ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟ ଝଟ୍‌କା

କଟକ ଅଫିସ,୭ା୨:ବାଲେଶ୍ୱରର ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କୁ ହାଇକୋର୍ଟରୁ ଝଟ୍‌କା ଲାଗିଛି। ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ଲିଙ୍କ୍‌ ସଂକ୍ରାନ୍ତୀୟ ଶୁଣାଣି ଜାରି ରହିବ ବୋଲି ବିଚାରପତି ବି.ପି. ରାଉତରାୟଙ୍କ ଖଣ୍ଡପୀଠ ସୋମବାର ନିର୍ଦ୍ଦେଶ ଦେଇଛନ୍ତି। ଏଥିସହ ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ତାଙ୍କ ବିରୋଧରେ ସିବିଆଇ ଦେଇଥିବା ଏତଲା ଏବଂ ଚାର୍ଜଶିଟ୍‌କୁ ରଦ୍ଦ କରିବା ନେଇ ସେ କରିଥିବା ଆବେଦନକୁ ହାଇକୋର୍ଟ ଖାରଜ କରିଛନ୍ତି।
ସି-ସୋର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରବୀନ୍ଦ୍ରଙ୍କ ସମ୍ପୃକ୍ତି ନେଇ ଅଭିଯୋଗ ହୋଇଥିଲା। ସିବିଆଇ ପକ୍ଷରୁ ତାଙ୍କ ବିରୋଧରେ ଏତଲା ଦାଏର କରାଯାଇଥିଲା। ସିବିଆଇ ମାମଲାର ତଦନ୍ତ କରି ତାଙ୍କ ବିରୋଧରେ ସି-ସୋରଠାରୁ ୧ କୋଟି ୭୫ ଲକ୍ଷ ଟଙ୍କା ବେଆଇନ କାରବାର କରିଥିବା ନେଇ ଚାର୍ଜଶିଟ୍‌ ଦାଖଲ କରିଥିଲା। ରାଜନୈତିକ ପ୍ରଭାବ ବିସ୍ତାର ସହ ସି-ସୋରକୁ ଫାଇଦା ଓ ସୁରକ୍ଷା ଦେବା ଏହି ବେଆଇନ ଅର୍ଥ କାରବାରର ଉଦ୍ଦେଶ୍ୟ ହୋଇଥିବା ନେଇ ସିବିଆଇ ଓକିଲ ସାର୍ଥକ ନାୟକ ଅଦାଲତରେ ତଥ୍ୟ ପ୍ରମାଣ ଉପସ୍ଥାପନ କରିଥିଲେ। ଅନ୍ୟପକ୍ଷରେ ରବୀନ୍ଦ୍ରଙ୍କ ପକ୍ଷରୁ ଯୁକ୍ତି ଦର୍ଶାଯାଇଥିଲା ଯେ, ଏହି ଟଙ୍କା ସି-ସୋରରୁ ସେ ଋଣ ଆକାରରେ ନେଇଥିଲେ। ସମବାୟ ଆଇନ ଅନୁଯାୟୀ ପଞ୍ଜୀକୃତ ହୋଇଥିବା ସି-ସୋର ନିଜ ମେମ୍ବରଙ୍କ ବ୍ୟତୀତ ଅନ୍ୟ କାହାକୁ ଋଣ ଦେଇପାରିବ ନାହିଁ ଏବଂ ଏଥିପାଇଁ ପରିଚାଳନା କମିଟିର ଦସ୍ତାବିଜ ଜାଲ୍‌ କରାଯାଇଥିବା ସିବିଆଇ ପକ୍ଷରୁ ଦର୍ଶାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

ନାମାଙ୍କନପତ୍ର ଦାଖଲ କଲେ କୋରାପୁଟ କଂଗ୍ରେସ ଏମ୍‌ପି ପ୍ରାର୍ଥୀ

କୋରାପୁଟ,୧୯ା୪(ଅମିତାଭ ବେହେରା): ଶୁକ୍ରବାର ମଧ୍ୟାହ୍ନରେ କୋରାପୁଟ ଜିଲାପାଳ ଭି. କୀର୍ତ୍ତି ଭାସନଙ୍କ ନିକଟରେ କଂଗ୍ରେସର କୋରାପୁଟ ଏମ୍‌ପି ପ୍ରାର୍ଥୀ ସପ୍ତଗିରି ଶଙ୍କର ଉଲାକା ନାମାଙ୍କନପତ୍ର ଦାଖଲ...

ବାଇକ୍‌ଆରୋହୀଙ୍କଠାରୁ ଲକ୍ଷାଧିକ ଟଙ୍କା ଜବତ, ନିର୍ବାଚନ ସମୟରେ ଏତେ ଟଙ୍କା କେଉଁଠୁ ଆସିଲା ଚାଲିଛି ତନାଘନା

ଝାରବନ୍ଧ,୧୯ା୪(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ଥାନା ପୋଲିସ ଗୁରୁବାର ରାତିରେ ଡଭାଛକଠାରେ ଚେକିଂ କରୁଥିବା ସମୟରେ ୨ ବାଇକ୍‌ଆରୋହୀଙ୍କଠାରୁ ୬ଲକ୍ଷ ୫୨ହଜାର ୮୦୦ ଟଙ୍କା...

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri