ଖନନ, ନିର୍ମାଣ ତୁରନ୍ତ ବନ୍ଦ ହେଉ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗି ରହିଛି। ଏଥିସହ ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରାଯାଉଛି। ଚାରିଆଡୁ ବିରୋଧ ସତ୍ତ୍ୱେ କାର୍ଯ୍ୟ ବନ୍ଦ ହେଉ ନ ଥିବାରୁ କ୍ଷୋଭ ପ୍ରକାଶ କରିଛି ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ। ଅଭିଯାନ ପକ୍ଷରୁ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅଭିଯାନର ସଂଯୋଜକ ବିନୟ କୁମାର ଭୂୟାଁ, ସହସଂଯୋଜକ ତନ୍ମୟ କୁମାର ଦାଶ ଏବଂ ସଦସ୍ୟ ସୁମନ୍ତ କୁମାର ପଣ୍ଡା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେମାନେ କହିଛନ୍ତି, ରାଜ୍ୟ ସରକାର ଆଧୁନିକ କଳାପାହାଡ଼ ସାଜିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ବିଦେଶୀ ଗଛ ଲଗାଇ ଏହାକୁ ପର୍ଯ୍ୟଟନସ୍ଥଳୀର ଭ୍ରମ ସୃଷ୍ଟି କରୁଛନ୍ତି। ସୌନ୍ଦର୍ଯ୍ୟକରଣ ନାଁରେ ମଠ, ମନ୍ଦିରକୁ ଭାଙ୍ଗି ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଧ୍ୱଂସ କରୁଛନ୍ତି। ଏହି କାର୍ଯ୍ୟ ରାଜ୍ୟ ସରକାରଙ୍କୁ ପରିଚାଳିତ କରୁଥିବା ଓଡ଼ିଆ ସଂସ୍କୃତି ଉପରେ ଜ୍ଞାନ ନ ଥିବା ମୁଷ୍ଟିମେୟ ଅଣଓଡ଼ିଆ ଅଧିକାରୀଙ୍କ ଜିଦ୍‌ରୁ ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ଓଡ଼ିଆ ମଧ୍ୟ ଏଥିରେ ସାମିଲ ଅଛନ୍ତି। ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ମାଧ୍ୟମରେ ରାଜ୍ୟ ସରକାର ଯେଉଁ ଖନନ ଓ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି ତାହା ସମ୍ପୂର୍ଣ୍ଣ ଅବୈଧ, ଅନୈତିକ ଓ ଅପରିଣାମଦର୍ଶୀ। ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରର ମଠମନ୍ଦିର ପ୍ରାଚୀନ ଐତିହ୍ୟ ସମ୍ପନ୍ନ କୀର୍ତ୍ତି ହୋଇଥିବାରୁ ଏହାର ରକ୍ଷଣାବେକ୍ଷଣ ତଥା ସୁରକ୍ଷା ଓ ସଂରକ୍ଷଣ ଦାୟିତ୍ୱ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିଭାଗ (ଏଏସ୍‌ଆଇ)ର। କିନ୍ତୁ ରାଜ୍ୟ ସରକାର ସମସ୍ତ ଆଇନକୁ ଉଲ୍ଲଂଘନ କରି ବିନାନୁମତିରେ ଶ୍ରୀମନ୍ଦିରର ଅତି ନିକଟରେ ଗଭୀର ଗର୍ତ୍ତ ଖନନ ସହ ବୃହତ ନିର୍ମାଣ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି ବେଆଇନ ନିର୍ମାଣକୁ ତୁରନ୍ତ ବନ୍ଦ କରିବା ପାଇଁ ଖୁବଶୀଘ୍ର ଉଚ୍ଚତମ ନ୍ୟାୟାଳୟରେ ଆବେଦନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ସାଧାରଣ ଜନତାଙ୍କ ଦ୍ୱାରା ଅଧିକ ଚିଠି ଲେଖାଯିବ। ବ୍ଲକସ୍ତରରୁ ରାଜ୍ୟସ୍ତରୀୟ ପର୍ଯ୍ୟନ୍ତ ଗଣଧାରଣା, ବୁଦ୍ଧିଜୀବୀ ସଂଗୋଷ୍ଠୀ, ସନ୍ଥ ସମ୍ମିଳନୀ, ମାତୃଶକ୍ତି ଜାଗରଣ ମାଧ୍ୟମରେ ସ୍ବର ଉଠିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମା’ ହିଙ୍ଗୁଳାଙ୍କ ବାର୍ଷିକ ଯାତ୍ରା ଆରମ୍ଭ: ପୂଜାର୍ଚ୍ଚନା କଲେ କେନ୍ଦ୍ରମନ୍ତ୍ରୀ

ତାଳଚେର,୩୧।୩(ମନୋଜ ନନ୍ଦ): ମଙ୍ଗଳବାର ଆରମ୍ଭ ହୋଇଛି ତାଳଚେରର ଅଧିଷ୍ଠାତ୍ରୀ ଦେବୀ ମା’ ହିଙ୍ଗୁଳାଙ୍କ ନବଦିନାତ୍ମକ ବାର୍ଷିକ ଯାତ୍ରା ଏବଂ ଲୋକ ମହୋତ୍ସବ। ଏନେଇ ଅଞ୍ଚଳ ଚଳଚଞ୍ଚଳ ହୋଇପଡିଛି।…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

ଜଙ୍ଗଲରେ ଦନ୍ତା ହାତୀ: ଭୟରେ ଅଞ୍ଚଳବାସୀ, ସତର୍କ ରହିବାକୁ ପରାମର୍ଶ ଦେଲା ବନବିଭାଗ

ଜି.ଉଦୟଗିରି,୩୧।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ସ୍ଥାନୀୟ ବିଜ୍ଞାପିତ ଅଞ୍ଚଳ ପରିଷଦ ନିକଟ ରଟିଙ୍ଗିଆ ସଂରକ୍ଷିତ ଜଙ୍ଗଲରେ ସୋମବାର ରାତିରେ ଦନ୍ତା ହାତୀ ଥିବା ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri