ଆମେରିକା ସଂସଦରେ ଦିଆଗଲା ଭାରତର ଉଦାହରଣ

ଓ୍ବାଶିଂଟନ୍‌,୧୪।୩: ଆମେରିକାରେ ଚାଇନାର ଆପ ଟିକଟକ ଉପରେ ପ୍ରତିବନ୍ଧକ ଲଗାଇବା ସପକ୍ଷରେ ମତ ଦେଇଛନ୍ତି ଆମେରିକାର ସାଂସଦ। ଅଧିକାଂଶ ସାଂସଦ ଟିକଟକ ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ଭାରତର ଉଦାହରଣ ଦେଇଛନ୍ତି ଏବଂ କହିଛନ୍ତି ଯେ ଜାତୀୟ ସୁରକ୍ଷାକୁ ଦୃଷ୍ଟିରେ ରଖି ଟିକଟକ ଉପରେ ଭାରତ ନିଷେଧ କରିବାକୁ ନିଷ୍ପତ୍ତି ନେଇଛି। ଆମେରିକାର କଂଗ୍ରେସର ନିମ୍ନ ସଦନ ହାଉସ୍‌ ଅଫ୍‌ ରିପ୍ରେଜେଣ୍ଟିଭ୍ସରେ ‘procting amerikans from foreign advisory control application act’ ନାମକ ଏକ ବିଲ ଉପରେ ମତଦାନ ହୋଇଥିଲା। ଏହି ବିଲ ଆମେରିକାରେ ଟିକଟକ ଇତ୍ୟାଦି ବିଦେଶୀ ଆପ ଉପରେ ପ୍ରତିବନ୍ଧକ ଲଗାଇଥାଏ।
୨୦୨୦ରେ ଭାରତ ସରକାର ଟିକଟକ ଉପରେ ମଧ୍ୟ ପ୍ରତିବନ୍ଧକ ଲଗାଇଥିଲେ। ବର୍ତ୍ତମାନ ଆମେରିକାର ସାଂସଦମାନେ ମଧ୍ୟ ଭାରତର ଉଦାହରଣ ଦର୍ଶାଇ ଏହି ବିଲ ସପକ୍ଷରେ ମତ ଦେଇଛନ୍ତି। ଆମେରିକୀୟ ସାଂସଦମାନେ କହିଛନ୍ତି ଯେ, ଟିକଟକରେ ସ୍ବଚ୍ଛତାର ଅଭାବ ରହିଛି ଏବଂ ଏହାର କାର୍ଯ୍ୟନିର୍ବାହୀମାନେ ବ୍ୟବହାରକାରୀଙ୍କ ଗୋପନୀୟତା ରକ୍ଷା କରିବାକୁ ମଧ୍ୟ ଇଚ୍ଛୁକ ନୁହଁନ୍ତି। ୟୁରୋପୀୟ ୟୁନିଅନ ଏବଂ କାନାଡାରେ ମଧ୍ୟ ଏହି ଆପର ବ୍ୟବହାର ଉପରେ ପ୍ରତିବନ୍ଧକ ଲଗାଯାଇଛି। ଆମେରିକାର କଂଗ୍ରେସ ସଦସ୍ୟ ଗ୍ରେଗ ମର୍ଫି କହିଛନ୍ତି, ଟିକଟକ ଚାଇନା ଦ୍ୱାରା ଆମେରିକାର ନାଗରିକଙ୍କ ଚିନ୍ତାଧାରା ଉପରେ ନଜର ରଖିବା ଏବଂ ବ୍ୟବହାର କରିବା ଉଦ୍ଦେଶ୍ୟରେ ବ୍ୟବହାର କରାଯାଉଛି।
ଆମେରିକା କଂଗ୍ରେସର ନିମ୍ନ ଗୃହରେ ୩୫୨ ଭୋଟ ଏହି ବିଲ ସପକ୍ଷରେ ଥିବାବେଳେ ଏହି ବିଲ ବିରୋଧରେ ୬୫ ଭୋଟ ଦିଆଯାଇଥିଲା। ବର୍ତ୍ତମାନ ଏହି ବିଲ ଆମେରିକାର ଉପର ଗୃହ ସିନେଟକୁ ଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?