ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ: ଜିଲାପାଳ-ବିଧାୟକ କଲେ ଉଦ୍‌ଘାଟନ

ଛତ୍ରପୁର,୧୮ା୯(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଆର୍ଯ୍ୟପଲ୍ଲୀ ମାଛଧରା ଜେଟି ମୁହାଣ ଖନନ କାର୍ଯ୍ୟ ଆରମ୍ଭ ହୋଇଛି। ଛତ୍ରପୁର ବିଧାୟକ କୃଷ୍ଣଚନ୍ଦ୍ର ନାୟକ ଓ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନ ଏହାର ଶୁଭାରମ୍ଭ କରିଥିଲେ। ଏହା ଫଳରେ ମତ୍ସ୍ୟଜୀବୀମାନଙ୍କ ୧୦ ବର୍ଷର ସଂଘର୍ଷ ବାସ୍ତବରେ ପରିଣତ ହେବାକୁ ଯାଉଛି। ଜେଟିର ମୁହାଣ ପୋତି ହୋଇଯାଇଥିବାରୁ ଡଙ୍ଗା ସମୁଦ୍ରକୁ ଯିବା ଆସିବାରେ ଅସୁବିଧା ହୋଇଆସୁଛି। ଫଳରେ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ମାଛ ମାରିବାକୁ ଯିବା ପାଇଁ ଅସୁବିଧା ହେଉଛି। ଗଞ୍ଜାମ ଜିଲା ପ୍ରଶାସନ ଓ ଛତ୍ରପୁର ବିଧାୟକପଙ୍କ ହସ୍ତକ୍ଷେପ ପରେ ମତ୍ସ୍ୟଜୀବୀମାନଙ୍କ ଡଙ୍ଗାର ଯାତାୟାତ ପାଇଁ ଆଦାନୀ ଗୋପାଳପୁର ବନ୍ଦର ପକ୍ଷରୁ ଅତ୍ୟାଧୁନିକ ଡ୍ରେଜିଂ ମେଶିନ ସ୍ଥାପନ ସହ ମୁହାଣ ଖନନ କାର୍ଯ୍ୟ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ଏହି ନେଦରଲାଣ୍ଡର ଆଧୁନିକ ଡ୍ରେଜିଂ ମେଶିନ ସାହା୍ୟରେ ମୁହାଣକୁ ଗଭୀର ସହ ପ୍ରଶସ୍ତ କରାଯିବ। ଏହା ଧାମରା ପୋର୍ଟରୁ ଅଣାଯାଇଛି ୨ ମାସ ମଧ୍ୟରେ ଏହି କାର୍ଯ୍ୟ ସରିବ ବୋଲି କୁହାଯାଇଛି। ଏହି ଡ୍ରେଜିଂ ବାଲିକୁ ଆର୍ଯ୍ୟପଲି ମେରାଇନ ଥାନା ନିକଟ ସମୁଦ୍ର କୂଳ ଲଂଘିଥିବା ସ୍ଥାନରେ ବ୍ୟବହାର କରାଯିବ। ଫଳରେ ସମୁଦ୍ର କୂଳ ସୁରକ୍ଷିତ ରହିବ ଏହି ପଦକ୍ଷେପ ଫଳରେ ମତ୍ସ୍ୟଜୀବୀମାନଙ୍କ ସମୁଦ୍ର ପଥ ସୁଗମ ହେବା ସହ ତାଙ୍କର ଜୀବନଜୀବିକାକୁ ଏକ ନୂଆ ଶକ୍ତି ମିଳିବ। ଏହି ମୁହାଣ ବାଲି ଦ୍ବାରା ପୋତି ହୋଇଯାଉଥିବାରୁ ୨୭ ଗାଁର ହଜାର ହଜାର ମତ୍ସ୍ୟଜୀବୀ ମାଛ ମାରିବାକୁ ଯିବା ଆସିବାରେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

ପିକଅପ୍ ଧକ୍କାରେ ଚାହା କେବିନ୍ ସହ ୨ ବାଇକ୍ ଚୁରମାର, ଠାକୁର ପୂଜା କରୁଥିବା ବେଳେ…

ଦିଗପହଣ୍ଡି,୨୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ଚିକିଟି ମୁଖ୍ୟରାସ୍ତାର ଦେଓଖାଳି ଛକରେ ସଡ଼କ ଦୁର୍ଘଟଣା । ସକାଳ ପ୍ରାୟ ସାଢ଼େ ୬ ଟାରେ...

ସୁସ୍ଥ ପରିବେଶ ଗଠନ ପାଇଁ ସଚେତନତା, ନୂଆ କମିଟି ଚୟନ….

ରାୟଗଡ଼ା,୨୧।୧(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ବ୍ଲକ ହାଲୁଆ ଗ୍ରାମ ନିକଟସ୍ଥ ସେବା ସମାଜ ଗୃହ ଠାରେ ପ୍ରେସ କ୍ଲବର ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି...

ମନର ଧାରଣା ନା ସତରେ ଦ୍ରୁତ ବେଗରେ ବାଇକ୍‌ ଚଳାଇଲେ ଅଧିକ ଇନ୍ଧନ ଖର୍ଚ୍ଚ ହୁଏ? ମନରେ ଦ୍ୱନ୍ଦ୍ୱ ଥିଲେ କରନ୍ତୁ ଦୂର…

ନୂଆଦିଲ୍ଲୀ,୨୧।୧: ପ୍ରତ୍ୟେକ ବାଇକ୍‌ ଆରୋହୀଙ୍କ ମନରେ ସାଧାରଣ ପ୍ରଶ୍ନ ଆସେ ଯେ ବାସ୍ତବରେ କ’ଣ ଦ୍ରୁତ ବେଗରେ ଗାଡ଼ି ଚଳାଇଲେ ଅଧିକ ପେଟ୍ରୋଲ ଖର୍ଚ୍ଚ ହୁଏ...

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri