Posted inଜାତୀୟ

ପୂର୍ବତନ ଆତଙ୍କବାଦୀ, ବିଚ୍ଛିନ୍ନତାବାଦୀ ନେତା ଲଢିବେ ନିର୍ବାଚନ, ଅଫଜଲ ଗୁରୁଙ୍କ ଭାଇ ବି ମଇଦାନରେ

ନୂଆଦିଲ୍ଲୀ,୨୭।୮: ଜମ୍ମୁ-କଶ୍ମୀରରେ ବିଧାନସଭା ନିର୍ବାଚନ ପାଇଁ ତାରିଖ ଘୋଷଣା ସରିଛି। ଏହାକୁ ନେଇ ପ୍ରଚାର ବି ଜୋର ଧରିଲାଣି। ନିର୍ବାଚନ ପାଇଁ ସମସ୍ତ ଦଳ ଜୋରଦାର ପ୍ରସ୍ତୁତି ଚଳାଇଛନ୍ତି। ଏଥର ବହୁ ପୂର୍ବତନ ଆତଙ୍କବାଦୀ, ବିଚ୍ଛିନ୍ନତାବାଦୀ ନେତା ଏବଂ ସେମାନଙ୍କ ସମ୍ପର୍କୀୟମାନେ ନିର୍ବାଚନରେ ମଇଦାନକୁ ଓହ୍ଲାଇଛନ୍ତି। ନିକଟରେ ଏକ ରାଜନୈତିକ ଗୋଷ୍ଠୀ ତେହେରିକ-ଇ-ଆୱାମ ଗଠନ କରିଛନ୍ତି, ଯାହାକି ଏକ ଦଶନ୍ଧି ମଧ୍ୟରେ ଜମ୍ମୁ କଶ୍ମୀରରେ ହେବାକୁ ଥିବା ପ୍ରଥମ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବ। ଏହି ଦଳର ବ୍ୟାନରରେ ସେ ଜଣେ ସ୍ବାଧୀନ ପ୍ରାର୍ଥୀ ଭାବରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ। ସୂଚନାଯୋଗ୍ୟ, ସେପ୍ଟେମ୍ବର ୧୮ରୁ ଅକ୍ଟୋବର ୧ପର୍ଯ୍ୟନ୍ତ ଜମ୍ମୁ କଶ୍ମୀରରେ ତିନିଟି ପର୍ଯ୍ୟାୟରେ ଭୋଟ ଅନୁଷ୍ଠିତ ହେବ।
ଏହି ପଦକ୍ଷେପ କଶ୍ମୀରର ରାଜନୈତିକ ଦୃଶ୍ୟପଟ୍ଟରେ ପରିବର୍ତ୍ତନ ହେବାର ସଂକେତ ଦେଇଛି କାରଣ ବିଚ୍ଛିନ୍ନତାବାଦୀମାନେ ପୂର୍ବରୁ ନିର୍ବାଚନକୁ ବହିଷ୍କାର କରୁଥିଲେ କିନ୍ତୁ ବର୍ତ୍ତମାନ ମୁଖ୍ୟ ସ୍ରୋତରେ ଯୋଗଦେବାକୁ ଚେଷ୍ଟା କରୁଛନ୍ତି। ଏହି ଗୋଷ୍ଠୀରେ ନିଷିଦ୍ଧ ଜମ୍ମୁ କଶ୍ମୀର ଜମାତ-ଇ-ଇସଲାମିର ପୂର୍ବତନ ସଦସ୍ୟ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅନେକ ନିର୍ବାଚନ ଦୌଡ଼ରେ ଯୋଗଦେବାକୁ ଯୋଜନା କରୁଛନ୍ତି। ଦଳର ସଦସ୍ୟ ଆଦିଲ ଅହମ୍ମଦ କହିଛନ୍ତି, ଏହା ଏକ ଭଲ ଆରମ୍ଭ। ସମାଜରେ ନିଜକୁ ପ୍ରମାଣ କରିବାକୁ ଆମକୁ ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଅନୁମତି ଦିଆଯିବା ଉଚିତ୍‌। ଜଣେ ବିଧାୟକ ଅନ୍ୟମାନଙ୍କ ଅପେକ୍ଷା ଉତ୍ତମ ସାମାଜିକ କାର୍ଯ୍ୟ କରିପାରିବେ।
ଟାଇମ୍ସ ଅଫ ଇଣ୍ଡିଆ ରିପୋର୍ଟ ଅନୁଯାୟୀ, ପୂର୍ବତନ ବିଚ୍ଛିନ୍ନତାବାଦୀଙ୍କ ଏହି ନିଷ୍ପତ୍ତି ଇଞ୍ଜିନିୟର୍‌ ରସିଦ ଭାବରେ ଜଣାଶୁଣା ଅବଦୁଲ ରସିଦ ଶେଖଙ୍କ ସଫଳତା ଦ୍ୱାରା ପ୍ରଭାବିତ ହୋଇଥିଲା। ଜେଲରେ ଥିବା ସତ୍ତ୍ୱେ ଅବଦୁଲ ରସିଦ ଶେଖ ଲୋକ ସଭା ନିର୍ବାଚନରେ ନ୍ୟାଶନାଲ କନଫରେନ୍ସ ଉପାଧ୍ୟକ୍ଷ ଓମାର ଅବଦୁଲ୍ଲା ଏବଂ ପିପୁଲ୍ସ କନଫରେନ୍ସ ସଭାପତି ସାଜ୍ଜାଦ ଗନି ଲୋନଙ୍କୁ ପରାସ୍ତ କରିଛନ୍ତି।
ଜମ୍ମୁ କଶ୍ମୀରରେ ବିଧାନସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ମଧ୍ୟରେ ଅଫଜାଲ ଗୁରୁଙ୍କ ଭାଇ ଅଜାଜ ଅହମ୍ମଦ ଗୁରୁ ମଧ୍ୟ ଅଛନ୍ତି। ସୂଚନାଯୋଗ୍ୟ, ୨୦୦୧ ପାର୍ଲାମେଣ୍ଟ ଆକ୍ରମଣରେ ତାଙ୍କ ଭୂମିକା ପାଇଁ ଦୋଷୀ ସାବ୍ୟସ୍ତ ହେବା ପରେ ଅଫଜାଲ ଗୁରୁଙ୍କୁ ୨୦୧୩ରେ ଫାଶୀ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri