ଏମ୍‌ଏଲ୍‌ୟୁରେ ପରୀକ୍ଷା ସ୍ଥଗିତ

କଟକ ଅଫିସ,୨୫ା୩: କଟକସ୍ଥିତ ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ (ଏମ୍‌ଏଲ୍‌ୟୁ)ରେ ୫ ବର୍ଷିଆ ବିଏ ଏଲ୍‌ଏଲ୍‌ବି ଏବଂ ୩ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର ପରୀକ୍ଷା ସ୍ଥଗିତ ରଖାଯାଇଛି। ଏଥିସହ ଉକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ୨୪ଟି ଆଇନ ମହାବିଦ୍ୟାଳୟରେ ମଧ୍ୟ ଉକ୍ତ ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏନେଇ ଗୁରୁବାର ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଗତ ୨୧ ତାରିଖରୁ ୫ ବର୍ଷିଆ ବିଏ ଏଲ୍‌ଏଲ୍‌ବିର ପ୍ରଥମ ସେମିଷ୍ଟର ଆରମ୍ଭ ହୋଇଥିବାବେଳେ ୨୫ ତାରିଖରୁ ୩ ବର୍ଷିଆ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ପ୍ରଥମ ସେମିଷ୍ଟର ଆରମ୍ଭ ହେବାର ଥିଲା। ହେଲେ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ଭଦ୍ରକ ଆଇନ ମହାବିଦ୍ୟାଳୟ ଏଲ୍‌ଏଲ୍‌ବି ପାଠ୍ୟକ୍ରମର ଛାତ୍ରୀଛାତ୍ରମାନେ ଷ୍ଟେଟ୍‌ କଞ୍ଜୁମର ଡିସ୍‌ପ୍ୟୁଟ୍ସ ରିଡ୍ରେସାଲ କମିଶନ(ଏସ୍‌ସିଡିଆରସି)ଙ୍କ ନିକଟରେ ଅଭିଯୋଗ କରିଥିଲେ। ସେମିଷ୍ଟର ପରୀକ୍ଷା ନିଜ କଲେଜରେ ନ କରାଯାଇ ଅନ୍ୟ କଲେଜରେ ହେଉଥିବାରୁ ଏହାକୁ ବିରୋଧ କରି ସେମାନେ ଉକ୍ତ ଅଭିଯୋଗପତ୍ର ଦାଖଲ କରିଥିଲେ। ଏହି ଅଭିଯୋଗ ବିଚାରାଧୀନ ଥିବାରୁ ଉକ୍ତ ପରୀକ୍ଷା ସ୍ଥଗିତ ନିମନ୍ତେ ଏସ୍‌ସିଡିଆର୍‌ସି ନିର୍ଦ୍ଦେଶ ଦେଇଛନ୍ତି। ସମସ୍ୟାର ସମାଧାନ ହେଲା ପରେ ପୁଣି ଥରେ ପରୀକ୍ଷା ପାଇଁ ନୂତନ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ବିଶ୍ୱବିଦ୍ୟାଳୟ ପକ୍ଷରୁ ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଫିଫା ବିଶ୍ୱକପ୍‌ରେ ୨୫ ବର୍ଷୀୟ ଭାରତୀୟ ବଂଶୋଦ୍ଭବ ଖେଳାଳିଙ୍କ ପଦାର୍ପଣ

ମଣ୍ଟେରି,୧୫ା୬: ଭାରତୀୟ ବଂଶୋଦ୍ଭବ ଖେଳାଳି ନିଶାନ ଭେଲୁପିଲେ ଅଷ୍ଟ୍ରେଲିଆ ପାଇଁ ଫିଫା ବିଶ୍ୱକପ୍‌ରେ ପଦାର୍ପଣ କରିଛନ୍ତି। ତାଙ୍କ ପ୍ରତିନିଧିତ୍ୱରେ ଅଷ୍ଟ୍ରେଲିଆ ଗ୍ରୁପ୍‌-ଡି’ ମ୍ୟାଚ୍‌ରେ ଶକ୍ତିଶାଳୀ ତୁର୍କୀକୁ ୨-୦…

ଅନ୍ତିମ ମିନିଟ୍‌ରେ ମ୍ୟାଚ ଜିତିଲା ଆଇଭରି କୋଷ୍ଟ

ଫିଲାଡେଲଫିଆ,୧୫ା୬: ୧୨ ବର୍ଷରେ ପ୍ରଥମ ଥର ପାଇଁ ବିଶ୍ୱକପ୍‌ରେ ଖେଳୁଥିବା ଆଇଭରି କୋଷ୍ଟ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ୬୮,୨୭୪ ଦର୍ଶକଙ୍କ ଉପସ୍ଥିତିରେ ଲିଙ୍କନ ଫାଇନାନ୍‌ସିଆଲ…

