ନିଜ ସ୍କୁଲରେ ହେବ ପରୀକ୍ଷା

କଟକ ଅଫିସ,୨୧।୧୦: ଚଳିତ ବର୍ଷ ନୂତନ ଢାଞ୍ଚାରେ ପରୀକ୍ଷା ଦେବେ ନବମ ଶ୍ରେଣୀ ଛାତ୍ରୀଛାତ୍ର। ନଭେମ୍ବର ୨୨ରୁ ନବମ ଶ୍ରେଣୀର ସମେଟିଭ୍‌-୧ ପରୀକ୍ଷା ଆରମ୍ଭ ହେବ। ଏ ନେଇ ଗୁରୁବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ନଭେମ୍ବର ୨୨ରୁ ପରୀକ୍ଷା ଆରମ୍ଭ ହୋଇ ୨୪ର ଶେଷ ହେବ। ଏଥିରେ ୪୦ ମାର୍କର ପରୀକ୍ଷା ହେବ। ସେଥିମଧ୍ୟରୁ ୨୦ମାର୍କର ସବ୍‌ଜେକ୍ଟିଭ୍‌ ଓ ୨୦ମାର୍କର ଅବ୍‌ଜେକ୍ଟିଭ୍‌ ପରୀକ୍ଷା କରାଯିବ। ୨ଟି ସିଟିଂରେ ପରୀକ୍ଷା କରାଯିବ। ପ୍ରାଇମ ସିଟିଂ ସକାଳ ୯ଟାରୁ ପୂର୍ବାହ୍ନ ୧୦ଟା ପର୍ଯ୍ୟନ୍ତ ଓ ଦ୍ୱିତୀୟ ସିଟିଂ ପୂର୍ବାହ୍ନ ୧୧ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ ଚାଲିବ। ୨୨ତାରିଖରେ ପ୍ରଥମ ସିଟିଂରେ ଦ୍ୱିତୀୟ ଭାଷା ଓ ଦ୍ୱିତୀୟ ସିଟିଂରେ ସମାଜିକ ବିଜ୍ଞାନ ପରୀକ୍ଷା ହେବାକୁ ଥିବା ବେଳେ ୨୩ ତାରିଖରେ ପ୍ରଥମ ସିଟିଂରେ ପ୍ରଥମ ଭାଷା ଓ ଦ୍ୱିତୀୟ ସିଟିଂରେ ଗଣିତ ପରୀକ୍ଷା କରାଯିବ। ସେହିପରି ୨୪ ତାରିଖରେ ପ୍ରଥମ ସିଟିଂରେ ତୃତୀୟ ଭାଷା ଓ ଦ୍ୱିତୀୟ ସିଟିଂରେ ସାଧାରଣ ବିଜ୍ଞାନ ପରୀକ୍ଷା ହେବ। ପରୀକ୍ଷା ପାଇଁ ପ୍ରଶ୍ନପତ୍ର ବୋର୍ଡ ପକ୍ଷରୁ ପ୍ରଦାନ କରାଯିବ। ନବମ ଶ୍ରେଣୀ ଛାତ୍ରୀଛାତ୍ରମାନେ ନିଜ ସ୍କୁଲରେ ପରୀକ୍ଷା ଦେବେ। କିନ୍ତୁ ଅନ୍ୟ ସ୍କୁଲରେ ଖାତା ମୂଲ୍ୟାୟନ କରାଯିବ। ତେବେ କେଉଁ ସ୍କୁଲରେ ଖାତା ଦେଖା ହେବ, ତାହା ଜିଲା ଶିକ୍ଷାଧିକାରୀ ଚୟନ କରିବେ। ନଭେମ୍ବର ୨୩ରୁ ୩୦ତାରିଖ ମଧ୍ୟରେ ଖାତାଦେଖା ହେବ। ଡିସେମ୍ବର ୨ତାରିଖ ସୁଦ୍ଧା ଖାତା ଦେଖାସରିବ। ପରେ ଡିସେମ୍ବର ୬ରୁ ୧୩ ତାରିଖ ମଧ୍ୟରେ ଅନ୍‌ଲାଇନ୍‌ ଟାବୁଲେସନ ରେଜିଷ୍ଟ୍ରାରରେ ମାର୍କ ଅପ୍‌ଲୋଡ୍‌ କରାଯିବ ବୋଲି ଗୁରୁବାର ବେର୍ଡ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ବୋର୍ଡ ସଭାତି ରାମାସିସ୍‌ ହାଜରା ସୂଚନା ଦେଇଛନ୍ତି। ତେବେ ଦଶମ ଶ୍ରେଣୀ ସମେଟିଭ୍‌ ପରୀକ୍ଷା ପାଇଁ ଖୁବ୍‌ଶୀଘ୍ର ତାରିଖ ଘୋଷଣା ହେବ। ନଭେମ୍ବର ଶେଷ କିମ୍ବା ଡିସେମ୍ବର ଆରମ୍ଭରୁ ଏହି ପରୀକ୍ଷା ହେବ ବୋଲି ବୋର୍ଡ ସଭାପତି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ତାମିଲନାଡୁ ଗ୍ୟାସ ଦୁର୍ଘଟଣା: ମୃତକଙ୍କ ପରିବାରକୁ ଭେଟିଲା ବିଜେଡି ପ୍ରତିନିଧି ଦଳ, ସରକାରଙ୍କୁ କଡ଼ା ସମାଲୋଚନା

କେନ୍ଦୁଝର, ୯।୭(ନରେଶ ଚନ୍ଦ୍ର ପଟ୍ଟନାୟକ): ତାମିଲନାଡୁ ଗ୍ୟାସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା କେନ୍ଦୁଝର ଜିଲ୍ଲାର ୧୫ ଜଣ ଆଦିବାସୀ ଶ୍ରମିକଙ୍କ ପରିବାରକୁ ରାଜ୍ୟ ବିଜୁ ଜନତା ଦଳ…

ମୁଖ୍ୟମନ୍ତ୍ରୀଙ୍କୁ ନିଜ ଜିଲାରେ ବଦନାମ କରୁଛନ୍ତି ତାଙ୍କ ଦଳର ଲୋକ: ବିଜେଡି ବିଧାୟକ

ହାଟଡିହୀ, ୯।୭(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ବିଧାନସଭା କ୍ଷେତ୍ରର ରାଜନୀତି ଏବେ ଏକ ରୋଚକ ମୋଡ଼ରେ ପହଞ୍ଚିଛି। ‘ବୈତରଣୀ ବଞ୍ଚାଅ ଅଭିଯାନ’ ପ୍ରସଙ୍ଗକୁ ନେଇ ଆନନ୍ଦପୁରରୁ…

ଗାଡ଼ିର ମାଇଲେଜ କମିବ କିନ୍ତୁ ଇଞ୍ଜିନ ଖରାପ ହେବନାହିଁ, E୨୦ ପେଟ୍ରୋଲ ନେଇ ମିଥ୍ୟା ପ୍ରଚାର ଉପରେ ବର୍ଷିଲେ ଗଡ଼କରୀ

ନୂଆଦିଲ୍ଲୀ,୯।୭: E୨୦ ପେଟ୍ରୋଲ (୨୦% ଏଥାନଲ ଏବଂ ୮୦% ପେଟ୍ରୋଲ) ବ୍ୟବହାର ଦ୍ୱାରା ଗାଡ଼ିର ଇଞ୍ଜିନ ଖରାପ ହେଉଥିବା ଦାବିକୁ ସମ୍ପୂର୍ଣ୍ଣ ପ୍ରତ୍ୟାଖ୍ୟାନ କରିଛନ୍ତି କେନ୍ଦ୍ର ସଡ଼କ…

୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ବାଜିଲା ବିଗୁଲ୍‌, ଉଚ୍ଚସ୍ତରୀୟ ବୈଠକ ଡାକିଲେ ରାଜ୍ୟ ନିର୍ବାଚନ କମିଶନ

ଭୁବନେଶ୍ବର,୯।୭: ୨୦୨୭ ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି । ଏନେଇ ରାଜ୍ୟ ନିର୍ବାଚନ କମିଶନ ଉଚ୍ଚସ୍ତରୀୟ ବୈଠକ ଡାକିଛନ୍ତି । ଆସନ୍ତା…

ଛତୁ ତୋଳିବାକୁ ଯାଇଥିବା ବେଳେ ନାବାଳିକାଙ୍କୁ ଜଙ୍ଗଲରେ ବଳାତ୍କାର, ବିବାହ ପାଇଁ ଜିଦି କରିବାରୁ ଖାଇଦେଲେ ବିଷ ଫଳ

ଟିକିରି,୯।୭(ପ୍ରଫୁଲ୍ଲ କୁମାର ବେହେରା): ରାୟଗଡ଼ା ଜିଲାରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଙ୍ଗଲକୁ ଛତୁ ତୋଳିବାକୁ ଯାଇଥିବା ସମୟରେ ନାବାଳିକାଙ୍କୁ ଜୋର ଜବରଦସ୍ତି ଉଠାଇ ନେଇ…

ଶ୍ୱଶୁର ଘରେ ପେଟ୍ରୋଲ ଢାଳି ମହିଳାଙ୍କ ଆତ୍ମାହୁତି ଉଦ୍ୟମ, କାରଣ ଜାଣିଲେ ହେବେ…

ଵ୍ରହ୍ମପୁର,୯।୭(ସୁବାସ ଚନ୍ଦ୍ର ପାଢ଼ୀ): ଶାଶୁ ଘରେ ଆତ୍ମାହୁତି ଉଦ୍ୟମ କଲେ ମହିଳା । ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା…

ମିଳୁନି ୧୫ ମତ୍ସଜୀବୀଙ୍କ ପତ୍ତା, ବାଲେଶ୍ବରରୁ ରହିଛନ୍ତି ୩ ଭାଇ

ଭୋଗରାଇ,୯।୭(ପ୍ରଦୀପ ଦାସ): ଲଘୁଚାପ କାରଣରୁ ସମୁଦ୍ର ଅଶାନ୍ତ ରହିଛି । ଏଭକି ସ୍ଥିତିରେ ଓଡିଶା ସୀମାନ୍ତ ପଶ୍ଚିମବଙ୍ଗ ଶଙ୍କରପୁର ମତ୍ସ୍ୟ ଅବତରଣ କେନ୍ଦ୍ରରୁ ମା କାଳୀ ନାମକ…

କଟକରେ ଦୁର୍ଘଟଣା; ବାଇକ୍‌ ଆରୋହୀଙ୍କ ଉପରେ ଚଢ଼ିଗଲା ଆମ ବସ୍‌, ତାପରେ…

କଟକ,୯।୭(ପ୍ରଭୁକଲ୍ୟାଣ ପାଲ୍): ପୁଣି ଦୁର୍ଘଟଣା କଲା ଆମ ବସ୍ । କଟକ ବାଦାମବାଡ଼ି ମଲାଚଣ୍ଡିଆ ଛକ ନିକଟରେ ଏକ ବାଇକ ଉପରେ ଚଢ଼ିଲା ଆମ ବସ୍ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri