Categories: ଜାତୀୟ

ୟୁପିର ପୂର୍ବତନ ମୁଖ୍ୟ ଶାସନ ସଚିବ ଅନୁପ ହେଲେ ନୂଆ ଇସି

ନୂଆଦିଲ୍ଲୀ,୯।୬: ଅବସରପ୍ରାପ୍ତ ଆଇଏଏସ୍‌ ଅଫିସର ଅନୁପ ଚନ୍ଦ୍ର ପାଣ୍ଡେଙ୍କୁ ଭାରତର ଅନ୍ୟତମ ନିର୍ବାଚନ କମିଶନର (ଇସି) ଭାବେ ନିଯୁକ୍ତି ଦିଆଯାଇଛି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଙ୍ଗଳବାର ୧୯୮୪ ବ୍ୟାଚ୍‌ର ଏହି ଉତ୍ତରପ୍ରଦେଶ କ୍ୟାଡର ଅଫିସରଙ୍କୁ ନିଯୁକ୍ତି ଦେଇଥିବା ଆଇନ ମନ୍ତ୍ରଣାଳୟର ବ୍ୟବସ୍ଥାପିକା ବିଭାଗ ପକ୍ଷରୁ କୁହାଯାଇଛି। ୬୨ ବର୍ଷୀୟ ପାଣ୍ଡେ ନିର୍ବାଚନ କମିଶନ ପଦବୀରେ ୨୦୨୪ ଫେବୃୟାରୀ ପର୍ଯ୍ୟନ୍ତ ରହିବେ। ସୁନୀଲ ଆରୋରୋ ଗତ ଏପ୍ରିଲ ୧୨ରେ ମୁଖ୍ୟ ନିର୍ବାଚନ କମିଶନର (ସିଇସି) ପଦରୁ ଅବସର ନେବା ପରେ ୩ ସଦସ୍ୟ ବିଶିଷ୍ଟ ନିର୍ବାଚନ ଆୟୋଗରେ ଗୋଟିଏ ପଦବୀ ଖାଲି ପଡ଼ିଥିଲା। ଏବେ ସୁଶୀଲ ଚନ୍ଦ୍ରା ସିଇସି ରହିଥିବାବେଳେ ରାଜୀବ କୁମାର ନିର୍ବାଚନ କମିଶନର ଅଛନ୍ତି। ୧୯୫୯ ଫେବୃୟାରୀ ୧୫ରେ ଜନ୍ମିତ ପାଣ୍ଡେ ପୂର୍ବରୁ ଉତ୍ତରପ୍ରଦେଶର ମୁଖ୍ୟ ଶାସନ ସଚିବ ସମେତ ବହୁ ଗୁରୁତ୍ୱପୂର୍ଣ୍ଣ ପଦବୀରେ ରହିଥିଲେ।

Share