ଦେବଦେବୀଙ୍କୁ ନିଉତା ଦେଲେ ନୃସିଂହ ଠାକୁର

ସମ୍ବଲପୁର,୧୫ା୬(ବି.ଶଙ୍କର): ନନ୍ଦପଡା ଶ୍ରୀଶ୍ରୀ ବମ ବରାଡ ବାଲୁଙ୍କେଶ୍ୱର ବାବାଙ୍କ ବିବାହର ନିଆରା ପରମ୍ପରା ନୃସିଂହ ନିଉତା (ନିମନ୍ତ୍ରଣ) ସୋମବାର ରାତିରେ ସମ୍ପନ୍ନ ହୋଇଛି। ଜ୍ୟେଷ୍ଠ ମଳମାସର ଅମାବାସ୍ୟା…

ଟ୍ରମ୍ପଙ୍କ କଥା ଶୁଣିଲେନି ନେତାନ୍ୟାହୁ! ଆମେରିକା-ଇରାନ ଚୁକ୍ତିକୁ ଫୁ’ କରି ଲେବାନନ୍ ଉପରେ ଇସ୍ରାଏଲର ଭୟଙ୍କର ଆକ୍ରମଣ

ଓ୍ବାଶିଂଟନ,୧୫।୬: ଇରାନ-ଆମେରିକା ଚୁକ୍ତିନାମା ସମ୍ପର୍କରେ ଉତ୍ସବ ପାଳନ କରୁଥିବା ବେଳେ ଇସ୍ରାଏଲ ଦକ୍ଷିଣ ଲେବାନନରେ ଡ୍ରୋନ ଆକ୍ରମଣ କରିଛି । ରିପୋର୍ଟ ଅନୁଯାୟୀ, ଇସ୍ରାଏଲୀ ସେନା ଦକ୍ଷିଣ ଲେବାନନରେ…

ଦିଗପହଣ୍ଡି ବ୍ଲକରେ ବେନିୟମ ବିବାହ ପଞ୍ଜିକରଣ ଅଭିଯୋଗ, ମାତିଛନ୍ତି ଦଲାଲ

ଦିଗପହଣ୍ଡି,୧୫|୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟରେ ବେନିୟମ ଭାବେ ବିବାହ ପଞ୍ଜିକରଣ କରାଯାଉଥିବା ବେଳେ ପଞ୍ଜିକରଣ ପାଇଁ ଦଲାଲଗିରି ବହୁ ମାତ୍ରାରେ…

ରାସ୍ତା ପାର୍‌ ହେଉଥିବା ବେଳେ ଦ୍ରୁତଗତିରେ ମାଡ଼ି ଆସି ଭାଲୁକୁ ଧକ୍କା ଦେଲା ଗାଡ଼ି, ଆଉ ତା’ପରେ…

କୋକସରା,୧୫।୬(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ୱେ ସାନ ପୋଡାଗୁଡ଼ା-ରାଜୀବ କଲୋନୀ ମଝିରେ ଅଜଣା ଗାଡ଼ି ଧକ୍କାରେ ଏକ ଭାଲୁର ମୃତ୍ୟୁ…

ସୈନିକ ସ୍କୁଲ ରାସ୍ତାରେ ଭୟଙ୍କର ସିରିଜ ଦୁର୍ଘଟଣା, ୪ଜଣଙ୍କ ଉପରେ ମାଡ଼ିଗଲା କାର

ଭୁବନେଶ୍ୱର,୧୫।୬: ରାଜଧାନୀ ଭୁବନେଶ୍ୱରସ୍ଥିତ ସୈନିକ ସ୍କୁଲ ରାସ୍ତାରେ ଏକ ଭୟଙ୍କର ସିରିଜ୍‌ ଦୁର୍ଘଟଣା ଘଟିଛି। ସୋମବାର ରାତିରେ ଏକ କାର ଦ୍ରୁତଗତିରେ ମାଡ଼ି ଆସି ଚା’ ପିଉଥିବା…

କାନୀଗୁମା ନିକଟରେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ଭବାନୀପାଟଣାର ଯୁବକଙ୍କ ମୃତ୍ୟୁ

ଥୁଆମୂଳ ରାମପୁର,୧୫।୬(ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା କାନୀଗୁମା କଫି ନର୍ସରୀ ନିକଟସ୍ଥ ବାଙ୍କ ବୁଲାଣି ରାସ୍ତାରେ ଦୁଇଟି ମୋଟରସାଇକେଲ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri