇ ଆଳି ଥାନା ଆଇଆଇସି ସବ୍ୟସାଚୀ ଶତପଥୀଙ୍କୁ ପଚାରିବାରୁ ସେ କହିଛନ୍ତି, ଡାକ୍ତର ଶର୍ମାଙ୍କ ଅଭିଯୋଗ ଆସିବା ପରେ ନଂ. ୬୨୪/୨୪ରେ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛନ୍ତି। ଏ ନେଇ ଡାକ୍ତର ଶର୍ମା କିମ୍ବା ତାଙ୍କ ଶାଶୁଘର ଲୋକଙ୍କ ପ୍ରତିକ୍ରିୟା ମିଳିପାରିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?