ଖନନ, ନିର୍ମାଣ ତୁରନ୍ତ ବନ୍ଦ ହେଉ

ଭୁବନେଶ୍ୱର,୧୩।୫(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ବିବାଦ ଲାଗି ରହିଛି। ଏଥିସହ ଖନନ ଓ ନିର୍ମାଣ କାର୍ଯ୍ୟକୁ ବିରୋଧ କରାଯାଉଛି। ଚାରିଆଡୁ ବିରୋଧ ସତ୍ତ୍ୱେ କାର୍ଯ୍ୟ ବନ୍ଦ ହେଉ ନ ଥିବାରୁ କ୍ଷୋଭ ପ୍ରକାଶ କରିଛି ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ। ଅଭିଯାନ ପକ୍ଷରୁ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଅଭିଯାନର ସଂଯୋଜକ ବିନୟ କୁମାର ଭୂୟାଁ, ସହସଂଯୋଜକ ତନ୍ମୟ କୁମାର ଦାଶ ଏବଂ ସଦସ୍ୟ ସୁମନ୍ତ କୁମାର ପଣ୍ଡା ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି। ସେମାନେ କହିଛନ୍ତି, ରାଜ୍ୟ ସରକାର ଆଧୁନିକ କଳାପାହାଡ଼ ସାଜିଛନ୍ତି। ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ବିଦେଶୀ ଗଛ ଲଗାଇ ଏହାକୁ ପର୍ଯ୍ୟଟନସ୍ଥଳୀର ଭ୍ରମ ସୃଷ୍ଟି କରୁଛନ୍ତି। ସୌନ୍ଦର୍ଯ୍ୟକରଣ ନାଁରେ ମଠ, ମନ୍ଦିରକୁ ଭାଙ୍ଗି ଜଗନ୍ନାଥ ସଂସ୍କୃତି ଓ ପରମ୍ପରାକୁ ଧ୍ୱଂସ କରୁଛନ୍ତି। ଏହି କାର୍ଯ୍ୟ ରାଜ୍ୟ ସରକାରଙ୍କୁ ପରିଚାଳିତ କରୁଥିବା ଓଡ଼ିଆ ସଂସ୍କୃତି ଉପରେ ଜ୍ଞାନ ନ ଥିବା ମୁଷ୍ଟିମେୟ ଅଣଓଡ଼ିଆ ଅଧିକାରୀଙ୍କ ଜିଦ୍‌ରୁ ହେଉଛି। କେତେଜଣ ନ୍ୟସ୍ତସ୍ବାର୍ଥ ଓଡ଼ିଆ ମଧ୍ୟ ଏଥିରେ ସାମିଲ ଅଛନ୍ତି। ‘ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ’ ମାଧ୍ୟମରେ ରାଜ୍ୟ ସରକାର ଯେଉଁ ଖନନ ଓ ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି ତାହା ସମ୍ପୂର୍ଣ୍ଣ ଅବୈଧ, ଅନୈତିକ ଓ ଅପରିଣାମଦର୍ଶୀ। ଶ୍ରୀମନ୍ଦିର ସହ ଶ୍ରୀକ୍ଷେତ୍ରର ମଠମନ୍ଦିର ପ୍ରାଚୀନ ଐତିହ୍ୟ ସମ୍ପନ୍ନ କୀର୍ତ୍ତି ହୋଇଥିବାରୁ ଏହାର ରକ୍ଷଣାବେକ୍ଷଣ ତଥା ସୁରକ୍ଷା ଓ ସଂରକ୍ଷଣ ଦାୟିତ୍ୱ ଭାରତୀୟ ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ବିଭାଗ (ଏଏସ୍‌ଆଇ)ର। କିନ୍ତୁ ରାଜ୍ୟ ସରକାର ସମସ୍ତ ଆଇନକୁ ଉଲ୍ଲଂଘନ କରି ବିନାନୁମତିରେ ଶ୍ରୀମନ୍ଦିରର ଅତି ନିକଟରେ ଗଭୀର ଗର୍ତ୍ତ ଖନନ ସହ ବୃହତ ନିର୍ମାଣ କରିବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ। ଏହି ବେଆଇନ ନିର୍ମାଣକୁ ତୁରନ୍ତ ବନ୍ଦ କରିବା ପାଇଁ ଖୁବଶୀଘ୍ର ଉଚ୍ଚତମ ନ୍ୟାୟାଳୟରେ ଆବେଦନ କରାଯିବ। ଏଥିସହ ମୁଖ୍ୟମନ୍ତ୍ରୀ ଓ ପ୍ରଧାନମନ୍ତ୍ରୀଙ୍କୁ ସାଧାରଣ ଜନତାଙ୍କ ଦ୍ୱାରା ଅଧିକ ଚିଠି ଲେଖାଯିବ। ବ୍ଲକସ୍ତରରୁ ରାଜ୍ୟସ୍ତରୀୟ ପର୍ଯ୍ୟନ୍ତ ଗଣଧାରଣା, ବୁଦ୍ଧିଜୀବୀ ସଂଗୋଷ୍ଠୀ, ସନ୍ଥ ସମ୍ମିଳନୀ, ମାତୃଶକ୍ତି ଜାଗରଣ ମାଧ୍ୟମରେ ସ୍ବର ଉଠିବ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣିତ ଦକ୍ଷତା ବୃଦ୍ଧି ପାଇଁ ରୂପରେଖ ପ୍ରସ୍ତୁତ

ଭୁବନେଶ୍ୱର, ୨୫।୪(ଅସମାପିକା ସାହୁ)ଗଣିତ ଶିକ୍ଷାରେ କିପରି ସରକାରୀ ଏବଂ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟର ଛାତ୍ରୀଛାତ୍ର ଦକ୍ଷ ହେବା ସହ ଉନ୍ନତ ପ୍ରଦର୍ଶନ କରିବେ ସେଥିପାଇଁ ବିଦ୍ୟାଳୟ...

ଅମରେନ୍ଦ୍ରଙ୍କୁ ଖୋଲା ଚ୍ୟାଲେଞ୍ଜ କଲେ ଚିରଞ୍ଜୀବ

ଜଗତ୍‌ସିଂହପୁର, ୨୫ା୪(ପ୍ରମୋଦ କୁମାର ନାୟକ)ବରିଷ୍ଠ କଂଗ୍ରେସ ନେତା ଚିରଞ୍ଜୀବ ବିଶ୍ୱାଳ ଦଳ ଛାଡ଼ି ବିଜେଡିରେ ମିଶିଥିଲେ ସୁଦ୍ଧା ୨୦୨୪ ସାଧାରଣ ନିର୍ବାଚନରେ ପ୍ରାର୍ଥୀ ହୋଇନାହାନ୍ତି। କିନ୍ତୁ...

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରେ ଟଳିପଡିଲେ ୨ ମାଓବାଦୀ

ଘଣ୍ଟାପଡ଼ା, ୨୫।୪: (ପ୍ରଭାତ କୁମାର ସାହୁ): କଣ୍ଟାମାଳ ଥାନା ଅନ୍ତର୍ଗତ ବରଗାଁ ପଞ୍ଚାୟତର ପାଢ଼େଲ ଡ୍ୟାମ ନିକଟ ଜଙ୍ଗଲରେ ଗୁରୁବାର ଏସଓଜିଓ ଡିଭିଏଫ ମିଳିତ କମ୍ବିଂ...

ସକାଳ ସାଢେ ୮ଟାରୁ ପାରଦ ଛୁଇଁଲା ୩୬, ୫ ଦିନ ଅସହ୍ୟ ହେବ ତାତି

ଭୁବନେଶ୍ୱର,୨୫।୪: ସକାଳୁ ଅସହ୍ୟ ତାତି। ସାଢ଼େ ୮ଟା ସୁଦ୍ଧା ୩୬ ଛୁଇଁଲା ପାରଦ। ବାଲେଶ୍ୱରର ତାମପାତ୍ରା ଗୁରୁବାର ସକାଳୁ ୩୬ ଡିଗ୍ରୀ ଛୁଇଁଛି । ଖାଲି...

ନିର୍ବାଚନ ହାରୁଥିବା ଜାଣି ମିଛ ଅଭିଯୋଗ ଆଣିଛି ଭାଜପା: ବିଜେଡି

ଭୁବନେଶ୍ୱର,୨୫ା୪(ଅନିଲ ଦାସ)ଓଡ଼ିଶା ଭାରତୀୟ ଜନତା ପାର୍ଟିର ନେତାମାନେ ଯେତେବେଳେ ନିର୍ବାଚନ ହାରୁଥିବା ଅନୁଭବ କରନ୍ତି, ସେତେବେଳେ ସେମାନେ ବିନା କୌଣସି ତଥ୍ୟ ଆଧାରରେ ମିଥ୍ୟା, ଭିତ୍ତିହୀନ...

‘କେନ୍ଦ୍ର ପାଇଁ ଓଡ଼ିଶା କେବଳ ଏକ ବିନ୍ଦୁ’

ଛେଣ୍ଡିପଦା, ୨୫।୪ (ଅଜିତ ଧଳ)/ ଅନୁଗୋଳ, (ଅମିତ କୁମାର ସାମଲ)ସମ୍ବଲପୁର ବିଜେଡି ଏମ୍‌ପି ପ୍ରାର୍ଥୀ ତଥା ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ...

ବାରବାଟୀ-କଟକ ନଚେତ ସାଲେପୁରରୁ ପ୍ରାର୍ଥୀ ହୋଇପାରନ୍ତି ଅରିନ୍ଦମ

କଟକ, ୨୫ା୪(ଶିଳ୍ପା ପ୍ରିୟଦର୍ଶିନୀ)ଆସନ୍ତା ନିର୍ବାଚନ ପାଇଁ ଭାଜପା ପକ୍ଷରୁ ଷ୍ଟାର୍‌ ପ୍ରଚାରକ ତାଲିକା ପ୍ରକାଶ ପାଇବା ପରେ ଏବେ ରୋଚକ ମୋଡ ନେବାରେ ଲାଗିଛି କଟକ...

ରୋଚକ ସ୍ଥିତିରେ ତ୍ରିମୁଖୀ ଲଢ଼େଇ

ନୟାଗଡ଼,୨୫।୪(ଲୋକନାଥ ମିଶ୍ର)ନୟାଗଡ଼ ବିଧାନସଭା କ୍ଷେତ୍ରରେ ବିଧାୟକ ଅରୁଣ କୁମାର ସାହୁଙ୍କ ଅପରାଜେୟ ରେକର୍ଡ ଭାଙ୍ଗିବାକୁ ଭାଜପା ଓ କଂଗ୍ରେସ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ଅରୁଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri