Posted inଖେଳ

‘ବିରାଟ କୋହଲିଙ୍କ ଖରାପ ଫର୍ମ ପାଇଁ ଶାସ୍ତ୍ରୀ ଦାୟୀ’

ଇସଲାମାବାଦ୍‌,୨୩।୬: ପାକିସ୍ତାନର ପୂର୍ବତନ ଉଇକେଟ କିପର-ବ୍ୟାଟ୍ସମ୍ୟାନ ରସିଦ ଲତିଫ ବିରାଟ କୋହଲି ଫର୍ମକୁ ନେଇ ଏକ ବଡ଼ ମନ୍ତବ୍ୟ ଦେଇଛନ୍ତି। ସେ କହିଛନ୍ତି, ବିରାଟ କୋହଲିଙ୍କ ଖରାପ ଫର୍ମର କାରଣ ହେଉଛି ରବି ଶାସ୍ତ୍ରୀ। ଯଦି ଶାସ୍ତ୍ରୀ ଭାରତୀୟ ଦଳର ମୁଖ୍ୟ କୋଚ ହୋଇ ନ ଥାନ୍ତେ, ତେବେ କୋହଲି ଫର୍ମ ହରାଇ ନ ଥାନ୍ତେ।
ରସିଦ ଲତିଫ ୟୁଟ୍ୟୁବ ଚ୍ୟାନେଲ ‘କଟ୍‌ ବିହାଇଣ୍ଡ୍‌’ରେ କହିଛନ୍ତି, ରବି ଶାସ୍ତ୍ରୀଙ୍କ ଯୋଗୁ ବିରାଟ ଫର୍ମରେ ନାହାଁନ୍ତି। ଅନିଲ କୁମ୍ବଲେଙ୍କ ପରି କିମ୍ବଦନ୍ତୀଙ୍କ ବିଦା କରି ରବି ଶାସ୍ତ୍ରୀ କୋଚ ଭାବରେ ଦାୟିତ୍ୱ ଗ୍ରହଣ କରିଥିଲେ। ଶାସ୍ତ୍ରୀ ଜଣେ କମେଣ୍ଟେଟର ଥିଲେ। ତାଙ୍କର କୋଚିଂ ଦେବାର କୌଣସି ଅଭିଜ୍ଞତା ନ ଥିଲା। ଶାସ୍ତ୍ରୀ ୨୦୧୭ରୁ ୨୦୨୧ ପର୍ଯ୍ୟନ୍ତ ଭାରତୀୟ ଦଳର ମୁଖ୍ୟ କୋଚ ଥିଲେ। ସେ ଭାରତୀୟ ଦଳକୁ କୋଚିଂ ଦେବାରେ କୌଣସି କାର୍ଯ୍ୟ କରି ନାହଁାନ୍ତି।
ବିଶ୍ୱର ସର୍ବଶ୍ରେଷ୍ଠ ବ୍ୟାଟ୍ସମ୍ୟାନଙ୍କ ମଧ୍ୟରୁ ଅନ୍ୟତମ ବିରାଟ କୋହଲି ୨ ବର୍ଷରୁ ଅଧିକ ସମୟ ଧରି ଶତକ ହାସଲ କରିନାହାଁନ୍ତି। ସେ ଆଇପିଏଲର ଶେଷ ସିଜନରେ ମଧ୍ୟ ଫ୍ଲପ୍‌ ହୋଇଥିଲେ। ନଭେମ୍ବର ୨୦୧୯ଠାରୁ ବିରାଟ କୌଣସି ଫର୍ମାଟରେ ଏକ ଶତକ ହାସଲ କରିବାରେ ବିଫଳ ହୋଇଛନ୍ତି।
୧୯୯୨ରୁ ୨୦୦୩ ପର୍ଯ୍ୟନ୍ତ ଲତିଫ ପାକିସ୍ତାନ ପାଇଁ ୩୭ଟି ଟେଷ୍ଟ ମ୍ୟାଚ ଏବଂ ୧୬୬ ଟି ଦିନିକିଆ ମ୍ୟାଚ୍‌ ଖେଳିଥିଲେ। ସେ ଟେଷ୍ଟରେ ୧୩୮୧ ରନ ଏବଂ ଦିନିକିଆରେ ୧୭୦୯ରନ ସ୍କୋର କରିଥିଲେ। ସେ ଉଭୟ ଫର୍ମାଟରେ ମୋଟ ୩୦୧ କ୍ୟାଚ ଏବଂ ୪୯ ଷ୍ଟମ୍ପିଂ ମଧ୍ୟ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ପାକିସ୍ତାନ ପାଇଁ BCCI ସହିବ କ୍ଷତି! ଭାରତରୁ ଛଡ଼ାଇ ନିଆଯାଇପାରେ ବଡ଼ ଟୁର୍ଣ୍ଣାମେଣ୍ଟ

ନୂଆଦିଲ୍ଲୀ,୧୭।୨: କ୍ରିକେଟ୍ ପ୍ରେମୀଙ୍କ ପାଇଁ ଏକ ଚିନ୍ତାଜନକ ଖବର। ଭାରତ ଓ ପାକିସ୍ତାନ ମଧ୍ୟରେ ଲାଗି ରହିଥିବା ସୀମା ବିବାଦର ପ୍ରଭାବ ଏବେ କ୍ରିକେଟ୍ ମୈଦାନ ଉପରେ…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri