ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଝଟ୍‌କା

କଟକ ଅଫିସ,୭ା୨:ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଝଟ୍‌କା ଲାଗିଛି। ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ଲିଙ୍କ୍‌ ସଂକ୍ରାନ୍ତୀୟ ଶୁଣାଣି ଜାରି ରହିବ ବୋଲି ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କ ବିରୋଧରେ ସିବିଆଇ ଦେଇଥିବା ଏତଲା ଏବଂ ଚାର୍ଜଶିଟ୍‌କୁ ରଦ୍ଦ କରିବା ନେଇ ସେ କରିଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି।
ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ସମ୍ପୃକ୍ତି ନେଇ ଅଭିଯୋଗ ହୋଇଥିଲା। ସିବିଆଇ ପକ୍ଷରୁ ତାଙ୍କ ବିରୋଧରେ ଏତଲା ଦାଏର କରାଯାଇଥିଲା। ସିବିଆଇ ମାମଲାର ତଦନ୍ତ କରି ତାଙ୍କ ବିରୋଧରେ ସି-ସୋରଠାରୁ ୧ କୋଟି ୭୫ ଲକ୍ଷ ଟଙ୍କା ବେଆଇନ କାରବାର କରିଥିବା ନେଇ ଚାର୍ଜଶିଟ୍‌ ଦାଖଲ କରିଥିଲା। ରାଜନୈତିକ ପ୍ରଭାବ ବିସ୍ତାର ସହ ସି-ସୋରକୁ ଫାଇଦା ଓ ସୁରକ୍ଷା ଦେବା ଏହି ବେଆଇନ ଅର୍ଥ କାରବାରର ଉଦ୍ଦେଶ୍ୟ ହୋଇଥିବା ନେଇ ସିବିଆଇ ଓକିଲ ସାର୍ଥକ ନାୟକ ଅଦାଲତରେ ତଥ୍ୟ ପ୍ରମାଣ ଉପସ୍ଥାପନ କରିଥିଲେ। ଅନ୍ୟପକ୍ଷରେ ରବୀନ୍ଦ୍ରଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଥିଲା ଯେ, ଏହି ଟଙ୍କା ସି-ସୋରରୁ ସେ ଋଣ ଆକାରରେ ନେଇଥିଲେ। ସମବାୟ ଆଇନ ଅନୁଯାୟୀ ପଞ୍ଜୀକୃତ ହୋଇଥିବା ସି-ସୋର ନିଜ ମେମ୍ବରଙ୍କ ବ୍ୟତୀତ ଅନ୍ୟ କାହାକୁ ଋଣ ଦେଇପାରିବ ନାହିଁ ଏବଂ ଏଥିପାଇଁ ପରିଚାଳନା କମିଟିର ଦସ୍ତାବିଜ ଜାଲ୍‌ କରାଯାଇଥିବା ସିବିଆଇ ପକ୍ଷରୁ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ପ୍ରସାର ପାଇଁ ଆହ୍ବାନ

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିଠାରେ ଶନିବାର ଆଧ୍ୟାତ୍ମିକ ଜ୍ଞାନ ପ୍ରଚାର ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରମୋଦ ପଣ୍ଡାଙ୍କ ବାସଭବନରେ ଆୟୋଜିତ ସଭାରେ ପୁରୀ ଗୋବର୍ଦ୍ଧନ…

୨୪ ତାରିଖ ଯାଏଁ ଓଡ଼ିଶାରେ ପ୍ରବଳବର୍ଷା

ଭୁବନେଶ୍ୱର,୨୩।୮ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାରେ ପୁଣି ବଢ଼ିବ ବର୍ଷାର ପରିମାଣ। ଭାରତୀୟ ପାଣିପାଗ ବିଭାଗର…

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri