ଗୋଚର ଜମିରେ ପୋଖରୀ ଖନନ

ରୂପସା, ୬।୨(ଡି.ଏନ.ଏ.):ବାଲେଶ୍ୱର ସଦର ଥାନା ହଳଦୀପଦା ଫାଣ୍ଡି ଅଧୀନ ଚଷାଖଣ୍ଡ ପଞ୍ଚାୟତ ପଦାବଡ଼ଗଁା ଗ୍ରାମରେ ବେଆଇନ ପୋଖରୀ ଖନନ ଯୋଗୁ ଉତ୍ତେଜନା ଦେଖାଦେଇଛି। ପଞ୍ଚାୟତ ହାଇସ୍କୁଲ ନିକଟରେ ଥିବା ଗୋଚର ଜମି ଓ ସର୍ବସାଧାରଣ ରାସ୍ତାରେ ହେଉଥିବା ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ଏହି ପୋଖରୀ ଖୋଳା କାର୍ଯ୍ୟ ନଁାରେ ଲକ୍ଷାଧିକ ଟଙ୍କା ଲୁଟ୍‌ ହେଉଥିବା ଗ୍ରାମବାସୀ ଅଭିଯୋଗ କରିଛନ୍ତି। ଏହି ସରକାରୀ ଜମିରେ ପୋଖରୀ ଖୋଳା ବନ୍ଦ ହେଉ ବୋଲି ଗ୍ରାମବାସୀ ଜିଲାପାଳ ଓ ରେମୁଣା ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଥିଲେ ହେଁ ବିଭାଗ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଉନାହିଁ। ପଞ୍ଚାୟତ କର୍ତ୍ତୃପକ୍ଷ, ବିଭାଗୀୟ ଜେଇ ଓ ପ୍ରଧାନ ଶିକ୍ଷକଙ୍କ ସଲାସୁତୁରାରେ ବେଆଇନ ପୋଖରୀ ଖନନ ସହ ସରକାରୀ ଅର୍ଥ ହଡ଼ପ ହେଉଥିବା ଗ୍ରାମବାସୀ ବୃହସ୍ପତି ଦାସ, ଖଗେଶ୍ୱର ପରିଡ଼ା, ଦିବାକର ଚୌଧୁରୀ, ଜଗନ୍ନାଥ ବେହେରା, ବିଷ୍ଣୁପ୍ରିୟା ମହାନ୍ତି, କବିତା ରାଉତ, ହରେନ୍ଦ୍ର ନାରାୟଣ ଦାସ, କରୁଣାକର ଜେନା ପ୍ରମୁଖ ଜିଲାପାଳ ଓ ତହସିଲଦାରଙ୍କୁ ଲିଖିତ ଅଭିଯୋଗ କରିଥିଲେ। କିନ୍ତୁ ବିଭାଗ ପକ୍ଷରୁ ମନମୁଖୀ ତଥା ଜବରଦସ୍ତ କାର୍ଯ୍ୟ ଚାଲୁ ଥିବାରୁ ଉତ୍ତେଜନା ଲାଗି ରହିଛି। ଏ ଦିଗରେ ତୁରନ୍ତ ପ୍ରଶାସନିକ ପଦକ୍ଷେପ ଗ୍ରହଣ କରା ନ ଗଲେ ଆନ୍ଦୋଳନ ହେବ ବୋଲି ଚେତାବନୀ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସାଇବର ଠକେଇର ଶିକାରଙ୍କୁ ୪୫ ଲକ୍ଷ ଟଙ୍କା ଫେରାଇଲା ସମ୍ବଲପୁର ପୋଲିସ

ସମ୍ବଲପୁର, ୨୩।୮ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ବଢ଼ୁଥିବା ସାଇବର ଅପରାଧ ଓ ଆର୍ଥିକ ଠକେଇ ବିରୋଧରେ ସମ୍ବଲପୁର ପୋଲିସକୁ ବଡ଼ ସଫଳତା ମିଳିଛି। ସାଇବର ଥାନା…

କାନ୍ଥରୁ ଲିଭିନି ‘ଶୁଭ ବିବାହ: ଭାଇ ହାତରେ ରାଖୀ ବାନ୍ଧିବାକୁ ଚାହିଁ ରହିଥିଲା ଭଉଣୀ , ହେଲେ ବିଧିର ବିଧାନ କିଛି ଅଲଗା ଫେରୁଛି ଶବ

ଖଲ୍ଲିକୋଟ, ୨୩/୮ (ପ୍ରଶାନ୍ତ କୁମାର ମିଶ୍ର/ବିଦ୍ୟାଧର ସାହୁ): ଗଞ୍ଜାମରେ ସରୁନି ଦାଦନ ଦୁଃଖ। ଭଉଣୀ ହାତରେ ରହିଗଲା ରାଖୀ, ଦୁବାଇରୁ ଆସିଲା ଭାଇଙ୍କ ମୃତଦେହ। ସରକାର ବଦଳୁଛି,…

ସଠିକ୍‌ ପରଚୟ ଯାଞ୍ଚ ନ କରି ଦିଆଯାଉଛି ଘରଭଡ଼ା, ବଢୁଛି ଆପରାଧିକ କାର୍ଯ୍ୟକଳାପ

ଅମରପାଲି,୨୩ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଓ ଉଲୁଣ୍ଡା ଅଞ୍ଚଳରେ ବିନା ପୋଲିସ ଭେରିଫିକେଶନ ଏବଂ ସଠିକ୍‌ ପରିଚୟ ଯାଞ୍ଚ ନ କରି ଘରଭଡ଼ା ଦିଆଯାଉଥିବାରୁ ଆପରାଧିକ…

ଖୁଦୁରୁକୁଣୀ ପୂଜା ପାଇଁ ନଦୀକୁ ଯାଇ ବୁଡ଼ିଗଲେ ଜଣେ ଯୁବତୀ, ୩ ଅଳ୍ପକେ ରକ୍ଷା

ଧାମନଗର,୨୩ା୮(ସନ୍ତୋଷ କୁମାର ମହାପାତ୍ର): ଖୁଦୁରୁକୁଣୀ ପୂଜା ପାଇଁ ନିକଟସ୍ଥ ନଦୀକୁ ଯାଇ ଏକ ଦୁଃଖଦ ଘଟଣା ଘଟିଛି। ରବିବାର ସକାଳେ ୪ ଜଣ ଝିଅ ନଦୀକୁ ଯାଇଥିବାବେଳେ…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ୨ ଭାଇ ଗୁରୁତର, ବସ୍‌କୁ ଜବତ କରି…

ଦିଗପହଣ୍ଡି,୨୩ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ସାମନ୍ତରାପୁର ଗ୍ରାମ ରାଜଘାଇ ମହୁଲଘୋଡଣି ବୁଲାଣି ନିକଟରେ ରବିବାର ସକାଳେ ମୁଖ୍ୟମନ୍ତ୍ରୀ ସରକାରୀ ବସ୍‌…

ହାତୀ ନଦୀରେ ଛଡ଼ାଗଲା ଚଳିତ ବର୍ଷର ପ୍ରଥମ ବନ୍ୟାଜଳ

ଭବାନୀପାଟଣା,୨୩।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ଗତ ୨ ଦିନ ଧରି ଲଗାଣ ବର୍ଷା ଯୋଗୁଁ ନଦୀ ଗୁଡିକର ଜଳ ସ୍ତର ବଢ଼ିବାରେ ଲାଗିଛି। ଏପରି ସ୍ଥଳେ ଜିଲାରେ…

ସମାଜସେବା ସହ ଆଧ୍ୟାତ୍ମିକ ଜ୍ଞାନ: ରକ୍ତ ଦାନ ମହତ ଦାନ

ଭଞ୍ଜନଗର, ୨୩।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ (ଓମ୍ ଶାନ୍ତି)ର ଶାନ୍ତି ସ୍ରୋତ ଭବନ ପରିସରରେ ରବିବାର ଏକ ରକ୍ତଦାନ…

ସୁନା ବ୍ୟବସାୟୀଙ୍କ ଘରେ ମାରଣାସ୍ତ୍ର ଦେଖାଇ ଡକାୟତି: ପ୍ରାୟ କୋଟିଏ ଟଙ୍କାର ସୁନାଗହଣା ଲୁଟ୍

ବଲାଙ୍ଗୀର, ୨୩।୮ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ସିନ୍ଧେକେଲା ଅଞ୍ଚଳରେ ଏକ ବଡ଼ଧରଣର ସଶସ୍ତ୍ର ଡକାୟତି ଘଟଣା ଘଟିଛି। ସିନ୍ଧେକେଲା ଥାନାଠାରୁ ମାତ୍ର ୧୦୦ ମିଟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri